ଦୈନିକ ସଂକ୍ରମଣ ୫ ହଜାର ତଳେ…

ନୂଆଦିଲ୍ଲୀ, ୬।୯: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୫୩ ହଜାର ତଳେ ରହିଛି। କେରଳରେ ସତର୍କ ସୂଚନା ଜାରି କରାଯାଇଛି। ଏଠାରେ ଦୈନିକ ସଂକ୍ରମଣ ୧୧ ଶହ ଉପରେ ରହିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୫ ହଜାର ତଳେ ରହିଛି। ଏହା ୪,୪୧୬ ରହିଛି। ଗୋଟିଏ ଦିନ ତଳେ ଏହା ୫,୯୦୩ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୨୨ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୯ ଥିଲା। ଏହି ସମୟରେ ସକ୍ରିୟ ମାମଲା କମି ୫୨ ହଜାର ୩୩୬ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୫୩ ହଜାର ୯୭୪ ଥିଲା। ସେହିପରି ୨୪ ଘଣ୍ଟାରେ ୬ ହଜାର ୩୨ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୭ ହଜାର ୩୪ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୨୮ ହଜାର ୩୦ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୪ ଲକ୍ଷ ୬୬ ହଜାର ୮୬୨ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୩୮ ଲକ୍ଷ ୮୬ ହଜାର ୪୯୬ ଜଣ ସୁସ୍ଥ ହୋଇ ସାରିଛନ୍ତି। ଭିଡ଼ ଯୋଗୁ ସଂକ୍ରମଣ ବ୍ୟାପିବାର ଆଶଙ୍କା ଥିବାରୁ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏଥିରୁ ଦୂରେଇ ରହିବା ଲାଗି ପରାମର୍ଶ ଦିଆଯାଇଛି। ଏହା ସହିତ ମାସ୍କ ପିନ୍ଧିବା ଏବଂ କରୋନା ମାର୍ଗଦର୍ଶିକା ପାଳନ କରିବାକୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଗଣତନ୍ତ୍ର ପାଇଁ ବିଜୟର ଦିନ:ମୋଦି

ନୂଆଦିଲ୍ଲୀ,୨୬।୪: ଲୋକ ସଭା ନିର୍ବାଚନର ତୃତୀୟ ପର୍ଯ୍ୟାୟରେ ପ୍ରଚାର ଚାଲିଛି। ତୃତୀୟ ପର୍ଯ୍ୟାୟରେ ବିହାରର ଅରାରିଆରେ ଏକ ରାଲିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମ୍ବୋଧିତ କରିଛନ୍ତି।...

ସନ୍ଦେଶଖାଲି ମାମଲାରେ ସିବିଆଇ ଚଢ଼ାଉ

କୋଲକାତା,୨୬ା୪: କେନ୍ଦ୍ରୀୟ ଅନୁସନ୍ଧାନ ଏଜେନ୍ସି (ସିବିଆଇ) ପଶ୍ଚିମବଙ୍ଗର ସନ୍ଦେଶଖାଲି ମାମଲାରେ ଶୁକ୍ରବାର ଅନେକ ସ୍ଥାନରେ ଚଢ଼ାଉ କରିଛି। ଅନୁସନ୍ଧାନକାରୀ ସଂସ୍ଥା ବହୁ ପରିମାଣର ଅସ୍ତ୍ରଶସ୍ତ୍ର ଏବଂ...

ନୋଟାକୁ ସର୍ବାଧିକ ଭୋଟ ମିଳିବାରୁ ପୁନର୍ବାର ନିର୍ବାଚନ କରିବାକୁ ଦାବି, ନିର୍ବାଚନ କମିଶନଙ୍କୁ ଜବାବ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୬।୪: ଭୋଟ ସମ୍ବନ୍ଧୀୟ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଶୁକ୍ରବାର ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ଦ୍ୱିତୀୟ ପର୍ଯ୍ୟାୟ ଭୋଟ ସମୟରେ ସୁପ୍ରିମକୋର୍ଟରେ ଶୁଣାଣି ହୋଇଥିଲା।...

ସିସୋଡିଆଙ୍କୁ ଝଟ୍‌କା, ମେ’ ୮ ପର୍ଯ୍ୟନ୍ତ ରହିବେ ଜେଲରେ

ନୂଆଦିଲ୍ଲୀ,୨୬।୪: ଦିଲ୍ଲୀ ଏକ୍ସାଇଜ ମାମଲାରେ ହୋଇଥିବା ଦୁର୍ନୀତି ସହ ଜଡିତ ମନି ଲଣ୍ଡରିଂ ମାମଲାରେ ମନୀଷ ସିସୋଡିଆଙ୍କ ନ୍ୟାୟିକ ହେପାଜତକୁ ଆସନ୍ତା ମେ ୮ ପର୍ଯ୍ୟନ୍ତ...

ରାହୁଲଙ୍କୁ ଶାହାଙ୍କ ପ୍ରଶ୍ନ

ନୂଆଦିଲ୍ଲୀ,୨୬।୪: ଲୋକ ସଭା ନିର୍ବାଚନ ପାଇଁ ଚାଲିଥିବା ଦ୍ୱିତୀୟ ପର୍ଯ୍ୟାୟ ମତଦାନ ମଧ୍ୟରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା କଂଗ୍ରେସକୁ ଟାର୍ଗେଟ କରିଛନ୍ତି। ସେ ଦାବି କରିଛନ୍ତି...

ପୂର୍ବାହ୍ନ ୧୧ଟା ସୁଦ୍ଧା ଏହି ରାଜ୍ୟରେ ହୋଇଛି ସବୁଠୁ ଅଧିକ ମତଦାନ

ନୂଆଦିଲ୍ଲୀ,୨୬ା୪: ଆଜି ଅର୍ଥାତ୍‌ ଏପ୍ରିଲ ୨୬ରେ ଲୋକ ସଭାର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ମତଦାନ ଚାଲିଛି। ଏହି ପର୍ଯ୍ୟାୟରେ ୧୨୦୦ରୁ ଅଧିକ ପ୍ରାର୍ଥୀ ୧୩ଟି ରାଜ୍ୟର...

ପଶ୍ଚିମବଙ୍ଗରେ ଟିଏମସି ଘୋଟାଲା କରୁଛି: ମୋଦି

କୋଲକାତା,୨୬।୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ପଶ୍ଚିମବଙ୍ଗର ମାଲଦାଠାରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରିଛନ୍ତି।...

ମମତା ଗଡ଼ରେ ମୋଦିଙ୍କ ହୁଙ୍କାର

ନୂଆଦିଲ୍ଲୀ,୨୬ା୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟ୍‌ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ପଶ୍ଚିମବଙ୍ଗର ମାଲଦାଠାରେ ଏକ ସାଧାରଣ ସଭାରେ ସମ୍ବୋଧିତ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri