୬ ହଜାର ତଳେ ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ, ୨୧।୧୨: ଦେଶରେ କରୋନା ମହାମାରୀ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ସଂଖ୍ୟାରେ ସାମାନ୍ୟ ବ୍ରେକ୍‌ ଲାଗିଛି। ଲଗାତାର ୧୧ ଦିନ ଧରି ଦୈନିକ ସଂକ୍ରମଣ ୮ ହଜାର ତଳେ ରହିଛି। ଗତ ୨୪ ଘଣ୍ଟାରେ ୫ ହଜାର ୩୨୬ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଏହି ସମୟ ମଧ୍ୟରେ ଦେଶରେ କରୋନାରେ ୪୫୩ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ସେହିପରି ୮ ହଜାର ୪୩ ଜଣ ସୁସ୍ଥ ହୋଇଛନ୍ତି। ଦେଶରେ ଆକ୍ରାନ୍ତଙ୍କ ସୁସ୍ଥତା ହାର ୯୮.୩୮ ପ୍ରତିଶତ ରହିଛି। ଅପରପକ୍ଷରେ ସକ୍ରିୟ ମାମଲା ୭୯ ହଜାର ୯୭ ରହିଛି। ସାପ୍ତାହିକ ପଜିଟିଭ୍‌ ହାର ୦.୭୧ ପ୍ରତିଶତରୁ କମ୍‌ ରହିଛି। ଦୈନିକ ପଜିଟିଭିଟି ହାର ୦.୬୪ ପ୍ରତିଶତ ରହିଛି। ସକ୍ରିୟ ମାମଲା ୦.୨୪ ପ୍ରତିଶତରେ ପହଞ୍ଚିଛି। ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ ଲକ୍ଷ ୭୮ ହଜାର ୭ ଛୁଇଁଥିବାବେଳେ ମୃତ୍ୟୁ ହାର ୧.୩୭ ପ୍ରତିଶତ ରହିଛି। ବର୍ତ୍ତମାନ ସୁଦ୍ଧା ୧୩୮ କୋଟି ୩୪ ଲକ୍ଷ ୭୮ ହଜାର ୧୮୧ ଜଣଙ୍କୁ ଟିକାଦାନ ସରିଛି। ଆରମ୍ଭରୁ ବର୍ତ୍ତମାନ ସୁଦ୍ଧା ୩ କୋଟି ୪୧ ଲକ୍ଷ ୯୫ ହଜାର ୬୦ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିହାର ନିର୍ବାଚନ ହାରିବା ପରେ CWCର ପ୍ରଥମ ବୈଠକ, ଦିଲ୍ଲୀରେ ମନ୍ଥନ

ନୂଆଦିଲ୍ଲୀ,୨୭।୧୨: ଶନିବାର (ଡିସେମ୍ବର ୨୭) ଦିଲ୍ଲୀରେ କଂଗ୍ରେସ କାର୍ଯ୍ୟକାରିଣୀ କମିଟି (CWC) ବୈଠକ କରୁଛି। କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ, କଂଗ୍ରେସ ସଂସଦୀୟ ଦଳ ଅଧ୍ୟକ୍ଷା...

ଭାଜପାକୁ ବଡ଼ ଝଟକା, ମମତାଙ୍କୁ ନେଇ ଟଲିଉଡ ଅଭିନେତ୍ରୀ କହିଲେ…

କୋଲକାତା,୨୭।୧୨: ପଶ୍ଚିମବଙ୍ଗରେ ଆଗାମୀ ବିଧାନସଭା ନିର୍ବାଚନ ପୂର୍ବରୁ ଭାଜପାକୁ ବଡ଼ ଝଟକା ଲାଗିଛି। ଲୋକପ୍ରିୟ ବଙ୍ଗଳା ଚଳଚ୍ଚିତ୍ର ଅଭିନେତ୍ରୀ ଏବଂ ପୂର୍ବତନ ଭାଜପା ନେତ୍ରୀ ପର୍ଣ୍ଣୋ...

ନୂଆବର୍ଷରୁ ଏମାନଙ୍କୁ ମିଳିବନି ରାସନ! ଡିସେମ୍ୱର ୩୧ ସୁଦ୍ଧା କରି ନିଅନ୍ତୁ ଏହି କାମ

ନୂଆଦିଲ୍ଲୀ,୨୭।୧୨: ରାସନ କାର୍ଡ ହିତାଧିକାରୀଙ୍କ ପାଇଁ ଏହା ଗୁରୁତ୍ୱପୂର୍ଣ୍ଣ ସୂଚନା। ସମସ୍ତ ରାସନ କାର୍ଡ ହିତାଧିକାରୀଙ୍କୁ ଡିସେମ୍ୱର 31 ପୂର୍ୱରୁ ଏହି ଜରୁରୀ କାର୍ଯ୍ୟ ସମାପ୍ତ...

‘ଆସାମରେ ୪୦ ପ୍ରତିଶତ ବାଂଲାଦେଶ ମୁସଲିମ’, ଆଶ୍ଚର୍ଯ୍ୟଜନକ ଦାବି କଲେ ମୁଖ୍ୟମନ୍ତ୍ରୀ

ଗୁଆହାଟୀ,୨୭।୧୨: ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମା ଏକ କାର୍ଯ୍ୟକ୍ରମରେ ଦାବି କରିଥିଲେ ଯେ ରାଜ୍ୟର ମୋଟ ଜନସଂଖ୍ୟାର ୪୦ ପ୍ରତିଶତ ବାଂଲାଦେଶୀ ମୁସଲମାନ। ସେ...

ଓଡ଼ିଶା ଆସି ଓଡ଼ିଆରେ କହିଲେ ନିର୍ବାଚନ କମିଶନର, ଜୟ ଜଗନ୍ନାଥରୁ ଅଭିଭାଷଣ ଆରମ୍ଭ କରି…

ପୁରୀ,୨୭ା୧୨: ଓଡ଼ିଶାରେ ଆସି ପହଞ୍ଚିଛନ୍ତି ଭାରତୀୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର। ୩ ଦିନିଆ ଓଡ଼ିଶା ଗସ୍ତରେ ସପରିବାର ଆସିଛନ୍ତି। ବିମାନବନ୍ଦରରେ ପହଞ୍ଚିବା ପରେ ସମସ୍ତ...

କୋଭିଡ୍‌ ପରେ ପ୍ରଦୂଷଣ ସବୁଠୁ ବିପଦ: ସତର୍କ କରାଇଲେ ବିଶେଷଜ୍ଞ

ନୂଆଦିଲ୍ଲୀ,୨୭ା୧୨(ପି.ଟି.):ଭାରତରେ କୋଭିଡ୍‌-୧୯ ମହାମାରୀ ବୃହତ୍‌ ସ୍ବାସ୍ଥ୍ୟ ସଙ୍କଟ ସୃଷ୍ଟି କରିଥିଲା। ଏହା ପରେ ବର୍ତ୍ତମାନ ବାୟୁ ପ୍ରଦୂଷଣ ଜନସ୍ବାସ୍ଥ୍ୟ ପାଇଁ ସବୁଠୁ ବଡ଼ ବିପଦ ରୂପେ...

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଏତିକି ନୂଆ ଜିଲା ପାଇଁ ଖୁବ୍‌ଶୀଘ୍ର ନିଯୁକ୍ତ ହେବେ…

ନୂଆଦିଲ୍ଲୀ,୨୭ା୧୨: ଦିଲ୍ଲୀ ସରକାର ଖୁବ୍‌ଶୀଘ୍ର ରାଜଧାନୀରେ ନୂତନ ପ୍ରଶାସନିକ ଢାଞ୍ଚା ଅନୁଯାୟୀ ଅଧିକାରୀମାନଙ୍କ ନିଯୁକ୍ତି ପାଇଁ ନିର୍ଦ୍ଦେଶ ଜାରି କରିବେ। ଏହି ନିଷ୍ପତ୍ତି ଅନୁଯାୟୀ, ୧୩ଟି...

ଭାଷଣ ଦେଉଥିଲେ ଭାଜପା ଏମ୍‌ପି. ଆକ୍ରମଣ କଲା ମହୁମାଛି: ଆଉ ତା’ପରେ…

ଲକ୍ଷ୍ନୌ,୨୭।୧୨: ଉତ୍ତର ପ୍ରଦେଶର ଦେଓରିଆର ରବିନ୍ଦ୍ର କିଶୋର ଶାହି ଷ୍ଟାଡିୟମରେ ସଂସଦୀୟ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ ହେଉଥିଲା। କ୍ରୀଡା ମହୋତ୍ସବର ଶେଷ ପର୍ଯ୍ୟାୟ ଶେଷ ହୋଇଥିଲା।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri