୮୦ ତଳେ ଦୈନିକ ସଂକ୍ରମଣ, ମୃତ୍ୟୁ ସଂଖ୍ୟା ୧୦ ତଳେ…

ନୂଆଦିଲ୍ଲୀ, ୧୧।୪ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା କମିଛି। ଦୈନିକ ସଂକ୍ରମଣ ୮୦ ତଳେ ଥିବାବେଳେ ଗତ ୨୪ ଘଣ୍ଟାରେ ଏହା ୭୪ରେ ପହଞ୍ଚିଛି। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୧୦ ତଳେ ରହିଛି। ଏହା ୬ ରେ ପହଞ୍ଚିଛି।

ଅପରପକ୍ଷରେ ସକ୍ରିୟ ମାମଲା କମିବାରେ ଲାଗିଛି। ଏହି ସମୟରେ ସକ୍ରିୟ ମାମଲା ୧୨ ହଜାର ତଳେ ରହିଛି। ଏହା ୧୧ ହଜାର ୫୮ ରହିଛି। ସେହିପରି ୨୪ ଘଣ୍ଟାରେ ୯୨୯ ଜଣ ସୁସ୍ଥ ହୋଇଛନ୍ତି।

ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୨୧ ହଜାର ୬୯୧ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୩୦ ଲକ୍ଷ ୩୬ ହଜାର ୧୩୨ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୨୫ ଲକ୍ଷ ୩ ହଜାର ୩୮୩ ଜଣ ସୁସ୍ଥ ହୋଇ ସାରିଛନ୍ତି। ସୂଚନାଯୋଗ୍ୟ, ସମ୍ପ୍ରତି ଦେଶରେ ଟିକାକରଣ ସଂଖ୍ୟା ୧୮୫ କୋଟି ୭୦ ଲକ୍ଷରୁ ଅଧିକ ଟପିଛି। ସେଥିମଧ୍ୟରେ ୯୧ କୋଟି ୩୦ ଲକ୍ଷରୁ ଅଧିକ ପ୍ରଥମ ଡୋଜ୍‌ ଥିବାବେଳେ ୮୦ କୋଟିରୁ ଅଧିକ ଦ୍ୱିତୀୟ ଡୋଜ୍‌ ରହିଛି।

ଗତ ୨୪ ଘଣ୍ଟାରେ କେରଳର ସର୍ବାଧିକ ୨୨୩ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ଦିଲ୍ଲୀରେ ୧୪୧ ଜଣ, ମହାରାଷ୍ଟ୍ରରେ ୯୦ ଜଣ, ହରିୟାଣାରେ ୮୯ ଏବଂ ମିଜୋରାମ୍‌ରେ ୫୦ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

Share