ଦୈନିକ ସଂକ୍ରମଣ ୫୦ ହଜାର ତଳେ…

ନୂଆଦିଲ୍ଲୀ, ୧୩।୨ : ଦେଶରେ କରୋନା ମହାମାରୀ ଯୋଗୁ ଆତଙ୍କ ଦେଖାଦେଇଛି। ତେବେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ଏହା ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ସହିତ ମୃତ୍ୟୁ ସଂଖ୍ୟା କମିଛି। ଏହି ସମୟରେ ଦୈନିକ ସଂକ୍ରମଣ ୫୦ ହଜାର ତଳେ ରହିଛି।

ଦୈନିକ ସଂକ୍ରମଣ ୪୪ ହଜାର ୮୭୭ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ଏହି ସମୟ ମଧ୍ୟରେ ଦେଶରେ କରୋନାରେ ୬୮୪ ଜଣଙ୍କ ମୃତ୍ୟୁ ଘଟିଛି। ଗତ ୨୪ ଘଣ୍ଟାରେ ୧ ଲକ୍ଷ ୧୭ ହଜାର ୫୯୧ ଜଣ ସୁସ୍ଥ ହୋଇଛନ୍ତି। ଅପରପକ୍ଷରେ ସକ୍ରିୟ ମାମଲା ୬ ଲକ୍ଷ ତଳେ ପହଞ୍ଚିଛି।

ଏହି ସମୟରେ ସକ୍ରିୟ ମାମଲା ୫ ଲକ୍ଷ ୩୭ ହଜାର ୪୫ରେ ପହଞ୍ଚିିଛି। ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୮ ହଜାର ୬୬୫ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୨୬ ଲକ୍ଷ ୩୧ ହଜାର ୪୨୧ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୧୫ ଲକ୍ଷ ୮୫ ହଜାର ୭୧୧ ଜଣ ସୁସ୍ଥ ହୋଇ ସାରିଛନ୍ତି।

ଗତ ୨୪ ଘଣ୍ଟାରେ ଦେଶର ୬ଟି ରାଜ୍ୟ ମଧ୍ୟରେ କେରଳର ସର୍ବାଧିକ ୧୫,୧୮୪ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ମହାରାଷ୍ଟ୍ରରେ ୪,୩୫୯, କର୍ନାଟକରେ ୩,୨୦୨, ତାମିଲନାଡୁରେ ୨,୮୧୨ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ରାଜସ୍ଥାନରେ ୨,୬୦୬ ଏବଂ ଗୁଜୁରାଟରେ ୧,୬୪୬ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ସୂଚନାଯୋଗ୍ୟ, ସମ୍ପ୍ରତି ଦେଶରେ ଟିକାକରଣ ସଂଖ୍ୟା ୧୭୨ କୋଟି ୮୦ ଲକ୍ଷ ଟପିଛି। ସେଥିମଧ୍ୟରେ ୯୦ କୋଟି ୪୦ ଲକ୍ଷରୁ ଅଧିକ ପ୍ରଥମ ଡୋଜ୍‌ ଥିବାବେଳେ ୭୪ କୋଟିରୁ ଅଧିକ ଦ୍ୱିତୀୟ ଡୋଜ୍‌ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ ବନ୍ଦ ଡାକରା, ଓଡ଼ିଶାରେ ଏହି ୫ଟି ସେବାରେ ପଡିବ ବଡ ପ୍ରଭାବ!

ନୂଆଦିଲ୍ଲୀ,୧୦।୨: ବଡ ଖବର । ପୁଣି ଭାରତ ବନ୍ଦ ଡାକରା । ପୁଣି ଅଖ ଚକ ହେବ ଜାମ୍ । ଏ ନେଇ ବଡ ଖବର ସାମ୍ନାକୁ…

କେବେହେଲେ ନିର୍ମାଣ ହେବ ନାହିଁ ବାବ୍ରି ମସଜିଦ୍, ଗର୍ଜିଲେ ମୁଖ୍ୟମନ୍ତ୍ରୀ ଯୋଗୀ

ନୂଆଦିଲ୍ଲୀ,୧୦।୨: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏକ ସାଧାରଣ ସଭାରେ ବିରୋଧୀଙ୍କୁ କଡ଼ା ଚେତାବନୀ ଦେଇଛନ୍ତି। କେବେହେଲେ ବାବ୍ରି ସଂରଚନା ପୁନଃନିର୍ମାଣ ହେବାର ପ୍ରଶ୍ନ ଉଠୁନାହିଁ ବୋଲି…

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ଆୟୁଷ ଡାକ୍ତରଙ୍କ ବଢ଼ିଲା ଦରମା, ଏକାଥରକେ ବଢିଗଲା ଏତେ…

ଭୁବନେଶ୍ୱର,୧୦।୨: NHMରେ କାର୍ଯ୍ୟରତ ଚୁକ୍ତିଭିତ୍ତିକ ଆୟୁଷ ଡାକ୍ତରଙ୍କ ଦରମା ବଢ଼ିଲା। ଏନେଇ ମଙ୍ଗଳବାର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଜାରି ହୋଇଛି। ବରିଷ୍ଠତା ଭିତ୍ତିରେ ୨୦ ହଜାର…

ପାରାକୁ ଖାଇବାକୁ ଦେଇ ଫସିଲେ ମହିଳା: ଲାଗିଲା ୨ ଲକ୍ଷ ଟଙ୍କା ଜରିମାନା

ସାଧାରଣତଃ ପଶୁ ଏବଂ ପକ୍ଷୀମାନଙ୍କୁ ଖାଇବାକୁ ଦେବା ଭଲ ବୋଲି ବିବେଚନା କରାଯାଏ। କିନ୍ତୁ ଯଦି ଏଥିପାଇଁ ଜଣଙ୍କ ଉପରେ ଜରିମାନା ଲଗାଯିବ, ତେବେ ଏହା ନିହାତି…

ଆମେ ନିଜ ପାଇଁ ନୁହେଁ ବରଂ…ଭାରତ ବିପକ୍ଷ ମ୍ୟାଚ ଖେଳିବାକୁ ପାକିସ୍ତାନ ରାଜି ପରେ ମୁହଁ ଖୋଲିଲେ ନକ୍‌ବି

ଇସଲାମାବାଦ୍‌,୧୦।୨: ପାକିସ୍ତାନ କ୍ରିକେଟ ବୋର୍ଡ ଅଧ୍ୟକ୍ଷ ମୋହସିନ ନକବିଙ୍କ ICC T20 ବିଶ୍ୱକପ ୨୦୨୬ରେ ଭାରତ ବିପକ୍ଷ ମ୍ୟାଚ ବର୍ଜନ କରିବା ସମ୍ପର୍କରେ ବୟାନ ପରେ ଏହା…

କଳସ ଯାତ୍ରା ସମୟରେ ଦଳାଚକଟା, ମହିଳା ମୃତ

ଗ୍ବାଲିୟର,୧୦।୨: ମଧ୍ୟ ପ୍ରଦେଶ ଗ୍ବାଲିୟରର ନବଗ୍ରହ ପୀଠ ମନ୍ଦିରରେ ଚାଲିଥିବା ପ୍ରାଣ ପ୍ରତିଷ୍ଠା ସମାରୋହ ସମୟରେ କଳସ ଯାତ୍ରା ସମୟରେ ଏକ ବଡ଼ ଦୁର୍ଘଟଣା ଘଟିଥିଲା। ଶୋଭାଯାତ୍ରାରେ…

ନଗଦ କାରବାର, ସମ୍ପତ୍ତି ଏବଂ ଯାନବାହାନ କ୍ରୟ ପାଇଁ ପ୍ୟାନ୍ ନିୟମରେ ପରିବର୍ତ୍ତନ, ଜାଣନ୍ତୁ…

ନୂଆଦିଲ୍ଲୀ,୧୦।୨: ସରକାରଙ୍କ ଦ୍ୱାରା ଜାରି କରାଯାଇଥିବା ଆୟକର ନିୟମର ଡ୍ରାଫ୍ଟରେ ଅନେକ ନୂତନ ଏବଂ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନର ପରାମର୍ଶ ଦିଆଯାଇଛି । ନୂତନ ନିୟମ ଅନୁଯାୟୀ, ନଗଦ…

ଉଡ଼ିବ ପାକିସ୍ତାନର ନିଦ, ଆଉ ୧୧୪ ରାଫାଲ୍‌ କିଣିବାକୁ ପ୍ରସ୍ତାବ

ନୂଆଦିଲ୍ଲୀ,୧୦।୨: ଭାରତୀୟ ବାୟୁସେନା ଆଉ ୧୧୪ ରାଫାଲ୍‌ ଯୁଦ୍ଧବିମାନ କିଣିବ। ଏଥିପାଇଁ ବାୟୁସେନା ପକ୍ଷରୁ ଡିଫେନ୍ସ ଆକ୍ୱିଜେଶନ କାଉନ୍‌ସିଲ୍‌(ଡିଏସି)କୁ ପ୍ରସ୍ତାବ ଦିଆଯିବ। ଫ୍ରାନ୍ସ ରାଷ୍ଟ୍ରପତି ଏମାନୁଏଲ ମାକରଁଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri