୫୦ ହଜାର ତଳେ ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ,୨୮।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଦେଶରେ ଦୈନିକ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଜୁନ୍‌ ୨୭ରେ ୫୦ ହଜାର ତଳକୁ ଖସିଛିି। ଜୁନ୍‌ ୨୬ରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ୫୦ ହଜାର ୪୦ରେ ପହଞ୍ଚି ଥିବାବେଳେ ଏହି ସମୟ ମଧ୍ୟରେ କରୋନାରେ ୧,୨୫୮ଜଣଙ୍କ ଜଣଙ୍କ ମୃତ୍ୟୁ ଘଟଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ହ୍ରାସ ପାଇ ୪୬ ହଜାର ୧୪୮ରେ ପହଞ୍ଚିଛି। ସେହିପରି ଏହି ସମୟ ମଧ୍ୟରେ କରୋନାରେ ୯୭୯ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ୭୬ ଦିନ ପରେ ମୃତ୍ୟୁ ସଂଖ୍ୟା ହଜାରେ ତଳେ ରହିଛି। ଏହି ସମୟ ମଧ୍ୟରେ ୫୭ ହଜାର ୯୪୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଦେଶରେ ଆକ୍ରାନ୍ତଙ୍କ ସୁସ୍ଥତା ହାର ୯୬. ୮୦ ପ୍ରତିଶତ ରହିଛି। ଅପରପକ୍ଷରେ ୫ ଲକ୍ଷ ୭୨ ହଜାର ୯୯୪ ଜଣ ଚିକିତ୍ସିତ ହେଉଛନ୍ତି। ବର୍ତ୍ତମାନ ସୁଦ୍ଧା ୩୨ କୋଟି ୩୬ ଲକ୍ଷ ୬୩ ହଜାର ୨୯୭ ଲୋକଙ୍କୁ ଟିକାଦାନ କରାଯାଇ ସାରିଛି। ଅପରପକ୍ଷରେ ଇତିମଧ୍ୟରେ ୪୦ କୋଟି ୬୩ ଲକ୍ଷ ୭୧ ହଜାର ୨୭୯ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍‌ଆର ପକ୍ଷରୁ କୁହାଯାଇଛି। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୩ ଲକ୍ଷ ୯୬ ହଜାର ୭୩୦ ଛୁଇଁଛି।

Share