୯ ହଜାର ତଳେ ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ,୨୨।୧୧: ଦେଶରେ କରୋନା ମହାମାରୀ ସଂକ୍ରମଣ ୯ ହଜାର ତଳେ ରହିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୮ ହଜାର ୪୮୮ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ୫୩୮ ଦିନ ପରେ ଏହା ସର୍ବନିମ୍ନ ରହିଛି। ଏହି ସମୟ ମଧ୍ୟରେ ଦେଶରେ କରୋନାରେ ୨୪୯ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ସେହିପରି ୧୨ ହଜାର ୫୧୦ ଜଣ ସୁସ୍ଥ ହୋଇଛନ୍ତି। ଦେଶରେ ଆକ୍ରାନ୍ତଙ୍କ ସୁସ୍ଥତା ହାର ୯୮.୨୮ ପ୍ରତିଶତ ରହିଛି।

ଅପରପକ୍ଷରେ ସକ୍ରିୟ ମାମଲା ୧ ଲକ୍ଷ ୧୮ ହଜାର ୪୪୩ ରହିଛି। ୫୩୪ ଦିନ ପରେ ଏହା ସର୍ବନିମ୍ନ ରହିଛି। ସାପ୍ତାହିକ ପଜିଟିଭ୍‌ ହାର ୦.୯୪ ପ୍ରତିଶତରୁ କମ୍‌ ରହିଛି। ଦୈନିକ ପଜିଟିଭିଟି ହାର ୦.୯୮ ପ୍ରତିଶତ ରହିଛି। ସକ୍ରିୟ ମାମଲା ୦.୩୪ ପ୍ରତିଶତରେ ପହଞ୍ଚିଛି।

ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ ଲକ୍ଷ ୬୫ ହଜାର ୯୧୧ ଛୁଇଁଥିବାବେଳେ ମୃତ୍ୟୁ ହାର ୧.୩୫ ପ୍ରତିଶତ ରହିଛି। ବର୍ତ୍ତମାନ ସୁଦ୍ଧା ୧୧୬ କୋଟି ୮୭ ଲକ୍ଷ ୨୮ ହଜାର ୩୮୫ ଜଣଙ୍କୁ ଟିକାଦାନ ସରିଛି। ଗତ ୨୪ ଘଣ୍ଟାରେ ୩୨ ଲକ୍ଷ ୯୯ ହଜାର ୩୩୭ ଜଣଙ୍କୁ ଟିକାଦାନ କରାଯାଇଛି।

ସେହିପରି ଇତିମଧ୍ୟରେ ୬୩ କୋଟି ୨୫ ଲକ୍ଷ ୨୪ ହଜାର ୨୫୯ ଜଣ ଲୋକଙ୍କ ନମୁନା ପରୀକ୍ଷା କରାଯାଇଛି। ଗତ ୨୪ ଘଣ୍ଟାରେ ୭ ଲକ୍ଷ ୮୩ ହଜାର ୫୬୭ ଜଣଙ୍କ ନମୁନା ପରୀକ୍ଷା କରାଯାଇଛି ବୋଲି ଆଇସିଏମ୍‌ଆର ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ସଂକ୍ରମଣ ଆରମ୍ଭରୁ ବର୍ତ୍ତମାନ ସୁଦ୍ଧା ୩ କୋଟି ୩୯ ଲକ୍ଷ ୨୨ ହଜାର ୩୭ ଲୋକ ସୁସ୍ଥ ହୋଇସାରିଛନ୍ତି। ସେହିପରି ୩ କୋଟି ୪୫ ଲକ୍ଷ ୧୦ ହଜାର ୪୧୩ ଲୋକ କରୋନାରେ ଆକ୍ରାନ୍ତ ହୋଇଛନ୍ତି।

କେରଳରେ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। କେରଳରେ ଗତ ୨୪ ଘଣ୍ଟାରେ ୫,୦୮୦ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଥିବା ବେଳେ ଦୈନିକ ମୃତ୍ୟୁ ସଂଖ୍ୟା ୪୦ ରହିଛି। ସେହିପରି ରାଜ୍ୟରେ ଏହି ସମୟ ମଧ୍ୟରେ ୭,୯୦୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦାଦନ ଖଟି ଯାଇଥିଲେ, ଫେରିଲା ମୃତଦେହ: ତେଲେଙ୍ଗାନାରେ ବିଦ୍ୟୁତ ଆଘାତରେ ଗଜପତିର ଶ୍ରମିକଙ୍କ ମୃତ୍ୟୁ

ପାରଳାଖେମୁଣ୍ଡି,୩।୭(ଗିରିଧାରୀ ପରିଛା): ଗଜପତି ଜିଲାରେ ଦାଦନ ଦୁଃଖର କରୁଣ ଚିତ୍ର ପୁଣି ସାମ୍ନାକୁ ଆସିଛି। ସ୍ଥାନୀୟ ଅଞ୍ଚଳରେ କାମର ଅଭାବ ଯୋଗୁ ଜୀବିକା ଅନ୍ୱେଷଣରେ ବାହାର ରାଜ୍ୟକୁ…

ଡାକ୍ତରଙ୍କ ଆନ୍ଦୋଳନ ଯୋଗୁ ରୋଗୀସେବା ବ୍ୟାହତ: ଦୁର୍ଘଟଣାରେ ଆହତଙ୍କୁ ଚିକିତ୍ସା ନ ମିଳିବାରୁ ବୁର୍ଲା ସ୍ଥାନାନ୍ତର

ବରଗଡ଼,୩।୭(ପ୍ରେମାନନ୍ଦ ଖମାରୀ)- ରାଜ୍ୟରେ ଡାକ୍ତରମାନଙ୍କ ବିଭିନ୍ନ ଦାବିକୁ ନେଇ ଚାଲିଥିବା ଆନ୍ଦୋଳନ ଯୋଗୁ ସାଧାରଣ ସ୍ୱାସ୍ଥ୍ୟସେବା ଗୁରୁତର ଭାବେ ପ୍ରଭାବିତ ହୋଇଛି। ଡାକ୍ତରଖାନା ଗୁଡ଼ିକରେ ରୋଗୀସେବା ତଥା…

୪୦ ବର୍ଷ ପରେ ନ୍ୟୁଜିଲାଣ୍ଡ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ, ଇଣ୍ଡୋନେସିଆରୁ ଅଷ୍ଟ୍ରେଲିଆ ଯାଏ ଦେଖିବାକୁ ମିଳିବ… 

ନୂଆଦିଲ୍ଲୀ,୩।୪: ବିଶ୍ୱର ବଦଳୁଥିବା ଭୂ-ରାଜନୈତିକ ସମୀକରଣ ମଧ୍ୟରେ ଭାରତ ନିଜର ବୈଦେଶିକ ନୀତି ଏବଂ ବାଣିଜ୍ୟିକ ସମ୍ପର୍କକୁ ଆହୁରି ସୁଦୃଢ଼ କରିବା ପାଇଁ ଏକ ବଡ଼ ପଦକ୍ଷେପ…

HRଙ୍କ ଗୋଟିଏ ଫୋନ୍‌ କଲ୍‌ରେ ଚାଲିଗଲା ଯୁବତୀଙ୍କର ସାଢ଼େ ୫ ବର୍ଷର ଚାକିରି, କହିଲେ ଭଗବାନଙ୍କ ନିର୍ଦ୍ଦେଶ ଯାହା…

ଦିଲ୍ଲୀର ଜଣେ ଆଇଟି ପ୍ରଫେଶନାଲଙ୍କ ଏକ ଭାବପ୍ରବଣ ଭିଡିଓ ସୋସିଆଲ ମିଡିଆରେ ତୀବ୍ର ବେଗରେ ଭାଇରାଲ ହେଉଛି। ଭିଡିଓରେ ଯୁବତୀ ଜଣକ କହୁଛନ୍ତି ସେ ଏଚ୍‌ଆରଙ୍କଠାରୁ ଏକ…

କମ୍ପାନୀରେ ସ୍ଥାନୀୟ ଲୋକଙ୍କୁ ନିଯୁକ୍ତି ଦେବା ପାଇଁ ବିଧାୟକଙ୍କ ସମୀକ୍ଷା, ମନମୁଖୀ କାର୍ଯ୍ୟ ନେଇ…

ଛତ୍ରପୁର,୩ା୭(ଦିଲ୍ଲୀପ ସାମଲ): ଛତ୍ରପୁର ଉପକଣ୍ଠରେ ଭାରତୀୟ ବିରଳ ମୃତ୍ତିକା ସଂରକ୍ଷଣ (ଆଇଆର୍‌ଇଏଲ୍‌) କମ୍ପାନୀରେ ସ୍ଥାନୀୟ ଅଞ୍ଚଳର ଦକ୍ଷତା ଭିତ୍ତିକଏବଂ ବେକାର ଯୁବତୀ/ଯୁବକଙ୍କୁ ନିଯୁକ୍ତି ଦେବା ସହିତ ଅନ୍ୟାନ୍ୟ…

T20 ବିଶ୍ୱକପ ଫାଇନାଲରେ ପହଞ୍ଚିବା ପରେ ଭାବପ୍ରବଣ ହୋଇଗଲେ ବିଶ୍ୱର ସବୁଠାରୁ ସୁନ୍ଦରୀ କ୍ରିକେଟର

ନୂଆଦିଲ୍ଲୀ,୩।୭: ଚଳିତ ମହିଳା T20 ବିଶ୍ୱକପରେ ଇଂଲଣ୍ଡ ଦ୍ୱିତୀୟ ଫାଇନାଲିଷ୍ଟ ହୋଇଛି। ଟୁର୍ଣ୍ଣାମେଣ୍ଟର ଦ୍ୱିତୀୟ ସେମିଫାଇନାଲ ଗତ ଗୁରୁବାର (ଜୁଲାଇ ୨) ଲଣ୍ଡନର କେନିଂଟନ ଓଭାଲରେ ଇଂଲଣ୍ଡ…

ଟିମ ଇଣ୍ଡିଆ ଜର୍ସି ପିନ୍ଧି ପଡ଼ିଆକୁ ଓହ୍ଲାଇଥିଲେ ସଚିନ ତେନ୍ଦୁଲକର! ‘ନମ୍ବର ୧୦’ ଦେଖି ପ୍ରଶଂସକଙ୍କ ମଧ୍ୟରେ ଖେଳିଗଲା…

ନୂଆଦିଲ୍ଲୀ,୩।୭: ସଚିନ ତେନ୍ଦୁଲକର ନୀଳ ୧୦ ନମ୍ବର ଜର୍ସି ପିନ୍ଧି ପଡ଼ିଆକୁ ପାଦ ଦେଇଥିଲେ। ଏହି ଚିତ୍ରଗୁଡ଼ିକ ଦେଖି ପ୍ରଶଂସକଙ୍କ ମଧ୍ୟରେ ତୁରନ୍ତ ଏକ ସ୍ମୃତିର ଭାବନା…

ଜୟପୁର ଏସ୍‌ଡିଆଇପିଆରଙ୍କୁ ମିଳିଲା ନୂଆ ଦାୟିତ୍ୱ

କୋରାପୁଟ,୩ା୭(ଅମିତାଭ ବେହେରା): ଜୟପୁର ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଯଶୋଦା ଗାଦବାଙ୍କୁ କୋରାପୁଟ ଜିଲାର ଭାରପ୍ରାପ୍ତ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ (ଡିଆଇପିଆରଓ) ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri