ଦୈନିକ ସଂକ୍ରମଣ ୬ ଶହ ତଳେ, ମୃତ୍ୟୁ ସଂଖ୍ୟା ୧…

ନୂଆଦିଲ୍ଲୀ, ୧୪।୧୧: ଥଣ୍ଡା ବଢ଼ିବା ସହିତ ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୧୦ ହଜାର ତଳେ ରହିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ସହିତ ମୃତ୍ୟୁ ସଂଖ୍ୟା କମିଛି। ଦୈନିକ ସଂକ୍ରମଣ କମି ୬ ଶହ ତଳେ ରହିଛି। ଏହା ୫୪୭ ରହିଛି। ଗୋଟିଏ ଦିନ ତଳେ ଏହା ୭୩୩ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୧ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୨ ଥିଲା। ଏହି ସମୟରେ ସକ୍ରିୟ ମାମଲା କମି ୯ ହଜାର ୪୬୮ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୧୨ ହଜାର ୩୦୭ ଥିଲା। ସେହିପରି ୨୪ ଘଣ୍ଟାରେ ୩,୩୮୫ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୯୭୭ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୦ ହଜାର ୫୩୨ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୬ ଲକ୍ଷ ୬୬ ହଜାର ୯୨୪ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୧ ଲକ୍ଷ ୨୬ ହଜାର ୯୨୪ ଜଣ ସୁସ୍ଥ ହୋଇ ସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁର୍ଖ ନ ଥିଲେ ନେହେରୁ-ଇନ୍ଦିରା, କାହିଁକି ଏମିତି କହିଲେ ଶାନ୍ତିଶ୍ରୀ ପଣ୍ଡିତ

ନୂଆଦିଲ୍ଲୀ,୨୩।୪: ଜବାହରଲାଲ ନେହେରୁ ବିଶ୍ୱବିଦ୍ୟାଳୟ (ଜେଏନୟୁ) କୁଳପତି ପ୍ରଫେସର ଶାନ୍ତିଶ୍ରୀ ପଣ୍ଡିତ କହିଛନ୍ତି ଯେ ଧର୍ମ, ଭାଷା ଏବଂ ‘ଡ୍ରେସ କୋଡ’ରେ ସମାନତା ଦେଶରେ କାମ...

୯୦ ସେକେଣ୍ଡର ଭାଷଣ କଂଗ୍ରେସ ଦଳ ଏବଂ ଇଣ୍ଡିଆ ମେଣ୍ଟରେ ଆତଙ୍କ ସୃଷ୍ଟି କରିଛ: ମୋଦି

ଜୟପୁର,୨୩।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ରାଜସ୍ଥାନର ଟୋଙ୍କାରେ ଏକ ସାଧାରଣ ସଭାରେ ଉଦବୋଧନ ଦେଇ କହିଛନ୍ତି ଯେ ମୋର ୯୦ ସେକେଣ୍ଡର ଭାଷଣ କଂଗ୍ରେସ...

ଚିରାଗ ପାସଓ୍ବାନଙ୍କୁ ନିର୍ବାଚନ ପୂର୍ବରୁ ଝଟ୍‌କା! ବିଏସପିରେ ସାମିଲ ହେଲେ ପୂର୍ବତନ ଏମପି

ପାଟନା,୨୩।୪: ଲୋକ ସଭା ନିର୍ବାଚନରେ ଟିକେଟ ଦାବିରେ ଚିରାଗ ପାସୱାନଙ୍କଠାରୁ ଅଲଗା ହୋଇଥିବା ପୂର୍ବତନ ଏମପି ଅରୁଣ କୁମାର ବହୁଜନ ସମାଜ ପାର୍ଟିରେ ଯୋଗ ଦେଇଛନ୍ତି।...

ହାଇକୋର୍ଟର ମୁଖ୍ୟ ବିଚାରପତି କାହିଁକି କହିଲେ ଘୁଞ୍ଚାଇ ଦିଆଯାଉ ନିର୍ବାଚନ ତାରିଖ

କୋଲକାତା,୨୩।୪: ମଙ୍ଗଳବାର କୋଲାକାତା ହାଇକୋର୍ଟ ଚେତାବନୀ ଦେଇଛନ୍ତି ଯେ ପଶ୍ଚିମବଙ୍ଗର ସେହି ଲୋକ ସଭା ନିର୍ବାଚନମଣ୍ଡଳୀରେ ମତଦାନ ଅନୁମତି ଦିଆ ନ ଯାଉ ଯେଉଁଠାରେ ରାମ...

ଅରବିନ୍ଦ କେଜରିଓ୍ବାଲ, କେ. କବିତାଙ୍କୁ କୋର୍ଟରୁ ମିଳିଲା ଝଟ୍‌କା

ନୂଆଦିଲ୍ଲୀ,୨୩।୪: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ ଆଦମୀ ପାର୍ଟିର ଜାତୀୟ ସଂଯୋଜକ ଅରବିନ୍ଦ କେଜରିୱାଲ ମଙ୍ଗଳବାର ଏକ୍ସାଇଜ ପଲିସି ସ୍କାମ ସହ ଜଡିତ ମନି ଲଣ୍ଡରିଂ...

ପତଞ୍ଜଳି ଉପରେ ବର୍ଷିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୩।୪: ପତଞ୍ଜଳିର ବିଭ୍ରାନ୍ତିକର ବିଜ୍ଞାପନ ମାମଲାର ଶୁଣାଣି ଆଜି ସୁପ୍ରିମକୋର୍ଟରେ ହୋଇଥିଲା। ଏହି ସମୟରେ ଯୋଗ ଗୁରୁ ରାମଦେବ ଏବଂ ଆଚାର୍ଯ୍ୟ ବାଲକ୍ରିଷ୍ଣା ଉପସ୍ଥିତ ଥିଲେ।...

କଂଗ୍ରେସ ସମର୍ଥନରେ ପଚାର ମଇଦାନକୁ ଓହ୍ଲାଇଲେ ପୁଷ୍ପା! ଜାଣନ୍ତୁ ଭାଇରାଲ ଭିଡିଓର ସତ୍ୟତା

ନୂଆଦିଲ୍ଲୀ,୨୩।୪: କିଛି ଦିନ ଧରି ଭାରତରେ ଡିପ୍‌ଫେକ ସମସ୍ୟା ଗମ୍ଭୀର ହୋଇପଡ଼ିଛି। ଅନେକ ତାରକା ଡିପ୍‌ଫେକ ଭିଡିଓର ଶିକାର ହୋଉଛନ୍ତି ଏବଂ ଏହା ଏ ପର୍ଯ୍ୟନ୍ତ...

ବିପଜ୍ଜନକ ହାରରେ ତରଳୁଛି ହିମାଳୟ ଗ୍ଲେସିୟର

ବେଙ୍ଗାଲୁରୁ,୨୩/୪:ବିସ୍ତୀର୍ଣ୍ଣ ଗ୍ଲେସିୟର ଏବଂ ତୁଷାରାବୃତ୍ତ ଅଞ୍ଚଳ ଲାଗି ତୃତୀୟ ମେରୁ ଭାବେ ପରିଚିତ ହିମାଳୟ ପର୍ବତମାଳା ଉଭୟ ଭୌତିକ ଓ ସାମାଜିକ ଦୃଷ୍ଟିରୁ ବୈଶ୍ୱିକ ଜଳବାୟୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri