୫ ହଜାର ତଳେ ଦୈନିକ ସଂକ୍ରମଣ, ମୃତ୍ୟୁ ସଂଖ୍ୟା ଶହେରୁ କମ୍‌…

ନୂଆଦିଲ୍ଲୀ, ୭।୩ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ସହିତ ମୃତ୍ୟୁ ସଂଖ୍ୟାରେ ବ୍ରେକ୍‌ ଲାଗିଛି। ଦୈନିକ ସଂକ୍ରମଣ ୫ ହଜାର ତଳେ ରହିଛି। ଦୈନିକ ସଂକ୍ରମଣ ୪ ହଜାର ୩୬୨ ରେ ପହଞ୍ଚିଛି। ସେହିପରି ମୃତ୍ୟୁ ସଂଖ୍ୟା କମି ଶହେ ତଳେ ରହିଛି। ଏହି ସମୟରେ ୬୬ ଜଣଙ୍କ ମୃତ୍ୟୁ ଘଟିଛି। ଅପରପକ୍ଷରେ ସକ୍ରିୟ ମାମଲା କମିବାରେ ଲାଗିଛି।

ଏହି ସମୟରେ ସକ୍ରିୟ ମାମଲା ୬୦ ହଜାର ତଳେ ପହଞ୍ଚିଛି। ଏହା ୫୪ ହଜାର ୧୧୮ ରହିଛି। ସେହିପରି ୨୪ ଘଣ୍ଟାରେ ୯ ହଜାର ୬୨୦ ସୁସ୍ଥ ହୋଇଛନ୍ତି। ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୧୫ ହଜାର ୧୦୨ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୨୯ ଲକ୍ଷ ୬୭ ହଜାର ୩୧୫ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୨୩ ଲକ୍ଷ ୯୮ ହଜାର ୯୫ ଜଣ ସୁସ୍ଥ ହୋଇ ସାରିଛନ୍ତି।

ସୂଚନାଯୋଗ୍ୟ, ସମ୍ପ୍ରତି ଦେଶରେ ଟିକାକରଣ ସଂଖ୍ୟା ୧୭୮ କୋଟି ୯୦ ଲକ୍ଷରୁ ଅଧିକ ଟପିଛି। ସେଥିମଧ୍ୟରେ ୯୧ କୋଟିରୁ ଅଧିକ ପ୍ରଥମ ଡୋଜ୍‌ ଥିବାବେଳେ ୭୭ କୋଟି ୨୦ ଲକ୍ଷରୁ ଅଧିକ ଦ୍ୱିତୀୟ ଡୋଜ୍‌ ରହିଛି।

ଗତ ୨୪ ଘଣ୍ଟାରେ କେରଳର ସର୍ବାଧିକ ୧,୪୦୮ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ମହାରାଷ୍ଟ୍ରରେ ୩୬୨ ଏବଂ ଉତ୍ତରାଖଣ୍ଡରେ ୩୩୨ ରେ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମାୟାନଗରୀରେ ଭଶୁୁଡ଼ିଲା ୩ ମହଲା କୋଠା, ଚାପିହୋଇ ରହିଛନ୍ତି ଲୋକେ

ମୁମ଼୍ବାଇ,୨୭।୦୭: ମୟାନଗରୀ ମୁମ଼୍ବାଇ ସହରର ନିକଟବର୍ତ୍ତୀ ଶାହବାଜ ଗ୍ରାମରେ ଏକ ୩ ମହଲା ଘର ଭୁଶୁଡ଼ି ପଡ଼ିଥିବା ଜଣାପଡ଼ିଛି । ଭଙ୍ଗା ଛାତ ତଳେ କିଛି...

ବୈଠକ ପୂର୍ବରୁ ମମତାଙ୍କ ବଡ଼ ବୟାନ : ନୀତି ଆୟୋଗକୁ ରଦ୍ଦ କରି…

କୋଲକାତା,୨୭ା୭: ଆଉ କିଛି ସମୟ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଶନିବାର ନୂଆଦିଲ୍ଲୀରେ ନୀତି ଆୟୋଗର ୯ମ ଗଭର୍ନିଂ କାଉନସିଲ୍‌ ବୈଠକ ବସିବ। ୨୦୪୭...

କର୍ନାଟକରେ ୧,୬୦୦ ଟନ୍‌ର ଲିଥିୟମ ଖଣି ଠାବ

ନୂଆଦିଲ୍ଲୀ, ୨୭ା୭: କର୍ନାଟକର ମାଣ୍ଡ୍ୟା ଏବଂ ୟାଦଗିରି ଜିଲାରେ ଲିଥିୟମ୍‌ ଖଣିର ସନ୍ଧାନ ମିଳିଥିବା କେନ୍ଦ୍ର ଭୂବିଜ୍ଞାନ ରାଷ୍ଟ୍ରମନ୍ତ୍ରୀ ଜିତେନ୍ଦ୍ର ସିଂ ରାଜ୍ୟ ସଭାକୁ ସୂଚନା ଦେଇଛନ୍ତି।...

ମୋଦିଙ୍କ ‘ଅଗ୍ନିପଥ’ ମନ୍ତବ୍ୟକୁ ବିରୋଧୀଙ୍କ ନିନ୍ଦା

ନୂଆଦିଲ୍ଲୀ, ୨୭ା୭(ପି.ଟି.): କାର୍‌ଗିଲ ଯୁଦ୍ଧ ବିଜୟର ୨୫ତମ ବାର୍ଷିକୀ ପାଳନ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଡ୍ରାସ୍‌ଠାରେ ଶହୀଦମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇବା ସହ ଜାତୀୟ ସୁରକ୍ଷା...

ସାମ୍ନାକୁ ଆସିଲା ବଡ଼ ଘୋଟାଲା, କମିଶନ୍‌ ନେଇ ୨୦୦ କୋଟିର ନକଲି ବିଲ୍‌ ପାସ୍‌

ନୂଆଦିଲ୍ଲୀ, ୨୬।୦୭: କରୋନା ସମୟରେ ୨୦୦ କୋଟି ଟଙ୍କାର ଏକ ବଡ ଦୁର୍ନୀତିର ଖୁଲାସା କରିଛି ଦୁର୍ନୀତି ନିବାରଣ ବ୍ୟୁରୋ ବା ଏସିବି । ଏହି...

ପ୍ରକାଶ ପାଇଲା ନିଟ୍‌ର ସଂଶୋଧିତ ତାଲିକା, ୬୭ରୁ ୧୭କୁ ଖସିଲେ ଟପ୍ପର

ନୂଆଦିଲ୍ଲୀ, ୨୬।୦୭: ଗତ କିଛିଦିନ ଧରି ବିବାଦରେ ରହିଥିବା ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି ବା ଏନ୍‌ଟିଏ ମେଡିକାଲ୍‌ ପ୍ରବେଶିକା ପରୀକ୍ଷା ନିଟ୍‌-ୟୁଜିର ଫାଇନାଲ୍‌ ରେଜଲ୍ଟ ପ୍ରକାଶ...

୯୯ରେ ସାପ କାମୁଡ଼େ, କଂଗ୍ରେସକୁ ଏମିତି କହିଦେଲେ କେନ୍ଦ୍ରମନ୍ତ୍ରୀ

ନୂଆଦିଲ୍ଲୀ, ୨୬।୦୭: ବରିଷ୍ଠ ଜନତା ଦଳ ୟୁନାଇଟେଡ (ଜେଡିୟୁ) ନେତା ତଥା କେନ୍ଦ୍ର ମନ୍ତ୍ରୀ ରାଜୀବ ରଂଜନ (ଲଲନ ସିଂ) ଶୁକ୍ରବାର ଦିନ କଂଗ୍ରେସକୁ ଟାର୍ଗେଟ୍‌...

ମନୀଷ ସିସୋଦିଆଙ୍କୁ ପୁଣି କୋର୍ଟ ଝଟ୍‌କା, ବଢ଼ିଲା ନ୍ୟାୟିକ ହେପାଜତ ଅବଧି

ନୂଆଦିଲ୍ଲୀ, ୨୬।୦୭: ଦିଲ୍ଲୀ ମଦ ଦୁର୍ନୀତି ସହ ଜଡ଼ିତ ସିବିଆଇ ମାମଲାରେ ଆଜି ପୁଣିଥରେ କୋର୍ଟ ଶୁଣାଣି କରିଛନ୍ତି । ରାଉଜ ଆଭେନ୍ୟୁ କୋର୍ଟ ଦିଲ୍ଲୀର...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri