ଦୈନିକ ସଂକ୍ରମଣ ଉପର ମୁହାଁ,ସକ୍ରିୟ ମାମଲା ତଳ ମୁହାଁ…

ନୂଆଦିଲ୍ଲୀ, ୨୨।୮ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଲଗାତାର ୩ ଦିନ ଧରି ସକ୍ରିୟ ମାମଲା ଏବଂ ଦୈନିକ ସଂକ୍ରମଣ କମିବା ପରେ ପୁଣି ଦୈନିକ ସଂକ୍ରମଣ ଉପରମୁହାଁ,ସକ୍ରିୟ ମାମଲା ତଳ ମୁହାଁ ହୋଇଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୯୮ ହଜାର ତଳେ ରହିଛି। ମହାରାଷ୍ଟ୍ର, କେରଳ, କର୍ନାଟକ ଏବଂ ଦିଲ୍ଲୀରେ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଭିଡ଼ ଯୋଗୁ ସଂକ୍ରମଣ ବ୍ୟାପିବାର ଆଶଙ୍କା ଥିବାରୁ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏଥିରୁ ଦୂରେଇ ରହିବା ଲାଗି ପରାମର୍ଶ ଦିଆଯାଇଛି। ଏହା ସହିତ ମାସ୍କ ପିନ୍ଧିବା ଏବଂ କରୋନା ମାର୍ଗଦର୍ଶିକା ପାଳନ କରିବାକୁ କୁହାଯାଇଛି। ଦିଲ୍ଲୀରେ ମାସ୍କ ନପିନ୍ଧିଲେ ଜରିମାନା ଆଦାୟ କରିବାକୁ ନିର୍ଦ୍ଦେଶ ଜାରି ହୋଇଛି।

ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ବଢ଼ି ୨ ହଜାର ଉପରେ ରହିଛି। ଏହା ୨,୨୪୨ ରହିଛି। ଗୋଟିଏ ଦିନ ତଳେ ଏହା ୧,୨୮୭ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା କମି ୩୬ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୪୩ ଥିଲା। ଏହି ସମୟରେ ସକ୍ରିୟ ମାମଲା ୯୭ ହଜାର ୬୪୮ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୯୯ ହଜାର ୮୭୯ ଥିଲା। ସେହିପରି ୨୪ ଘଣ୍ଟାରେ ୧୧ ହଜାର ୭୨୬ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୧୨ ହଜାର ୭୮୩ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୨୭ ହଜାର ୩୬୮ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୩ ଲକ୍ଷ ୪୮ ହଜାର ୯୬୦ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୩୭ ଲକ୍ଷ ୨୩ ହଜାର ୯୪୪ ଜଣ ସୁସ୍ଥ ହୋଇ ସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌: ଭାରତ ବିପକ୍ଷରେ ମ୍ୟାଚ୍ ଖେଳିବାକୁ ପାକିସ୍ତାନକୁ ଅନୁରୋଧ କଲା ବାଂଲାଦେଶ

ନୂଆଦିଲ୍ଲୀ,୯।୨: ଭାରତ-ପାକିସ୍ତାନ T20 ବିଶ୍ୱକପ୍ ମ୍ୟାଚ୍‌କୁ ନେଇ ସୃଷ୍ଟି ହୋଇଥିବା ଅନିଶ୍ଚିତତା ମଧ୍ୟରେ ଏକ ନୂଆ ମୋଡ଼ ଆସିଛି। ବାଂଲାଦେଶ କ୍ରିକେଟ ବୋର୍ଡ (BCB) ପାକିସ୍ତାନକୁ ଏହି…

ଫାର୍ମହାଉସ ଅଞ୍ଚଳରେ ମହିଳାଙ୍କ ଗଳିତ ମୃତଦେହ, ପରିଚୟ ଖୋଜୁଛି ସଦର ଥାନା ପୋଲିସ

ଭବାନୀପାଟଣା,୯ା୨(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଶ୍ରୀପୁରସ୍ଥିତ ଏକ ଫାର୍ମହାଉସ ଅଞ୍ଚଳରୁ ସୋମବାର ଜଣେ ମହିଳାଙ୍କ ଗଳିତ ମୃତଦେହ ଜବତ ହୋଇଛି।…

ବାଇକ୍‌ରେ ଘରକୁ ଫେରୁଥିଲେ, ପଛପଟୁ ପିଟିଲା ପିକ୍‌ଅପ୍‌ ଭ୍ୟାନ୍‌; ଚାଲିଗଲା ଆରୋହୀଙ୍କ ଜୀବନ

ବଲାଙ୍ଗୀର,୯।୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷାର ଥାନା ଅନ୍ତର୍ଗତ ଧାନଘରା ବ୍ରିଜ ରାହୁଲ ଢ଼ାବା ନିକଟ ରାସ୍ତାରେ ସୋମବାର ସଂଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

BCCI Central Contract 2025-26: ଗିଲଙ୍କ ସମେତ ଏହି ଖେଳାଳିଙ୍କୁ  ଗ୍ରେଡ୍‌ A, ହେଲେ କୋହଲି-ରୋହିତଙ୍କୁ B; ନିରାଶ ହେଲେ…

ନୂଆଦିଲ୍ଲୀ,୯।୨: BCCI ୨୦୨୫-୨୬ ବର୍ଷ ପାଇଁ ସେଣ୍ଟ୍ରାଲ କଣ୍ଟ୍ରାକ୍ଟ ଲିଷ୍ଟ(କେନ୍ଦ୍ରୀୟ ଚୁକ୍ତି ତାଲିକା) ପ୍ରକାଶ କରିଛି। ଏଥିରେ ବଡ଼ ପରିବର୍ତ୍ତନ ହୋଇଛି। ତାଲିକାରୁ ଏ ପ୍ଲସ୍‌ (A+)…

ପ୍ରେମ ସପ୍ତାହରେ ରକ୍ତରଂଜିତ କାହାଣୀ: ତ୍ରିକୋଣୀୟ ପ୍ରେମକୁ ନେଇ ଜଘନ୍ୟ ହତ୍ୟାକାଣ୍ଡ

ଭୁବନେଶ୍ୱର,୯।୨: ରାଜଧାନୀ ଭୁବନେଶ୍ୱରରେ ଏକ ସିନେମା ଷ୍ଟାଇଲ୍‌ରେ ଘଟିଛି ଜଘନ୍ୟ ହତ୍ୟାକାଣ୍ଡ। ‘ଚକୋଲେଟ୍ ଡେ’ ପାଳନ ପରେ ପ୍ରେମିକର ବେକ କାଟି ହତ୍ୟା କରିବା ସହ ପ୍ରମାଣ…

ଚୁଟ୍‌କିରେ ଉଠାଇପାରିବେ PFରୁ ଟଙ୍କା: UPIରୁ ସିଧା ଆକାଉଣ୍ଟକୁ ଆସିବ, EPFO ଆଣୁଛି…

ନୂଆଦିଲ୍ଲୀ,୯।୨: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (ଇପିଏଫଓ)ର ପ୍ରାୟ ୮ କୋଟିରୁ ଅଧିକ ସଦସ୍ୟଙ୍କ ପାଇଁ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଶ୍ରମ ମନ୍ତ୍ରଣାଳୟ ଏକ…

ଗୁରୁବାର ଭାରତ ବନ୍ଦ ଡାକରା: କ’ଣ ରହିବ ଖୋଲା, କ’ଣ ବନ୍ଦ, ଜାଣନ୍ତୁ…

ନୂଆଦିଲ୍ଲୀ,୯।୨: କେନ୍ଦ୍ରୀୟ ଟ୍ରେଡ ୟୁନିଅନ ଦ୍ୱାରା କୃଷକ ସଂଗଠନଗୁଡ଼ିକର ଦୃଢ଼ ସମର୍ଥନ ସହିତ ଦେଶବ୍ୟାପୀ ଧର୍ମଘଟ ଡାକରା ଦିଆଯାଇଛି। ଫେବୃଆରୀ ୧୨ ତାରିଖ ଅର୍ଥାତ୍‌ ଗୁରୁବାର ଭାରତରେ…

ଚର୍ଚ୍ଚାରେ ପ୍ରଶାସନ, ଡାକ୍ତରଙ୍କୁ ମିଳିଲା ହସ୍ପିଟାଲରୁ କୁକୁର ଘଉଡ଼ାଇବା ପାଇଁ ଦାୟିତ୍ୱ

ଜୟପୁର,୯।୨: ରାଜସ୍ଥାନର ଜୟସଲମେର ଜିଲ୍ଲାର ସବୁଠାରୁ ବଡ଼ ସରକାରୀ ହସ୍ପିଟାଲ ସରକାରୀ ଜବାହାର ହସ୍ପିଟାଲରେ କୁକୁର ହଟାଇବା ଅଭିଯାନ ଚାଲିଛି । ହସ୍ପିଟାଲ ପ୍ରଶାସନ ଦ୍ୱାରା ଜାରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri