ପୁଣି ଶହେ ଟପିଲା ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ, ୨୨।୨: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ପୁଣି ଦୈନିକ କରୋନା ସଂକ୍ରମଣ ମାମଲା ବଢ଼ିଛି। ସେହିପରି ସକ୍ରିୟ ମାମଲାରେ ବୃଦ୍ଧି ଦେଖିବାକୁ ମିଳିଛି। ଦୈନିକ ପଜିଟିଭ୍‌ ହାର ଏକ ପ୍ରତିଶତରୁ କମ ହୋଇଛି ଏବଂ ସୁସ୍ଥତା ହାରରେ ମଧ୍ୟ ଉନ୍ନତି ହୋଇଛି।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ଜାରି ପ୍ରେସ ବିଜ୍ଞପ୍ତି ଅନୁସାରେ ଦେଶରେ ସୁସ୍ଥତା ହାର ବୃଦ୍ଧି ପାଇ ୯୮.୮୧ ପ୍ରତିଶତ ରହିଛି। ସେହିପରି ସକ୍ରିୟ ମାମଲା ୦.୦୧ ପ୍ରତିଶତ ରହିଛି। ଦୈନିକ ସଂକ୍ରମଣ ୦.୧୧ ପ୍ରତିଶତ ଏବଂ ସାପ୍ତାହିକ ସଂକ୍ରମଣ ୦.୮ ପ୍ରତିଶତ ରହିଛି। ଅପରପକ୍ଷରେ ମୃତ୍ୟୁ ହାର କମି ୧.୧୯ ପ୍ରତିଶତରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ପୁଣି ବଢ଼ି ଶହେ ଉପରେ ରହିଛି। ଏହା ୧୨୫ ଛୁଇଁଛି। ଗୋଟିଏ ଦିନ ତଳେ ଏହା ୯୫ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୧ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ଶୂନ ଥିଲା। ଏହି ସମୟରେ ସକ୍ରିୟ ମାମଲା ପୁଣି ବଢ଼ି ୧୯ ଶହ ଉପରେ ରହିଛି। ଏହା ୧ ହଜାର ୯୩୫ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୧ ହଜାର ୯୨୧ ଥିଲା। ସେହିପରି ୨୪ ଘଣ୍ଟାରେ ୧୧୦ ଜଣ ସୁସ୍ଥ ହୋଇଛନ୍ତି।

ଗୋଟିଏ ଦିନ ତଳେ ଏହା ୯୦ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୦ ହଜାର ୭୬୨ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୬ ଲକ୍ଷ ୮୫ ହଜାର ୨୫୭ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୧ ଲକ୍ଷ ୫୨ ହଜାର ୫୬୦ ଜଣ ସୁସ୍ଥ ହୋଇ ସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଲରେ ଛୁଆକୁ ଶୁଆଇଥିବା ବେଳେ କାମୁଡିଦେଲା ସାପ; ହଠାତ୍ ଫୁଲିଗଲା ମୁହଁ, ତାପରେ…

ପଟ୍ଟାଙ୍ଗି,୬।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ପୁକାଲି ଗ୍ରାମପଞ୍ଚାୟତର ମାଳିଗୁଡା ଗ୍ରାମରେ ସାପ କାମୁଡାରେ ଜଣେ ନାବାଳକଙ୍କର ମୃତ୍ୟୁ ହୋଇଛି । କୋରାପୁଟ…

ରାଜ୍ୟ ସରକାରଙ୍କ ଉଦ୍ଦେଶ୍ୟରେ ବିଡିଓଙ୍କୁ ଦାବିପତ୍ର, ସ୍କୁଲ, କଲେଜ ଶିକ୍ଷକ କର୍ମଚାରୀଙ୍କ…

ମହାକାଳପଡ଼ା,୬ା ୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ସମ୍ମୁଖରେ ଓଡ଼ିଶା ସ୍କୁଲ, କଲେଜ ଶିକ୍ଷକ, କର୍ମଚାରୀ ସମନ୍ବୟ ସମିତି ପକ୍ଷରୁ ୪ ଦଫା ଦାବି…

ବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହେଲେ ‘ତେହେଲକା’ ସମ୍ପାଦକ: ହାଇକୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୬।୮: ୨୦୧୩ ମସିହାର ବହୁଚର୍ଚ୍ଚିତ ବଳାତ୍କାର ମାମଲା ସମ୍ପର୍କରେ ପୂର୍ବତନ ‘ତେହେଲକା’ ସମ୍ପାଦକ ତରୁଣ ତେଜପାଲଙ୍କୁ ଏକ ବଡ଼ ଝଟକା ଲାଗିଛି। ବମ୍ବେ ହାଇକୋର୍ଟର ଗୋଆ ବେଞ୍ଚ…

Gen Zଙ୍କୁ ବଡ଼ ଉପହାର ଦେଲେ ବିଜୟ, କଲେ ବଡ଼ ଘୋଷଣା: ମିଳିବ…

ଚେନ୍ନାଇ,୬।୮: ତାମିଲନାଡୁରେ ଟିଭିକେ ସରକାର ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ପ୍ରଥମ ବଜେଟ ବିଧାନସଭାରେ ଉପସ୍ଥାପନ କରିଛି। ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କ ନେତୃତ୍ୱାଧୀନ ଏହି ନୂଆ…

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି, ଆହୁରି ୧୮ଟଙ୍କା ବଢିଯିବ LPG ସିଲିଣ୍ଡର! ଜାରି ହେଲା ନୂଆ ଦର…

ନୂଆଦିଲ୍ଲୀ,୬।୮: ଭାରତରେ ଆଗାମୀ ଦିନରେ ଘରୋଇ ଏଲପିଜି (LPG) ସିଲିଣ୍ଡର ପିଛା ଦାମ୍ ପ୍ରାୟ ୧୮ ଟଙ୍କା ବୃଦ୍ଧି ହୋଇପାରେ। ଏହାସହିତ ପେଟ୍ରୋଲ-ଡିଜେଲ ଏବଂ ସିଏନ୍‌ଜି (CNG)ର…

ପୁଣି ହଜାର ହଜାର ଟଙ୍କା ବଢିଲା ସୁନା ଦର: ରୁପା ମୂଲ୍ୟରେ ମଧ୍ୟ…

ନୂଆଦିଲ୍ଲୀ,୬।୮: ପୁଣି ବଢିଲା ସୁନା ଦର। ଗତକାଲି ତୁଳନାରେ ୨୪ କ୍ୟାରେଟ ସୁନା ୧୦ ଗ୍ରାମ ପ୍ରତି ୨,୮୯୦ ବୃଦ୍ଧି ପାଇଛି। ରୁପା ମୂଲ୍ୟରେ ମଧ୍ୟ ଏକ…

Gen-Zଙ୍କ ପାଇଁ RSS ନେଲା ବଡ଼ ପଦକ୍ଷେପ: ଆଗକୁ…

ନୂଆଦିଲ୍ଲୀ,୫।୮: ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (RSS)ର ମୁଖ୍ୟ ମୋହନ ଭାଗବତ ସଂଗଠନର ଶତବାର୍ଷିକୀ ବର୍ଷ ପାଳନ ପାଇଁ ଆମେରିକା ଏବଂ କାନାଡା ଗସ୍ତ କରିବେ। ଅଗଷ୍ଟ ୨୯ରେ…

ଆନ୍ଦୋଳନ ପରେ ନୂଆ ରଣନୀତି, ଅଭିଜିତ ଦୀପକେଙ୍କ ଘରେ CJPର ମାରାଥନ ବୈଠକ: ହେବ ବଡ଼ ଘୋଷଣା

ନୂଆଦିଲ୍ଲୀ, ୬।୮: ଦେଶବ୍ୟାପୀ କଥିତ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌କୁ ବିରୋଧ କରି ଦିଲ୍ଲୀର ଜନ୍ତର-ମନ୍ତରରେ ହୋଇଥିବା ଆନ୍ଦୋଳନ ସମୟରେ ପ୍ରମୁଖ ସ୍ବର ଭାବେ ଉଭା ହୋଇଥିବା କକରୋଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri