Posted inଜାତୀୟ

୫ ଶହ ମୁହାଁ ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ, ୧୧।୩: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ପୁଣି ଦୈନିକ କରୋନା ସଂକ୍ରମଣ ମାମଲା ବଢ଼ିଛି। ସେହିପରି ସକ୍ରିୟ ମାମଲାରେ ବୃଦ୍ଧି ଦେଖିବାକୁ ମିଳିଛି। ଦୈନିକ ପଜିଟିଭ୍‌ ହାର ଏକ ପ୍ରତିଶତରୁ କମ ହୋଇଛି ଏବଂ ସୁସ୍ଥତା ହାରରେ ମଧ୍ୟ ଉନ୍ନତି ହୋଇଛି।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ଜାରି ପ୍ରେସ ବିଜ୍ଞପ୍ତି ଅନୁସାରେ ଦେଶରେ ସୁସ୍ଥତା ହାର ବୃଦ୍ଧି ପାଇ ୯୮.୮୧ ପ୍ରତିଶତ ରହିଛି। ସେହିପରି ସକ୍ରିୟ ମାମଲା ୦.୦୧ ପ୍ରତିଶତ ରହିଛି। ଦୈନିକ ସଂକ୍ରମଣ ୦.୧୧ ପ୍ରତିଶତ ଏବଂ ସାପ୍ତାହିକ ସଂକ୍ରମଣ ୦.୮ ପ୍ରତିଶତ ରହିଛି। ଅପରପକ୍ଷରେ ମୃତ୍ୟୁ ହାର କମି ୧.୧୯ ପ୍ରତିଶତରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ପୁଣି ବଢ଼ି ୫ ଶହ ମୁହାଁ ହୋଇଛି। ଏହା ୪୫୬ ଛୁଇଁଛି। ଗୋଟିଏ ଦିନ ତଳେ ଏହା ୪୪୦ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୧ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୩ ଥିଲା। ଏହି ସମୟରେ ସକ୍ରିୟ ମାମଲା ୩ ହଜାର ଉପରେ ରହିଛି। ଏହା ୩ ହଜାର ୪୦୬ ରେ ପହଞ୍ଚିଛି। ସେହିପରି ୨୪ ଘଣ୍ଟାରେ ୩୪୩ ଜଣ ସୁସ୍ଥ ହୋଇଛନ୍ତି। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୦ ହଜାର ୭୮୦ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୬ ଲକ୍ଷ ୮୯ ହଜାର ୯୬୮ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୧ ଲକ୍ଷ ୫୫ ହଜାର ୭୮୨ ଜଣ ସୁସ୍ଥ ହୋଇ ସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri