ଦୈନିକ ସଂକ୍ରମଣ ୪୦ ହଜାର ତଳେ…

ନୂଆଦିଲ୍ଲୀ, ୧୪।୨ : ଦେଶରେ କରୋନା ମହାମାରୀ ଯୋଗୁ ଆତଙ୍କ ଦେଖାଦେଇଛି। ତେବେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ଏହା ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ସହିତ ମୃତ୍ୟୁ ସଂଖ୍ୟା କମିଛି। ଏହି ସମୟରେ ଦୈନିକ ସଂକ୍ରମଣ ୪୦ ହଜାର ତଳେ ରହିଛି।

ଦୈନିକ ସଂକ୍ରମଣ ୩୪ ହଜାର ୧୧୩ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ଏହି ସମୟ ମଧ୍ୟରେ ଦେଶରେ କରୋନାରେ ୩୪୬ ଜଣଙ୍କ ମୃତ୍ୟୁ ଘଟିଛି। ଗତ ୨୪ ଘଣ୍ଟାରେ ୯୧ ହଜାର ୯୩୦ ଜଣ ସୁସ୍ଥ ହୋଇଛନ୍ତି। ଅପରପକ୍ଷରେ ସକ୍ରିୟ ମାମଲା ୫ ଲକ୍ଷ ତଳେ ପହଞ୍ଚିଛି। ଏହି ସମୟରେ ସକ୍ରିୟ ମାମଲା ୪ ଲକ୍ଷ ୭୮ ହଜାର ୮୮୨ରେ ପହଞ୍ଚିିଛି।

ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୯ ହଜାର ୧୧ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୨୬ ଲକ୍ଷ ୬୫ ହଜାର ୫୩୪ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୧୬ ଲକ୍ଷ ୭୭ ହଜାର ୬୪୧ ଜଣ ସୁସ୍ଥ ହୋଇ ସାରିଛନ୍ତି।

ଗତ ୨୪ ଘଣ୍ଟାରେ ଦେଶର ୬ଟି ରାଜ୍ୟ ମଧ୍ୟରେ କେରଳର ସର୍ବାଧିକ ୧୧,୧୩୬ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ମହାରାଷ୍ଟ୍ରରେ ୩,୫୦୨, କର୍ନାଟକରେ ୨,୩୭୨, ତାମିଲନାଡୁରେ ୨,୨୯୬ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ରାଜସ୍ଥାନରେ ୨,୧୭୭ ଏବଂ ଗୁଜୁରାଟରେ ୧,୨୭୪ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ସୂଚନାଯୋଗ୍ୟ, ସମ୍ପ୍ରତି ଦେଶରେ ଟିକାକରଣ ସଂଖ୍ୟା ୧୭୩ କୋଟିରୁ ଅଧିକ ଟପିଛି। ସେଥିମଧ୍ୟରେ ୯୦ କୋଟି ୫୦ ଲକ୍ଷରୁ ଅଧିକ ପ୍ରଥମ ଡୋଜ୍‌ ଥିବାବେଳେ ୭୪ କୋଟିରୁ ଅଧିକ ଦ୍ୱିତୀୟ ଡୋଜ୍‌ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟାଭାରତୀଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ବଡ଼ ଝଟ୍‌କା: ଆବେଦନ ଖାରଜ

ଭୁବନେଶ୍ୱର,୩୦।୯: : ବହୁଚର୍ଚ୍ଚିତ ACF ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲାରେ ତାଙ୍କ ପତ୍ନୀ ବିଦ୍ୟାଭାରତୀ ମହାପାତ୍ରଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ବିଦ୍ୟାଭାରତୀଙ୍କ ପକ୍ଷରୁ ଦାଖଲ ହୋଇଥିବା…

ଲୋଇସିଂହାର ଗର୍ବ ଇଫ୍ରାତା: ‘ଇଣ୍ଡିଆ ଟ୍ୟାଲେଣ୍ଟ ଫାଇଟ’ରେ ଚମକିଲେ

ଲୋଇସିଂହା,୩୦।୯(ସୁଶାନ୍ତ ବାରିକ):ଜାତୀୟସ୍ତରୀୟ ରିଆଲିଟି ଶୋ’ ଟ୍ୟାଲେଣ୍ଟ ଫାଇଟସୁପର ମଡେଲ’ ଜୁନିୟର କାଟାଗୋରିରେ ଚାମ୍ପିୟନ ହୋଇ ଲୋଇସିଂହା ତଥା ବଲାଙ୍ଗୀର ଜିଲା ପାଇଁ ଗୌରବ ଆଣିଛନ୍ତି ଇଫ୍ରାତା। ତାଙ୍କ…

ବ୍ୟବସାୟୀ ଗୁଣ୍ଡା ସାହୁ ଅପହରଣ ମାମଲା: ସରିଲା କ୍ଷୀତିଶଙ୍କ ରିମାଣ୍ଡ ଅବଧି, ପୋଲିସ ହାତରେ ଲାଗିଲା କିଛି ନୂଆ ତଥ୍ୟ

ବଲାଙ୍ଗୀର,୩୦ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ଗୁଣ୍ଡା ଓରଫ ନରେନ୍ଦ୍ର ସାହୁ ଅପହରଣ ଏବଂ ନିସ୍ତୁକ ମାଡ଼ ମାମଲାର ମୁଖ୍ୟ ଅଭିଯୁକ୍ତ କ୍ଷୀତିଶ ଚନ୍ଦ୍ର ସାହୁଙ୍କ…

ବିବାଦ ଭିତରେ ନିର୍ବାଚନ କମିଶନରଙ୍କ ବଡ଼ ନିଷ୍ପତ୍ତି, ଭୋଟର ଲିଷ୍ଟକୁ ନେଇ କହିଲେ ବଡ଼କଥା…

ନୂଆଦିଲ୍ଲୀ,୩୦।୯: ନିର୍ବାଚନ ଆୟୋଗ ‘ସ୍ପେଶାଲ ଇଣ୍ଟେନସିଭ ରିଭିଜନ’ (SIR) ପ୍ରକ୍ରିୟା ଶେଷ କରିସାରିଥିବା ରାଜ୍ୟଗୁଡ଼ିକରେ ନୂଆ ଭୋଟରମାନଙ୍କ ପାଇଁ ଫର୍ମ-୬ ସହିତ ଯୋଡ଼ା ଯାଇଥିବା ଅତିରିକ୍ତ ଘୋଷଣାନାମା…

ଶୌଚ ହେବାକୁ ଯାଇଥିଲେ ଗୋବର୍ଦ୍ଧନ, ଅତର୍କିତ ଆକ୍ରମଣ କଲା ଭାଲୁ, ଆଉ ତା’ ପରେ…

ପାଟଣା,୩୦ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପୋଇପାଣି ଗ୍ରାମ ନିକଟରେ ବୁଧବାର ଭୋର୍‌ରୁ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି। ଆହତ…

ଦାଉ ସାଧୁଛି ମହାନଦୀ ବନ୍ୟା: ନଷ୍ଟ ହେଉଛି ଫସଲ, ଆନ୍ଦୋଳନ ଚେତାବନୀ ଦେଇ ଚାଷୀ କହିଲେ…

ମଜାକାଳପଡ଼ା,୩୦ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଆଖଡ଼ାଶାଳୀ ସ୍ଲୁଇସ୍‌କ୍ରିକ ଖୋଲାପଡିଛି। ଏହାଦ୍ୱାରା ମହାନଦୀରେ ଆସିଥିବା ଚତୁର୍ଥ ବନ୍ୟା ଜଳ ପ୍ରବେଶ କରି ଚାଷୀଙ୍କ ଧାନ…

ଭୟାବହ ଅଗ୍ନିକାଣ୍ଡ: ଜଳିଗଲା ବାଇକ୍‌ ଶୋ’ରୁମ୍‌

ବାଲେଶ୍ୱର, ୩୦।୯(ମୃତ୍ୟୁଞ୍ଜୟ ପଟ୍ଟନାୟକ): ବାଲେଶ୍ୱର ସହରରେ ବୁଧବାର ଘଟିଛି ଏକ ଭୟାବହ ଅଗ୍ନିକାଣ୍ଡ। ସହଦେବଖୁଣ୍ଟା ମ୍ୟୁନିସିପାଲ ହାଇସ୍କୁଲ ସମ୍ମୁଖରେ ଥିବା ଏକ ହିରୋ ବାଇକ ଶୋ-ରୁମରେ ପୂର୍ବାହ୍ନରେ…

ପହଲଗାମ ଆକ୍ରମଣର ପ୍ରତିଶୋଧ ନେଲା ଭାରତ: ଟଳିପଡ଼ିଲେ ମୂସା

ଶ୍ରୀନଗର,୩୦।୯: ଜମ୍ମୁ-କଶ୍ମୀରର ବଡଗାମ ଜିଲାରେ ସୁରକ୍ଷାବାହିନୀକୁ ବଡ଼ ସଫଳତା ମିଳିଛି। ୟୁସମର୍ଗ ଅଞ୍ଚଳରେ ଚାଲିଥିବା ତଲାସୀ ଅଭିଯାନ ବେଳେ ପାକିସ୍ତାନ ଭିତ୍ତିକ ଆତଙ୍କୀ ସଂଗଠନ ଲସ୍କର-ଏ-ତୋଏବା (LeT)ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?