ଦୈନିକ ସଂକ୍ରମଣ ଶହେ ତଳେ…

ନୂଆଦିଲ୍ଲୀ, ୬।୨: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ପୁଣି ଦୈନିକ କରୋନା ସଂକ୍ରମଣ ମାମଲା କମିଛି। ଦୈନିକ ପଜିଟିଭ୍‌ ହାର ଏକ ପ୍ରତିଶତରୁ କମ ହୋଇଛି ଏବଂ ସୁସ୍ଥତା ହାରରେ ମଧ୍ୟ ଉନ୍ନତି ହୋଇଛି।
ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ପୁଣି କମି ଶହେ ତଳେ ରହିଛି। ଏହା ୯୧ ଛୁଇଁଛି। ଗୋଟିଏ ଦିନ ତଳେ ଏହା ୧୧୩ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ଶୂନରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ଶୂନ ଥିଲା। ଏହି ସମୟରେ ସକ୍ରିୟ ମାମଲା ୧୮ ଶହ ଉପରେ ରହିଛି। ଏହା ୧ ହଜାର ୮୧୭ ରେ ପହଞ୍ଚିଛି। ଗୋଟିଏ ଦିନତଳେ ଏହା ୧ ହଜାର ୮୧୭ ଥିଲା। ସେହିପରି ୨୪ ଘଣ୍ଟାରେ ୯୧ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୮୮ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୦ ହଜାର ୭୪୫ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୬ ଲକ୍ଷ ୮୩ ହଜାର ୪୫୪ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୧ ଲକ୍ଷ ୫୦ ହଜାର ୮୯୨ ଜଣ ସୁସ୍ଥ ହୋଇ ସାରିଛନ୍ତି।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ଜାରି ପ୍ରେସ ବିଜ୍ଞପ୍ତି ଅନୁସାରେ ଦେଶରେ ସୁସ୍ଥତା ହାର ବୃଦ୍ଧି ପାଇ ୯୮.୮୧ ପ୍ରତିଶତ ରହିଛି। ସେହିପରି ସକ୍ରିୟ ମାମଲା ୦.୦୧ ପ୍ରତିଶତ ରହିଛି। ଦୈନିକ ସଂକ୍ରମଣ ୦.୧୧ ପ୍ରତିଶତ ଏବଂ ସାପ୍ତାହିକ ସଂକ୍ରମଣ ୦.୮ ପ୍ରତିଶତ ରହିଛି। ଅପରପକ୍ଷରେ ମୃତ୍ୟୁ ହାର କମି ୧.୧୯ ପ୍ରତିଶତରେ ପହଞ୍ଚିଛି।


Enter your email to get our daily news in your inbox.

All Right Reserved By Dharitri.Com

ହତ୍ୟା ପରେ ବ୍ୟକ୍ତିଙ୍କୁ ଜାଳିଦେଲେ ଦୁର୍ବୃତ୍ତ, ଦୁର୍ଗନ୍ଧ ହେବାରୁ…

ଖଲ୍ଲିକୋଟ,୭ା୧୨(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଚିକିଲି ନିକଟସ୍ଥ ମେଦିପୁର-ଆଲିପୁର ରାସ୍ତା ସୁଳିଆ ପାହାଡ଼ ନିକଟରୁ ଜଣେ ଅଜଣା ବ୍ୟକ୍ତିଙ୍କ ଗଳିତ...

ପୁଟିନ୍‌ଙ୍କ ପାଇଁ ଭୋଜିରେ ଥିଲା ୪୦,୦୦୦ ଟଙ୍କା କେଜିର ଛତୁ, ଜାଣନ୍ତୁ ଏହାର ବିଶେଷତ୍ୱ

ନୂଆଦିଲ୍ଲୀ,୭ା୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍ ତାଙ୍କ ଭାରତ-ରୁଷିଆ ଶିଖର ସମ୍ମିଳନୀ ପାଇଁ ନୂଆଦିଲ୍ଲୀରେ ପହଞ୍ଚିଥିଲେ। ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆୟୋଜନ କରିଥିବା...

ରାୟପୁର-ଭାଇଜାଗ୍‌ କରିଡର: ଓଡ଼ିଶା ସମେତ ୩ ରାଜ୍ୟରେ ଆଣିବ ବିକାଶର ଧାରା

ଭୁବନେଶ୍ୱର,୭ା୧୨: କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରଣାଳୟ ଦ୍ୱାରା ନିର୍ମାଣାଧୀନ ୬-ଲେନ୍ ବିଶିଷ୍ଟ ରାୟପୁର–ବିଶାଖାପାଟଣା ଅର୍ଥନୈତିକ କରିଡର ଆଗାମୀ ଦିନରେ ଓଡ଼ିଶା ସମେତ ତିନୋଟି...

‘ସିଦ୍ଧୁଙ୍କୁ କରାଯାଉ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ, ତାହେଲେ ରାଜନୀତିକୁ ଫେରିବେ,’ ନବଜୋତ କୌରଙ୍କ ଅଜବ ଦାବି

ଚଣ୍ଡିଗଡ଼,୭।୧୨: ପଞ୍ଜାବ ବିଧାନସଭା ନିର୍ବାଚନକୁ ଏବେ ବି ଗୋଟିଏ ବର୍ଷରୁ ଅଧିକ ସମୟ ବାକି ଅଛି, କିନ୍ତୁ ରାଜନୀତି ଏବେଠାରୁ ଉଷ୍ମ ହେଉଛି। ପୂର୍ବତନ କ୍ୟାବିନେଟ...

ବାରବାଟୀ T20: ମ୍ୟାଚ୍ ଦେଖବାକୁ ଆସୁଥିଲେ ଏସବୁ ସ୍ଥାନରେ କରନ୍ତୁ ପାର୍କିଂ

କଟକ,୭ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା କ୍ରିକେଟ ଟିମ୍ ବାରବାଟୀରେ ଆୟୋଜିତ ହେବାକୁ ଥିବା T20 ମ୍ୟାଚ୍ ପାଇଁ ଭୁବନେଶ୍ୱରରେ ପହଞ୍ଚିଛନ୍ତି। ଉଭୟ ଦଳକୁ କଡ଼ା...

ହ୍ୟୁମାନଙ୍କ ସମାଧି ପୀଠରେ ଭୋ ଭୋ ହୋଇ କାନ୍ଦିଲେ ସ୍ତ୍ରୀ ଶ୍ରୀୟା, କହିଲେ ଏମିତି ଚାଲିଗଲ…

ବଲାଙ୍ଗୀର,୭ା୧୨(ସୁନିଲ କୁମାର ମହାନ୍ତି): ହ୍ୟୁମାନ ସାଗରଙ୍କ ସ୍ମୃତି ଉଦ୍ଦେଶ୍ୟରେ ରବିବାର ଅର୍ଥାତ୍‌ ଆଜି ସନ୍ଧ୍ୟାରେ ଟିଟିଲାଗଡ଼ ବଏଜ୍‌ ହାଇସ୍କୁଲ ପଡ଼ିଆଠାରେ ଓଡିଶା କଳାକାର ଏକତା ମଞ୍ଚ...

ଇନ୍‌ଷ୍ଟାଗ୍ରାମରେ ପରସ୍ପରକୁ ଅନ୍‌ଫଲୋ କଲେ ପଲାଶ-ସ୍ମୃତି

ମୁମ୍ବାଇ: ଗାୟକ ତଥା ଫିଲ୍ମ ନିର୍ମାତା ପଲାଶ ମୁଛଲ ଏବଂ ମହିଳା କ୍ରିକେଟର ସ୍ମୃତି ମନ୍ଧାନା ରବିବାର  ଅଫିସିଆଲି ସେମାନଙ୍କ ବିବାହ ଭାଙ୍ଗିବା ସମ୍ପର୍କରେ ନିଶ୍ଚିତ...

ଧାନ କିଣାବିକାରେ ଅଚଳାବସ୍ଥା: ତାତିଲେ ଚାଷୀ, କଲେ ଏମିତି…

ବରଗଡ଼,୭ା୧୨(ପ୍ରେମାନନ୍ଦ ଖମାରୀ.): ବରଗଡ଼ ଜିଲାରେ ଗତମାସ ୨୮ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି। ଧାନ ସଂଗ୍ରହ ପ୍ରକ୍ରିୟା ରବିବାର ୧୦ଦିନରେ ପହଞ୍ଚିଛି। ହେଲେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri