Posted inଜାତୀୟ

ଦୈନିକ ସଂକ୍ରମଣ ୭ ଶହ ତଳେ…

ନୂଆଦିଲ୍ଲୀ, ୧୬।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ଦୈନିକ କରୋନା ସଂକ୍ରମଣ ମାମଲା ପୁଣି କମିଛି। ସେହିପରି ସକ୍ରିୟ ମାମଲାରେ ହ୍ରାସ ଦେଖିବାକୁ ମିଳିଛି। ଗତ ୨୪ ଘଣ୍ଟାରେ ସକ୍ରିୟ ମାମଲା ୧୪ ହଜାରରୁ କମ ରହିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୭ ଶହରୁ କମ ରହିଛି। ଗତ ୨୪ ଘଣ୍ଟାରେ ଏହା ୬୫୩ ଛୁଇଁଛି। ଗୋଟିଏ ଦିନ ତଳେ ଏହା ୭୯୭ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୯ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୪ ଥିଲା। ଏହି ସମୟରେ ସକ୍ରିୟ ମାମଲା ୧୩ ହଜାର ୩୭ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୧୪ ହଜାର ୪୯୩ ଥିଲା। ସେହିପରି ୨୪ ଘଣ୍ଟାରେ ୨,୧୦୦ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୧,୦୨୨ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୧ ହଜାର ୭୯୦ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୯ ଲକ୍ଷ ୮୨ ହଜାର ୧୩୧ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୪ ଲକ୍ଷ ୩୭ ହଜାର ୩୦୪ ଜଣ ସୁସ୍ଥ ହୋଇ ସାରିଛନ୍ତି ବୋଲି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣବର୍ଷାରେ ଭୁଶୁଡ଼ିଲା ଘର କାନ୍ଥ; ଅଳ୍ପକେ ବର୍ତ୍ତିଲେ ପରିବାର, ବିପନ୍ନଙ୍କୁ ସହାୟତା ଦାବି

ଦିଗପହଣ୍ଡି,୨୪।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଗତ ୪ ଦିନ ବ୍ୟାପି ବର୍ଷା ଲାଗି ରହିଛି । ଫଳରେ ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ…

ଚାଞ୍ଚଲ୍ୟକର ଖୁଲାସା, ଏହି ଖେଳାଳି ଛଡାଇ ନେବେ ଋତୁରାଜଙ୍କ ପଦ!

ନୂଆଦିଲ୍ଲୀ: IPL ୨୦୨୭ ପୂର୍ବରୁ ଚେନ୍ନାଇ ସୁପର କିଙ୍ଗ୍ସ (CSK) ନିଜ କୋଚିଂ ସେଟଅପ୍‌ରେ ବଡ଼ ପରିବର୍ତ୍ତନ କରିଛି । ଦୀର୍ଘ ସମୟ ଧରି ଦଳର ହେଡ୍…

୫ ରାଜ୍ୟର ନିର୍ବାଚନରେ ପାଣି ଭଳି ଟଙ୍କା ଖର୍ଚ୍ଚ କରିଛି ଭାଜପା, ମୂଲ୍ୟ ଶୁଣିଲେ ହୋଇଯିବେ କାବା! ଏହି ରାଜ୍ୟରେ ସବୁଠୁ ଅଧିକ

ନୂଆଦିଲ୍ଲୀ,୨୪।୯: ଆସାମ, ତାମିଲନାଡୁ, ପୁଡୁଚେରୀ, କେରଳ ଏବଂ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପାଇଁ ଭାଜପାର ଖର୍ଚ୍ଚ ରିପୋର୍ଟରୁ ଜଣାପଡ଼ିଛି ଯେ, ଦଳର କେନ୍ଦ୍ରୀୟ କାର୍ଯ୍ୟାଳୟ ଏହି ୫ଟି…

ଗଭୀର ଅବପାତ ପ୍ରଭାବରେ ଫୁଲୁଛି ଋଷିକୁଲ୍ୟା, ଭୟଭୀତ ନହେବାକୁ ପ୍ରଶାସନର ସଚେତନତା

ପୁରୁଷୋତ୍ତମପୁର,୨୪।୯(ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲାର ପୁରୁଷୋତ୍ତମପୁର ଅଞ୍ଚଳରେ ତିନିଦିନ ଧରି ଲଗାଣ ବର୍ଷା ଜାରି ରହିଛି। ଏହି ଲଗାଣ…

ପାଣି ଘେରରେ ଗୋଖର କୁଦା; ବୁଡ଼ିଲା ତଳିଆ ଅଞ୍ଚଳ, ଆତଙ୍କିତ ମତ୍ସଜୀବୀ

ଗଞ୍ଜାମ,୨୪।୯(ବିଦ୍ୟାଧର ସାହୁ ): ଟଳିଛି ବାତ୍ୟା ଭୟ । ଗଭୀର ଅବପାତ ଜନିତ ଲଗାଣ ବର୍ଷା ଲାଗି ରହିଥିବାରୁ ପାଳିବନ୍ଧ ପଞ୍ଚାୟତ ଗୋଖର କୁଦା ଗ୍ରାମ ପାଣି…

ମୋ ମାଧବ…ହାତରେ ବଂଶୀ ଧରି କୃଷ୍ଣ ସାଜିଲେ ଅଖିଳେଶ, ଜାଣନ୍ତୁ କିଏ ହେଲେ ସୁଦାମା

ଲକ୍ଷ୍ନୌ,୨୪।୯: ସମାଜବାଦୀ ପାର୍ଟି ମୁଖ୍ୟ ତଥା ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଅଖିଳେଶ ଯାଦବ ଗୁରୁବାର ‘PDA ରଥ’ରେ ରାୟବରେଲୀ ପହଞ୍ଚିଛନ୍ତି । ତାଙ୍କ ଆଗମନ ପୂର୍ବରୁ ସହରର…

‘ଧରିତ୍ରୀ’ ପ୍ରଭାବ: ଜଳମଗ୍ନ ଅଞ୍ଚଳ ପରିଦର୍ଶନ କଲେ ଜିଲାପାଳ

ଛତ୍ରପୁର, ୨୪।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟନାୟକ): ଗଭୀର ଅବପାତଜନିତ ପ୍ରବଳ ବର୍ଷା ଯୋଗୁ ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ତାମ୍ପରା ହ୍ରଦ ନିକଟସ୍ଥ ବ୍ୟାଙ୍କ କଲୋନୀର କେତେକ ଅଞ୍ଚଳ…

ଭାରତୀୟ ଅର୍ଥନୀତି ଆଗରେ ବଡ଼ ବିପଦ! PM ମୋଦିଙ୍କ ପ୍ରଧାନ ସଚିବ ଦେଲେ ଚେତାବନୀ, ଦେଶରେ ଚହଳ

ନୂଆଦିଲ୍ଲୀ,୨୪।୯: ମୁମ୍ବାଇରେ ଆୟୋଜିତ ଏସ୍‌ବିଆଇ ବ୍ୟାଙ୍କିଂ ଆଣ୍ଡ ଇକୋନୋମିକ୍ସ କନକ୍ଲେଭରେ ଯୋଗଦେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରଧାନ ସଚିବ ଡ. ପି.କେ. ମିଶ୍ରା ବଡ଼ ଚେତାବନୀ ଦେଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?