୩୭ ହଜାର ଟପିଲା ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ, ୪।୧ : ଦେଶରେ କରୋନା ମହାମାରୀ ସଙ୍କଟ ଯୋଗୁ ଆତଙ୍କ ଦେଖାଦେଇଛି। ଦୈନିକ ସଂକ୍ରମଣ ପୁଣି ବୃଦ୍ଧି ପାଇବାରେ ଲାଗିଛି। ଫଳରେ ସ୍ଥିତି ଅଣାୟତ୍ତ ହେବାରେ ଲାଗିଛି। ଗତ ୨୪ ଘଣ୍ଟାରେ ୩୭ ହଜାର ୩୭୯ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଏହି ସମୟ ମଧ୍ୟରେ ଦେଶରେ କରୋନାରେ ୧୨୪ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ସେହିପରି ୧୧ ହଜାର ୭ଜଣ ସୁସ୍ଥ ହୋଇଛନ୍ତି। ଦେଶରେ ଆକ୍ରାନ୍ତଙ୍କ ସୁସ୍ଥତା ହାର ୯୮.୧୩ ପ୍ରତିଶତ ରହିଛି। ଅପରପକ୍ଷରେ ସକ୍ରିୟ ମାମଲା ୧ ଲକ୍ଷ ୭୧ ହଜାର ୮୩୦ ରହିଛି। ସାପ୍ତାହିକ ପଜିଟିଭ୍‌ ହାର ୨.୦୫ ପ୍ରତିଶତରୁ କମ୍‌ ରହିଛି। ଦୈନିକ ପଜିଟିଭିଟି ହାର ୩.୨୪ ପ୍ରତିଶତ ରହିଛି। ସକ୍ରିୟ ମାମଲା ୦.୪୯ ପ୍ରତିଶତରେ ପହଞ୍ଚିଛି।

ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ ଲକ୍ଷ ୮୨ ହଜାର ୧୭ ଛୁଇଁଥିବାବେଳେ ମୃତ୍ୟୁ ହାର ୧.୩୮ ପ୍ରତିଶତ ରହିଛି। ବର୍ତ୍ତମାନ ସୁଦ୍ଧା ୧୪୬ କୋଟି ୭୦ ଲକ୍ଷ ୧୮ ହଜାର ୪୬୪ ଜଣଙ୍କୁ ଟିକାଦାନ ସରିଛି। ଆରମ୍ଭରୁ ବର୍ତ୍ତମାନ ସୁଦ୍ଧା ୩ କୋଟି ୪୩ ଲକ୍ଷ ୬ ହଜାର ୪୧୪ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

Share