ଦୈନିକ ସଂକ୍ରମଣ ୭ ହଜାର ଟପିଲା…

ନୂଆଦିଲ୍ଲୀ, ୯।୬ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଏହାକୁ ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ବଢ଼ି ୭ ହଜାର ଟପିଛି। ଏହା ୭ ହଜାର ୨୪୦ରେ ପହଞ୍ଚିଛି। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୮ରେ ପହଞ୍ଚିଛି। ଏହି ସମୟରେ ସକ୍ରିୟ ମାମଲା ପୁଣି ୩୨ ହଜାର ଟପିଛି। ଏହା ୩୨ ହଜାର ୪୯୮ରେ ପହଞ୍ଚିଛି। ସେହିପରି ୨୪ ଘଣ୍ଟାରେ ୩ ହଜାର ୫୯୧ ଜଣ ସୁସ୍ଥ ହୋଇଛନ୍ତି।

ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୨୪ ହଜାର ୭୨୩ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୩୧ ଲକ୍ଷ ୯୭ ହଜାର ୫୨୨ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୨୬ ଲକ୍ଷ ୪୦ ହଜାର ୩୦୧ ଜଣ ସୁସ୍ଥ ହୋଇ ସାରିଛନ୍ତି। ସମ୍ପ୍ରତି ଦେଶରେ ଟିକାକରଣ ସଂଖ୍ୟା ୧୯୪ କୋଟି ୬୦ ଲକ୍ଷରୁ ଅଧିକ ଟପିଛି। ସେଥିମଧ୍ୟରେ ୯୧ କୋଟି ୭୦ ଲକ୍ଷରୁ ଅଧିକ ପ୍ରଥମ ଡୋଜ୍‌ ଥିବାବେଳେ ୮୩ କୋଟି ୨୦ ଲକ୍ଷରୁ ଅଧିକ ଦ୍ୱିତୀୟ ଡୋଜ୍‌ ରହିଛି। ଭିଡ଼ ଯୋଗୁ ସଂକ୍ରମଣ ବ୍ୟାପିବାର ଆଶଙ୍କା ଥିବାରୁ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏଥିରୁ ଦୂରେଇ ରହିବା ଲାଗି ପରାମର୍ଶ ଦିଆଯାଇଛି।

ଗତ ୨୪ ଘଣ୍ଟାରେ ମହାରାଷ୍ଟ୍ରରେ ୨,୭୦୧ ଜଣ, କେରଳରେ ୨,୨୭୧ ଜଣ, ଦିଲ୍ଲୀରେ ୫୬୪ ଜଣ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି କର୍ନାଟକରେ ୩୭୬ ଜଣ, ହରିୟାଣାରେ ୨୪୭ ଜଣ, ତାମିଲନାଡୁରେ ୧୯୫ ଜଣ, ଉତ୍ତରପ୍ରଦେଶରେ ୧୬୩ ଜଣ, ତେଲେଙ୍ଗାନାରେ ୧୧୬, ଗୁଜରାଟରେ ୧୧୧ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସରିସରି ଯାଉଛି ପଞ୍ଜୀକରଣ ଅବଧି, ତୁଟୁନି ଚାଷୀଙ୍କ ସମସ୍ୟା: ଉପୁଜୁଛି ନୂଆ ନୂଆ ସମସ୍ୟା

ବରଗଡ଼,୨୦।୮(ପ୍ରେମାନନ୍ଦ ଖମାରୀ):ସମୟ ଗଡ଼ି ଚାଲିଛି। ପଞ୍ଜୀକରଣ ଅବଧି ମଧ୍ୟ ସରିସରି ଯାଉଛି। ଏଭଳି ସ୍ଥିତିରେ ଧାନବିକ୍ରି ପଞ୍ଜୀକରଣ ପାଇଁ ଚାଷୀମାନଙ୍କୁ ନୂଆଁ ନୂଆଁ ସମସ୍ୟାର ସମ୍ମୁଖୀନ ହେବାକୁ…

ଇରାନ ଉପରେ ବଡ଼ ଆର୍ଥିକ କଟକଣା ଘୋଷଣା କଲେ ଟ୍ରମ୍ପ, ସହଯୋଗୀ ଦେଶକୁ ଅଲଟିମେଟମ

ଓ୍ବାଶିଂଟନ,୨୦।୮: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ଇସଲାମିକ ଗଣରାଜ୍ୟ ଇରାନକୁ ତାଙ୍କ ପରି କେହି ଚୁକ୍ତି କରିବା ପାଇଁ ଏତେ ସୁଯୋଗ ଦେଇନାହାଁନ୍ତି। ଟ୍ରମ୍ପ…

ସ୍ମାର୍ଟ ମିଟର ଲଗାଇବା ବାଧ୍ୟତାମୂଳକ ନୁହେଁ: ଓଲଟା କାମ କରୁଛି ଟାଟା ପାଓ୍ବାର

ଭୁବନେଶ୍ୱର,୨୦।୮(ସୁନିତ୍‌ ମିଶ୍ର):ଓଡ଼ିଶା ବିଦ୍ୟୁତ୍‌ ନିୟାମକ ଆୟୋଗ (ଓଇଆର୍‌ସି) ୨୪ ମାର୍ଚ୍ଚ ୨୦୨୬ରେ ଦେଇଥିବା ତଥ୍ୟ ଅନୁଯାୟୀ ରାଜ୍ୟରେ ବର୍ତ୍ତମାନ ୯୭ ଲକ୍ଷ ୪୯ ହଜାର ୬୧୫ ଜଣ…

‘ବନ୍ଦେ ମାତରମ’: କଂଗ୍ରେସ ପ୍ରସ୍ତାବକୁ ସମାଲୋଚନା କଲା ଭାଜପା

ନୂଆଦିଲ୍ଲୀ,୨୦।୮: ‘ବନ୍ଦେ ମାତରମ’ ଉପରେ ଚାଲିଥିବା ରାଜନୈତିକ ହଟ୍ଟଗୋଳ ମଧ୍ୟରେ, କଂଗ୍ରେସ କାର୍ଯ୍ୟକାରିଣୀ କମିଟି (CWC) କେବଳ ଏହାର ପ୍ରଥମ ଦୁଇଟି ପଦ ଗାଇବା ପାଇଁ ଏକ…

ବିପଦସଙ୍କୁଳ ଶ୍ରେଣୀଗୃହ, ମୁହଁ ମୋଡୁଛନ୍ତି ଛାତ୍ରୀଛାତ୍ର

ଭବାନୀପାଟଣା,୨୦ା୮(ଉତ୍ତମ କୁମାର ଦାଶ):ଓଡ଼ିଶା ମାନବାଧିକାର କମିଶନ (ଓଏଚ୍‌ଆର୍‌ସି) ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ୨୦୧୪ରେ ରାଜ୍ୟର ସମସ୍ତ ଅସୁରକ୍ଷିତ ଓ ପରିତ୍ୟକ୍ତ ସ୍କୁଲ କୋଠା ଚିହ୍ନଟ…

ଘରେ ଶୋଇଥିଲେ ଟିକେଶ୍ୱର, କାମୁଡ଼ିଲା ସାପ: ରାତିଅଧରେ ଏମିତି କାମ କରିବାରୁ ଘଟିଲା…

ଦେବଗଡ,୨୦।୮(ଶଶାଙ୍କ ଶେଖର ଝାଙ୍କର): ସାପ କାମୁଡାରେ ଦେବଗଡ ଥାନା ତଥା ବାରକୋଟ ବ୍ଲକ କଂଟାପାଲି ଗ୍ରାମ ପଞ୍ଚାୟତର ଟୁସୁଳା ଗ୍ରାମର ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି…

୨୦ଟଙ୍କା ଲାଞ୍ଚ ପାଇଁ ୩୦ ବର୍ଷର ଆଇନଗତ ଲଢ଼େଇ

ନୂଆଦିଲ୍ଲୀ, ୨୦।୮: ମାତ୍ର ୨୦ଟଙ୍କା ଲାଞ୍ଚ ମାମଲାରେ ୩ ଦଶନ୍ଧି ଧରି ଚାଳିଥିବା ଆଇନଗତ ଲଢ଼େଇର ଅନ୍ତ ଘଟିଛି। ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ ଉଜ୍ଜଳ ଭୂୟାଁ ଏବଂ…

୨୮ରେ ରାଜ୍ୟ କ୍ୟାବିନେଟ୍‌: ୭ ପ୍ରସ୍ତାବକୁ ମିଳିପାରେ ଅନୁମୋଦନ

ଭୁବନେଶ୍ୱର,୨୦।୮(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଅଗଷ୍ଟ ୨୮ତାରିଖରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଏ ସଂକ୍ରାନ୍ତରେ ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ମନ୍ତ୍ରିମଣ୍ଡଳର ସଦସ୍ୟମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri