୫ ହଜାର ତଳେ ଦୈନିକ ସଂକ୍ରମଣ, ମୃତ୍ୟୁ ସଂଖ୍ୟା ଶହେରୁ କମ୍‌…

ନୂଆଦିଲ୍ଲୀ, ୭।୩ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ସହିତ ମୃତ୍ୟୁ ସଂଖ୍ୟାରେ ବ୍ରେକ୍‌ ଲାଗିଛି। ଦୈନିକ ସଂକ୍ରମଣ ୫ ହଜାର ତଳେ ରହିଛି। ଦୈନିକ ସଂକ୍ରମଣ ୪ ହଜାର ୩୬୨ ରେ ପହଞ୍ଚିଛି। ସେହିପରି ମୃତ୍ୟୁ ସଂଖ୍ୟା କମି ଶହେ ତଳେ ରହିଛି। ଏହି ସମୟରେ ୬୬ ଜଣଙ୍କ ମୃତ୍ୟୁ ଘଟିଛି। ଅପରପକ୍ଷରେ ସକ୍ରିୟ ମାମଲା କମିବାରେ ଲାଗିଛି।

ଏହି ସମୟରେ ସକ୍ରିୟ ମାମଲା ୬୦ ହଜାର ତଳେ ପହଞ୍ଚିଛି। ଏହା ୫୪ ହଜାର ୧୧୮ ରହିଛି। ସେହିପରି ୨୪ ଘଣ୍ଟାରେ ୯ ହଜାର ୬୨୦ ସୁସ୍ଥ ହୋଇଛନ୍ତି। ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୧୫ ହଜାର ୧୦୨ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୨୯ ଲକ୍ଷ ୬୭ ହଜାର ୩୧୫ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୨୩ ଲକ୍ଷ ୯୮ ହଜାର ୯୫ ଜଣ ସୁସ୍ଥ ହୋଇ ସାରିଛନ୍ତି।

ସୂଚନାଯୋଗ୍ୟ, ସମ୍ପ୍ରତି ଦେଶରେ ଟିକାକରଣ ସଂଖ୍ୟା ୧୭୮ କୋଟି ୯୦ ଲକ୍ଷରୁ ଅଧିକ ଟପିଛି। ସେଥିମଧ୍ୟରେ ୯୧ କୋଟିରୁ ଅଧିକ ପ୍ରଥମ ଡୋଜ୍‌ ଥିବାବେଳେ ୭୭ କୋଟି ୨୦ ଲକ୍ଷରୁ ଅଧିକ ଦ୍ୱିତୀୟ ଡୋଜ୍‌ ରହିଛି।

ଗତ ୨୪ ଘଣ୍ଟାରେ କେରଳର ସର୍ବାଧିକ ୧,୪୦୮ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ମହାରାଷ୍ଟ୍ରରେ ୩୬୨ ଏବଂ ଉତ୍ତରାଖଣ୍ଡରେ ୩୩୨ ରେ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri