Posted inଜାତୀୟ

୧୦ ଲକ୍ଷରେ ପହଞ୍ଚିପାରେ ଦୈନିକ ସଂକ୍ରମଣ

ନୂଆଦିଲ୍ଲୀ,୮।୧: ଓମିକ୍ରନ୍‌ ଯୋଗୁ ଦେଶରେ କୋଭିଡ୍‌ର ତୃତୀୟ ଲହର ଆସିଛି। ଏହା ଜାନୁୟାରୀ ଶେଷ ସୁଦ୍ଧା ଶୀର୍ଷ ଛୁଇଁବ ଏବଂ ଦୈନିକ ସଂକ୍ରମଣ ୧୦ ଲକ୍ଷରେ ପହଞ୍ଚତ୍ବ ବୋଲି ଏକ ନୂଆ ମଡେଲ୍‌ ପୂର୍ବାନୁମାନ କରିଛି। ବେଙ୍ଗାଲୁରୁର ଇଣ୍ଡିଆନ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ସାଇନ୍ସ (ଆଇଆଇଏସ୍‌ସି) ଏବଂ ଇଣ୍ଡିଆନ ଷ୍ଟାଟିଷ୍ଟିକାଲ ଇନ୍‌ଷ୍ଟିଚ୍ୟୁଟ୍‌ (ଆଇଏସ୍‌ଆଇ) ପକ୍ଷରୁ ଏହି ନୂଆ ମଡେଲ ଅଧ୍ୟୟନ କରାଯାଇଛି। ବିଭିନ୍ନ ରାଜ୍ୟରେ ଜାନୁୟାରୀ ମଧ୍ୟଭାଗରୁ ଫେବୃୟାରୀ ୧୫ ମଧ୍ୟରେ ପିକ୍‌ ହେବ ଏବଂ ମାର୍ଚ୍ଚ ଆରମ୍ଭରୁ ସଂକ୍ରମଣ କମିବା ଆରମ୍ଭ ହେବ ବୋଲି ଏଥିରେ କୁହାଯାଇଛି। ମଡେଲର ସୂଚନା ଅନୁଯାୟୀ ଦିଲ୍ଲୀରେ ଜାନୁୟାରୀ ମଧ୍ୟଭାଗରେ ସଂକ୍ରମଣ ଶୀର୍ଷରେ ପହଞ୍ଚତ୍ବାକୁ ଥିବାବେଳେ ଫେବୃୟାରୀ ପ୍ରଥମ ସପ୍ତାହରେ ତାମିଲନାଡୁରେ ପିକ୍‌ରେ ପହଞ୍ଚତ୍ବ। ପୂର୍ବ ସଂକ୍ରମଣ, ଟିକାକରଣକୁ ବିଚାରକୁ ନିଆଯାଇ କେତେ ସଂଖ୍ୟକ ଲୋକଙ୍କୁ ନୂଆ ଭାରିଆଣ୍ଟ ସଂକ୍ରମଣ କରିବ ତାହା ଆକଳନ କରାଯାଇଛି। ଭୂତାଣୁ ପ୍ରତି ଲୋକଙ୍କ ସମ୍ବେଦନଶୀଳତା ଯଥାକ୍ରମେ ୩୦%, ୬୦% କିମ୍ବା ୧୦୦% ହେବ ବୋଲି ବିଚାର କରାଯାଇଛି।

ଆଇଆଇଟି କାନପୁରର ପ୍ରଫେସର ମନିନ୍ଦ୍ର ଅଗ୍ରଓ୍ବାଲଙ୍କ ମତରେ ଜାନୁୟାରୀ ଶେଷ ଭାଗରେ ତୃତୀୟ ଲହର ପିକ୍‌ରେ ପହଞ୍ଚିବ। ସେତେବେଳକୁ ଦୈନିକ ସଂକ୍ରମଣ ୪ରୁ ୮ ଲକ୍ଷ ପର୍ଯ୍ୟନ୍ତ ହୋଇପାରେ ବୋଲି ସେ ପୂର୍ବାନୁମାନ କରିଛନ୍ତି। ନୂଆଦିଲ୍ଲୀ ଓ ମୁମ୍ବାଇରେ ଆଗାମୀ ୧୦ ଦିନ ମଧ୍ୟରେ ସଂକ୍ରମଣ ସର୍ବୋଚ୍ଚ ସ୍ତରରେ ପହଞ୍ଚତ୍ବ। ତେବେ ତୃତୀୟ ଲହର ମାର୍ଚ୍ଚ ପରେ ରହି ନ ପାରେ ବୋଲି ଅଗ୍ରଓ୍ବାଲ ଆଶାବ୍ୟକ୍ତ କରିଛନ୍ତି। ଲକ୍‌ଡାଉନ କଟକଣା କଠୋର କଲେ ତୃତୀୟ ଲହର ବିଳମ୍ବ ହେବା ସହ ଏହା ଅଧିକ ଦିନ ରହିପାରେ। ତେବେ ଏହା ସ୍ବାସ୍ଥ୍ୟସେବା ବ୍ୟବସ୍ଥା ଉପରେ ବୋଝ ହେବ ନାହିଁ ବୋଲି ଆଇଆଇଟି ପ୍ରଫେସର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

‘ଆମ ଆଙ୍ଗୁଠି ଏବେବି ଟ୍ରିଗର ଉପରେ ଅଛି…’, ପାକିସ୍ତାନରେ ଆମେରିକା ସହିତ ବୈଠକ ପୂର୍ବରୁ ଇସ୍ରାଏଲକୁ ଖୋଲା ଧମକ ଦେଇଛି ଇରାନ

ତେହରାନ,୯।୪: ଶୁକ୍ରବାର (୧୦ ଏପ୍ରିଲ) ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ହେବାକୁ ଯାଉଛି। ଏହା ପୂର୍ବରୁ, ଇରାନ ଇସ୍ରାଏଲକୁ ଏକ ଧମକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri