୫୦ ହଜାର ତଳେ ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ,୨୮।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଦେଶରେ ଦୈନିକ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଜୁନ୍‌ ୨୭ରେ ୫୦ ହଜାର ତଳକୁ ଖସିଛିି। ଜୁନ୍‌ ୨୬ରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ୫୦ ହଜାର ୪୦ରେ ପହଞ୍ଚି ଥିବାବେଳେ ଏହି ସମୟ ମଧ୍ୟରେ କରୋନାରେ ୧,୨୫୮ଜଣଙ୍କ ଜଣଙ୍କ ମୃତ୍ୟୁ ଘଟଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ହ୍ରାସ ପାଇ ୪୬ ହଜାର ୧୪୮ରେ ପହଞ୍ଚିଛି। ସେହିପରି ଏହି ସମୟ ମଧ୍ୟରେ କରୋନାରେ ୯୭୯ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ୭୬ ଦିନ ପରେ ମୃତ୍ୟୁ ସଂଖ୍ୟା ହଜାରେ ତଳେ ରହିଛି। ଏହି ସମୟ ମଧ୍ୟରେ ୫୭ ହଜାର ୯୪୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଦେଶରେ ଆକ୍ରାନ୍ତଙ୍କ ସୁସ୍ଥତା ହାର ୯୬. ୮୦ ପ୍ରତିଶତ ରହିଛି। ଅପରପକ୍ଷରେ ୫ ଲକ୍ଷ ୭୨ ହଜାର ୯୯୪ ଜଣ ଚିକିତ୍ସିତ ହେଉଛନ୍ତି। ବର୍ତ୍ତମାନ ସୁଦ୍ଧା ୩୨ କୋଟି ୩୬ ଲକ୍ଷ ୬୩ ହଜାର ୨୯୭ ଲୋକଙ୍କୁ ଟିକାଦାନ କରାଯାଇ ସାରିଛି। ଅପରପକ୍ଷରେ ଇତିମଧ୍ୟରେ ୪୦ କୋଟି ୬୩ ଲକ୍ଷ ୭୧ ହଜାର ୨୭୯ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍‌ଆର ପକ୍ଷରୁ କୁହାଯାଇଛି। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୩ ଲକ୍ଷ ୯୬ ହଜାର ୭୩୦ ଛୁଇଁଛି।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷାକୁ ନେଇ ବଡ଼ ସୂଚନା ଦେଲା ଆଇଏମ୍‌ଡି: ସେପ୍ଟେମ୍ବରରେ ହେବ…

ଭୁବନେଶ୍ୱର,୩୧।୮: ସେପ୍ଟେମ୍ବରରେ ବି ରାଜ୍ୟରେ ବର୍ଷାରୁ ନିସ୍ତାର ମିଳିବା ସମ୍ଭାବନା କ୍ଷୀଣ। ଏନେଇ ଆଇଏମ୍‌ଡି ଆକଳନରୁ ସ୍ପଷ୍ଟ ହୋଇଛି। ଦେଶର ଅଧିକାଂଶ ଅଞ୍ଚଳରେ ସ୍ବାଭାବିକଠୁ କମ୍‌ ବର୍ଷା…

ମୋଦିଙ୍କୁ ଏଭଳି କହିଦେଲେ ଛାତ୍ରୀଛାତ୍ର, ଭାବବିହ୍ୱଳ ହୋଇଗଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୩୧।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉଜବେକିସ୍ତାନ ଗସ୍ତ ସମୟର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି । ଉଜବେକିସ୍ତାନର ଛାତ୍ରୀଛାତ୍ରମାନେ ମୋଦିଙ୍କ ଦ୍ୱାରା ଲିଖିତ…

ମୋଦି ସରକାରର ଦୁଇ ମନ୍ତ୍ରୀଙ୍କ ମଧ୍ୟରେ ପ୍ରବଳ ଝଗଡା: ପରସ୍ପର ଇସ୍ତଫା କଲେ ଦାବି: ପଛରେ ରହିଛି ଏମିତି କାରଣ

ନୂଆଦିଲ୍ଲୀ,୩୧।୮: ମୋଦି କ୍ୟାବିନେଟର ଦୁଇ ମନ୍ତ୍ରୀ ଜିତନ ରାମ ମାଞ୍ଝି ଏବଂ ଚିରାଗ ପାସୱାନଙ୍କ ମଧ୍ୟରେ ଝଗଡା ଚରମସୀମାରେ ପହଞ୍ଚିଛି । ସେମାନଙ୍କ ମଧ୍ୟରେ ତିକ୍ତତା ଏପରି…

ଦିନେ ମୋଦି କରିଥିଲେ ପ୍ରଶଂସା, ଏବେ ଜୀବିକା ହରାଇବେ ଏହି ମହିଳା: କାହାଣୀ ଶୁଣିଲେ…

ନୂଆଦିଲ୍ଲୀ,୩୧।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ମନ କି ବାତ’ର ୧୩୭ତମ ଏପିସୋଡରେ ବେଙ୍ଗାଲୁରୁର ଜଣେ ରାସ୍ତା ବିକ୍ରେତା ଟି.ଏସ. ନିଙ୍ଗାମ୍ମାଙ୍କ କାହାଣୀ ଶେୟାର କରିଥିଲେ। ପ୍ରଧାନମନ୍ତ୍ରୀ ତାଙ୍କ…

ଜିଲାସ୍ତରୀୟ ଜନଶୁଣାଣି: ୨୨୧ ଅଭିଯୋଗ ଶୁଣିଲେ ଜିଲାପାଳ-ଏସପି

ଦାରିଙ୍ଗବାଡି, ୩୧।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତ ସମିତି କାର୍ଯ୍ୟାଳୟ ଠାରେ ଥିବା ସଭାଗୃହରେ ସୋମବାର ଜିଲାସ୍ତରୀୟ ଜନ ଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଏହି…

୫ ସେପ୍ଟେମ୍ବର CJP ଆନ୍ଦୋଳନକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ରାୟ: ବଢିଲା ସରକାରଙ୍କ ଚିନ୍ତା, ଖୁସିହେଲେ ଦୀପକେ

ନୂଆଦିଲ୍ଲୀ,୩୧।୮: କକରୋଚ ଜନତା ପାର୍ଟି (CJP) ପକ୍ଷରୁ ଆସନ୍ତା ୫ ସେପ୍ଟେମ୍ବରରେ ଦିଲ୍ଲୀରେ ପୁଣି ଏକ ବିରୋଧ ମାର୍ଚ୍ଚ ଆୟୋଜନ କରାଯିବାକୁ ଘୋଷଣା ହୋଇଛି। ଏହି ପ୍ରସ୍ତାବିତ…

ଦୌଡୁଛି ଭାରତୀୟ ଅର୍ଥନୀତି: ପ୍ରଥମ ତ୍ରୈମାସିକରେ GDP ଅଭିବୃଦ୍ଧି ଆଶ୍ଚର୍ଯ୍ୟଜନକ

ନୂଆଦିଲ୍ଲୀ,୩୧।୮: ଆମେରିକା-ଇରାନ ବିବାଦରୁ ସୃଷ୍ଟି ହୋଇଥିବା ବିଶ୍ୱ ଉତ୍ତେଜନା ମଧ୍ୟରେ ଭାରତୀୟ ଅର୍ଥନୀତି ପ୍ରଭାବଶାଳୀ ପ୍ରଦର୍ଶନ କରିଛି। ୨୦୨୭ ଆର୍ଥିକ ବର୍ଷର ପ୍ରଥମ ତ୍ରୈମାସିକରେ ଭାରତର GDP…

ସରକାରଙ୍କ ବଡ଼ ନିଷ୍ପତ୍ତି: ଲିଟର ପିଛା ୩ ଟଙ୍କା ବଢ଼ିଲା କ୍ଷୀର ଦାମ୍‌

ନୂଆଦିଲ୍ଲୀ,୩୧।୮: ତାମିଲନାଡୁ ସରକାର ରାଜ୍ୟର ଦୁଗ୍ଧ ଚାଷୀଙ୍କୁ ଆଶ୍ୱସ୍ତି ଦେଇ ଆଭିନ ପାଇଁ କ୍ଷୀର କ୍ରୟ ମୂଲ୍ୟ ପୁଣିଥରେ ବୃଦ୍ଧି କରିବାକୁ ଘୋଷଣା କରିଛନ୍ତି। ସୋମବାର ମୁଖ୍ୟମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri