ଦୈନିକ ସଂକ୍ରମଣ କମିଲା, ସକ୍ରିୟ ମାମଲା ବଢ଼ିଲା…

ନୂଆଦିଲ୍ଲୀ, ୨୧।୨: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ପୁଣି ଦୈନିକ କରୋନା ସଂକ୍ରମଣ ମାମଲା କମିଛି। ଦୈନିକ ପଜିଟିଭ୍‌ ହାର ଏକ ପ୍ରତିଶତରୁ କମ ହୋଇଛି ଏବଂ ସୁସ୍ଥତା ହାରରେ ମଧ୍ୟ ଉନ୍ନତି ହୋଇଛି।
ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ପୁଣି କମି ଶହେ ତଳେ ରହିଛି। ଏହା ୯୫ ଛୁଇଁଛି। ଗୋଟିଏ ଦିନ ତଳେ ଏହା ୧୧୯ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ଶୂନରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ଶୂନ ଥିଲା। ଏହି ସମୟରେ ସକ୍ରିୟ ମାମଲା ପୁଣି ବଢ଼ି ୧୯ ଶହ ଉପରେ ରହିଛି। ଏହା ୧ ହଜାର ୯୨୧ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୧ ହଜାର ୯୧୬ ଥିଲା। ସେହିପରି ୨୪ ଘଣ୍ଟାରେ ୯୦ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୧୦୨ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୦ ହଜାର ୭୬୧ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୬ ଲକ୍ଷ ୮୫ ହଜାର ୧୩୨ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୧ ଲକ୍ଷ ୫୨ ହଜାର ୪୫୦ ଜଣ ସୁସ୍ଥ ହୋଇ ସାରିଛନ୍ତି।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ଜାରି ପ୍ରେସ ବିଜ୍ଞପ୍ତି ଅନୁସାରେ ଦେଶରେ ସୁସ୍ଥତା ହାର ବୃଦ୍ଧି ପାଇ ୯୮.୮୧ ପ୍ରତିଶତ ରହିଛି। ସେହିପରି ସକ୍ରିୟ ମାମଲା ୦.୦୧ ପ୍ରତିଶତ ରହିଛି। ଦୈନିକ ସଂକ୍ରମଣ ୦.୧୧ ପ୍ରତିଶତ ଏବଂ ସାପ୍ତାହିକ ସଂକ୍ରମଣ ୦.୮ ପ୍ରତିଶତ ରହିଛି। ଅପରପକ୍ଷରେ ମୃତ୍ୟୁ ହାର କମି ୧.୧୯ ପ୍ରତିଶତରେ ପହଞ୍ଚିଛି।

Share