୪ ହଜାର ଟପିଲା ଦୈନିକ ସଂକ୍ରମଣ, ମୃତ୍ୟୁ ସଂଖ୍ୟା ୧୫…

ନୂଆଦିଲ୍ଲୀ, ୫।୬ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଏହାକୁ ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୪ ହଜାର ଟପିଛି। ଏହା ବଢ଼ି ୪ ହଜାର ୨୭୦ ରେ ପହଞ୍ଚିଛି। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା କମି ୧୫ରେ ପହଞ୍ଚିଛି। ଗୋଟିଏ ଦିନ ପୂର୍ବରୁ ଏହା ୨୬ ଥିଲା। ଏହି ସମୟରେ ସକ୍ରିୟ ମାମଲା ପୁଣି ୨୪ ହଜାର ଟପିଛି। ଏହା ୨୪ ହଜାର ୫୨ ରହିଛି।

ସେହିପରି ୨୪ ଘଣ୍ଟାରେ ୨ ହଜାର ୬୧୯ ଜଣ ସୁସ୍ଥ ହୋଇଛନ୍ତି। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୨୪ ହଜାର ୬୯୨ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୩୧ ଲକ୍ଷ ୭୬ ହଜାର ୮୧୭ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୨୬ ଲକ୍ଷ ୨୮ ହଜାର ୭୩ ଜଣ ସୁସ୍ଥ ହୋଇ ସାରିଛନ୍ତି। ଗତ ୨୪ ଘଣ୍ଟାରେ କେରଳରେ ୧,୪୬୫ ଜଣ, ମହାରାଷ୍ଟ୍ରରେ ୧,୩୫୭ ଜଣ, ଦିଲ୍ଲୀରେ ୪୦୫ ଜଣ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି।

ସେହିପରି କର୍ନାଟକରେ ୨୨୨ ଜଣ, ହରିୟାଣାରେ ୧୪୪ ଜଣ, ଉତ୍ତରପ୍ରଦେଶରେ ୧୩୦ ଜଣ, ତାମିଲନାଡୁରେ ୧୦୫ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ସମ୍ପ୍ରତି ଦେଶରେ ଟିକାକରଣ ସଂଖ୍ୟା ୧୯୪ କୋଟି ୧୦ ଲକ୍ଷରୁ ଅଧିକ ଟପିଛି। ସେଥିମଧ୍ୟରେ ୯୧ କୋଟି ୭୦ ଲକ୍ଷରୁ ଅଧିକ ପ୍ରଥମ ଡୋଜ୍‌ ଥିବାବେଳେ ୮୩ କୋଟିରୁ ଅଧିକ ଦ୍ୱିତୀୟ ଡୋଜ୍‌ ରହିଛି। ଭିଡ଼ ଯୋଗୁ ସଂକ୍ରମଣ ବ୍ୟାପିବାର ଆଶଙ୍କା ଥିବାରୁ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏଥିରୁ ଦୂରେଇ ରହିବା ଲାଗି ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

୯ ପୋଲିସ ଅଧିକାରୀଙ୍କୁ ଫାଶି ଦଣ୍ଡ ଶୁଣାଇଲେ କୋର୍ଟ, ଏହି ମାମଲାର ଶୁଣାଣି କରି…

ନୂଆଦିଲ୍ଲୀ,୬।୪: ତାମିଲନାଡୁର ମଦୁରାଇ ଜିଲା କୋର୍ଟ ପୋଲିସ ହେପାଜତରେ ଜଣେ ପିତା ଏବଂ ପୁଅଙ୍କ ମୃତ୍ୟୁ ମାମଲାରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ସୋମବାର (୬ ଏପ୍ରିଲ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri