Posted inଜାତୀୟ

୬ ହଜାର ତଳେ ଦୈନିକ ସଂକ୍ରମଣ, ସକ୍ରିୟ ମାମଲା ୫୦ ହଜାରରୁ କମ…

ନୂଆଦିଲ୍ଲୀ, ୩୦।୪: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ଦୈନିକ କରୋନା ସଂକ୍ରମଣ ମାମଲା ପୁଣି କମିଛି। ସେହିପରି ସକ୍ରିୟ ମାମଲାରେ ହ୍ରାସ ଦେଖିବାକୁ ମିଳିଛି। ଗତ ୨୪ ଘଣ୍ଟାରେ ସକ୍ରିୟ ମାମଲା ୫୦ ହଜାରରୁ କମ ରହିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୬ ହଜାରରୁ କମ ରହିଛି। ଗତ ୨୪ ଘଣ୍ଟାରେ ଏହା ୫,୮୬୫ ଛୁଇଁଛି। ଗୋଟିଏ ଦିନ ତଳେ ଏହା ୭,୧୫୬ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୧୬ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୨୫ ଥିଲା। ଏହି ସମୟରେ ସକ୍ରିୟ ମାମଲା ୪୯ ହଜାର ୧୫ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୫୧ ହଜାର ୩୧୪ ଥିଲା। ସେହିପରି ୨୪ ଘଣ୍ଟାରେ ୮,୧୪୮ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୯,୬୬୯ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୧ ହଜାର ୫୩୩ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୯ ଲକ୍ଷ ୪୫ ହଜାର ୩୮୯ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୩ ଲକ୍ଷ ୬୪ ହଜାର ୮୪୧ ଜଣ ସୁସ୍ଥ ହୋଇ ସାରିଛନ୍ତି ବୋଲି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ୱାମୀଙ୍କଠାରୁ ଅଧିକ ରୋଜଗାର କରୁଥିଲେ ମିଳିବନି ଭରଣପୋଷଣ ଟଙ୍କା: କର୍ନାଟକ ହାଇକୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୧।୭: ସ୍ୱାମୀ-ସ୍ତ୍ରୀଙ୍କ ମଧ୍ୟରେ ଭରଣପୋଷଣ ବିବାଦକୁ ନେଇ କର୍ଣ୍ଣାଟକ ହାଇକୋର୍ଟ ଏକ ବଡ଼ ଶୁଣାଣି କରିଛନ୍ତି। ଯଦି ସ୍ତ୍ରୀର ଆୟ ସ୍ୱାମୀଙ୍କଠାରୁ ଅଧିକ, ତେବେ ସେ ଭରଣପୋଷଣ…

ଭାରତକୁ ବଡ଼ ଅଫର୍‌ ଦେଲା ରୁଷିଆ: ଶୁଣିଲେ ପାକିସ୍ତାନର ଉଡ଼ିଯିବ ହୋଶ୍‌

ମସ୍କୋ/ନୂଆଦିଲ୍ଲୀ,୧।୭: ରୁଷିଆ ଭାରତକୁ Su-57E ଷ୍ଟିଲ୍ଥ ଲଢ଼ୁଆ ବିମାନର ଯୋଗାଣ ଏବଂ ମିଳିତ ଉତ୍ପାଦନ ସମ୍ପର୍କରେ ଏକ ପ୍ରମୁଖ ପ୍ରସ୍ତାବ ଦେଇଛି। ଏହି ଚୁକ୍ତି ଭାରତ-ପ୍ରଶାନ୍ତ ମହାସାଗରୀୟ…

ରାଇକିଆ ଥାନାରେ ନିଶାମୁକ୍ତ ଅଭିଯାନ, ଏହି ଶପଥ ନେଲେ ଛାତ୍ରୀଛାତ୍ର

ରାଇକିଆ,୧।୭(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଥାନାରେ ବୁଧବାର ନିଶା ମୁକ୍ତ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଥାନା ଅଧିକାରୀ ଏ.ସ୍ୱର୍ଣ୍ଣଲତା ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…

ନୂତନ ବ୍ଲକ ଶିକ୍ଷା ଅଧିକାରିଣୀ ଭାବେ ଯୋଗଦେଲେ ମଧୁସ୍ମିତା:ଏକ ନମ୍ବର ଶିକ୍ଷା ବ୍ଲକ କରିବା ଲକ୍ଷ୍ୟ

କର୍ଲାମୁଣ୍ଡା:୧/୭(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଶିକ୍ଷା ବିଭାଗରେ ନୂତନ ଭାବେ ବୁଧବାର ବ୍ଲକ ଶିକ୍ଷା ଅଧିକାରିଣୀ ମଧୁସ୍ମିତା ନାଏକ ଯୋଗ ଦେଇଛନ୍ତି। କାର୍ଯ୍ୟାଳୟରେ ଯୋଗଦେବା…

ଗଜପତି ପୋଲିସକୁ ବଡ଼ ସଫଳତା: ଆନ୍ତଃରାଜ୍ୟ ମାନବ ଚାଲାଣର ପର୍ଦ୍ଦାଫାଶ, ୬ ନାବାଳିକା…

ଗଜପତି,୧।୭(ଗିରିଧାରୀ ପରିଛା): ଗଜପତି ପୋଲିସ ଏକ ଆନ୍ତଃରାଜ୍ୟ ମାନବ ଚାଲାଣର ପର୍ଦ୍ଦାଫାଶ କରି ୬ ଜଣ ନାବାଳିକାଙ୍କ ସମେତ ୭ ଜଣ ପୀଡ଼ିତାଙ୍କୁ ହାଇଦ୍ରାବାଦରୁ ଉଦ୍ଧାର କରିଛି।…

ଆଜିଠାରୁ ଅନିର୍ଦ୍ଦିଷ୍ଟକାଳ ଯାଏ ରୋଗୀସେବା ବନ୍ଦ, ହନ୍ତସନ୍ତ ହେଉଛନ୍ତି ରୋଗୀ

ବଞ୍ଚୋ,୧।୭(ପ୍ରଦୋଷ ବିଶ୍ୱାଳ ): ଓଡ଼ିଶା ମେଡିକାଲ ସର୍ଭିସ ଆସୋସିଏଶନ (ଓମ୍‌ସା)ର ୮ ଦଫା ଦାବି ପୂରଣ ନ ହେବା ପ୍ରତିବାଦରେ ଜାତୀୟ ଡାକ୍ତର ଦିବସ ଅବସରରୁ ବୁଧବାର…

ଗଣଶିକ୍ଷା ବିଭାଗର ବଡ଼ ଘୋଷଣା, ଛାତ୍ରୀଛାତ୍ରଙ୍କୁ ମିଳିବ ସମ୍ପୂର୍ଣ୍ଣ ନୂଆ ବହି

ଭୁବନେଶ୍ୱର,୧।୭: ଛାତ୍ରଛାତ୍ରୀଙ୍କୁ ମିଳିବ ସମ୍ପୂର୍ଣ୍ଣ ନୂଆ ବହି । ଚଳିତ ବର୍ଷରେ ହିଁ ନୂଆ ବହି ଯୋଗାଇ ଦେବେ ସରକାର । ଯଥା  ସମ୍ଭବ ଛାତ୍ରୀଛାତ୍ରଙ୍କୁ ବହି…

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ଆଜିଠୁ ବଦଳିଲା ‘ମନରେଗା’ ଯୋଜନା, ନୂଆ ‘VB-G RAM G’ ଆକ୍ଟରେ ଏବେ ପ୍ରତିଦିନ ମିଳିବ…

ନୂଆଦିଲ୍ଲୀ,୧।୭: ଗ୍ରାମୀଣ ରୋଜଗାର କ୍ଷେତ୍ରରେ କେନ୍ଦ୍ର ସରକାର ଆଜି ଅର୍ଥାତ୍ ୧ ଜୁଲାଇ ୨୦୨୬ରୁ ଏକ ଐତିହାସିକ ତଥା ବଡ଼ ନୀତିଗତ ପରିବର୍ତ୍ତନ କାର୍ଯ୍ୟକାରୀ କରିଛନ୍ତି। ଦେଶର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri