ଦୈନିକ ସଂକ୍ରମଣ କମିଲା, ମୃତ୍ୟୁ ସଂଖ୍ୟା ବଢ଼ିଲା…

ନୂଆଦିଲ୍ଲୀ,୨୨।୯: କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାର ନା ଧରୁନି। ଫଳରେ ଲୋକେ ତୃତୀୟ ଲହର ନେଇ ଆତଙ୍କିତ ହେବାରେ ଲାଗିଛନ୍ତି। ଲଗାତାର ୨ ଦିନ ଧରି ଦୈନିକ ସଂକ୍ରମଣ ୩୦ ହଜାର ତଳେ ପହଞ୍ଚିଛି। ତେବେ ମୃତ୍ୟୁ ସଂଖ୍ୟା ବଢ଼ିଛି। ଗତ ୨୪ ଘଣ୍ଟାରେ ଦେଶରେ ଏହି ସମୟ ମଧ୍ୟରେ କରୋନାରେ ୩୮୩ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୨୬ ହଜାର ୯୬୪ ରେ ପହଞ୍ଚିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ଏହି ସମୟ ମଧ୍ୟରେ ୩୪ ହଜାର ୧୬୭ ଜଣ ସୁସ୍ଥ ହୋଇଛନ୍ତି। ଦେଶରେ ଆକ୍ରାନ୍ତଙ୍କ ସୁସ୍ଥତା ହାର ୯୭.୭୫ ପ୍ରତିଶତ ରହିଛି। ଅପରପକ୍ଷରେ ୩ ଲକ୍ଷ ୧ ହଜାର ୯୮୯ ଜଣ ଚିକିତ୍ସିତ ହେଉଛନ୍ତି। ସାପ୍ତାହିକ ପଜିଟିଭ୍‌ ହାର ୨.୫୭ ପ୍ରତିଶତ ରହିଛି। ସକ୍ରିୟ ମାମଲା ୦.୯୨ ପ୍ରତିଶତରେ ପହଞ୍ଚିଛି।

ସେହିପରି ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ ଲକ୍ଷ ୪୫ ହଜାର ୭୬୮ ଛୁଇଁଥିବାବେଳେ ମୃତ୍ୟୁ ହାର ୧.୩୩ ପ୍ରତିଶତ ରହିଛି। ବର୍ତ୍ତମାନ ସୁଦ୍ଧା ୮୨ କୋଟି ୬୫ ଲକ୍ଷ ୧୫ ହଜାର ୭୫୪ ଜଣଙ୍କୁ ଟିକାଦାନ ସରିଛି। ଗତ ୨୪ ଘଣ୍ଟାରେ ୭୫ ଲକ୍ଷ ୫୭ ହଜାରରୁ ଅଧିକ ଜଣଙ୍କୁ ଟିକା ଦିଆଯାଇଛି। ଅପରପକ୍ଷରେ ଇତିମଧ୍ୟରେ ୫୫ କୋଟି ୬୦ ଲକ୍ଷରୁ ଅଧିକ ଜଣ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍‌ଆର ପକ୍ଷରୁ କୁହାଯାଇଛି। ଗତ ୨୪ ଘଣ୍ଟାରେ ୧୧ ଲକ୍ଷରୁ ଅଧିକ ଜଣଙ୍କ ନମୁନା ପରୀକ୍ଷା କରାଯାଇଛି।

ସଂକ୍ରମଣ ଆରମ୍ଭରୁ ବର୍ତ୍ତମାନ ସୁଦ୍ଧା ୩ କୋଟି ୨୭ ଲକ୍ଷ ୮୩ ହଜାର ୭୪୧ ଜଣ ଲୋକ ସୁସ୍ଥ ହୋଇସାରିଛନ୍ତି। ସେହିପରି ବର୍ତ୍ତମାନ ସୁଦ୍ଧା ମୋଟ ୩ କୋଟି ୩୫ ଲକ୍ଷ ୩୧ ହଜାର ୪୯୮ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଆଗକୁ ପାର୍ବଣ ଋତୁ ଆସୁଥିବାରୁ ଜମା ହେବାକୂଥିବା ଭିଡ଼କୁ ନେଇ ସରକାରଙ୍କ ଭୟ ବଢ଼ିବାରେ ଲାଗିଛି।
କେରଳ କେରଳ ହଟ୍‌ସ୍ପଟ୍‌ ପାଲଟିବା ଯୋଗୁ ଦେଶରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି।

କେରଳରେ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। କେରଳରେ ଗତ ୨୪ ଘଣ୍ଟାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୧୫ ହଜାର ୭୬୮ ରେ ପହଞ୍ଚିଥିବାବେଳେ ମୃତକଙ୍କ ସଂଖ୍ୟା ୨୧୪ ଛୁଇଁଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ୱିଶା ଶର୍ମା ମୃତ୍ୟୁ ମାମଲାରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ,୨୫ରେ …

ନୂଆଦିଲ୍ଲୀ,୨୩ା୫: ଗଣମାଧ୍ୟମ ରିପୋର୍ଟକୁ ଆଧାର କରି ସୁପ୍ରିମକୋର୍ଟ ଅଭିନେତ୍ରୀ ତଥା ମଡେଲ ଟ୍ବିଶା ଶର୍ମା ମୃତ୍ୟୁ ମାମଲାକୁ ନିଜଆଡ଼ୁ ବିଚାର ପାଇଁ ଗ୍ରହଣ କରିଛନ୍ତି। ପ୍ରଧାନ ବିଚାରପତି…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ଅଂଶୁଘାତ ନେଲା ୧୬ ଜୀବନ

ହାଇଦ୍ରାବାଦ,୨୩ା୫: ତେଲଙ୍ଗାନାରେ ପ୍ରବଳ ଗ୍ରୀଷ୍ମଲହରି ଜାରି ରହିଥିବାବେଳେ ଅଂଶୁଘାତରେ ୧୬ ଜଣଙ୍କର ମୃତ୍ୟୁ ଘଟିଥିବା ରାଜ୍ୟ ରାଜସ୍ବ ମନ୍ତ୍ରୀ ପୋଙ୍ଗୁଲେଟି ଶ୍ରୀନିବାସ ରେଡ୍ଡୀ ଶନିବାର ପ୍ରକାଶ କରିଛନ୍ତି।…

ସମର୍ଥଙ୍କୁ ୭ ଦିନିଆ ରିମାଣ୍ଡରେ ନେଲା ପୋଲିସ

ଭୋପାଳ,୨୩ା୫: ଟ୍ବିଶା ଶର୍ମା ମୃତ୍ୟୁ ମାମଲାରେ ୧୦ ଦିନ ହେଲା ଫେରାର ଥିବା ସ୍ବାମୀ ସମର୍ଥ ସିଂଙ୍କୁ ପୋଲିସ ଶୁକ୍ରବାର ଜବଲପୁରରୁ ଗିରଫ କରିବା ପରେ ଶନିବାର…

କୋଟିଏ ଟଙ୍କାର ବୀମା ଟଙ୍କା ପାଇଁ ସ୍ବାମୀଙ୍କ ଉପରେ ଲାଗିଲା ଗୁରୁତର ଅଭିଯୋଗ! ସୋସିଆଲ ମିଡ଼ିଆରେ ଘୁରି ବୁଲୁଛି ଭିଡ଼ିଓ

ଚେନ୍ନାଇ,୨୩।୫: ତେଲେଙ୍ଗାନାର ଖମ୍ମମ ଜିଲାର ଥିରୁମାଲାୟାପାଲେମ ମଣ୍ଡଳରେ ଅବସ୍ଥିତ ଗୋଲ ଥାଣ୍ଡା ଗାଁରେ ଜଣେ ୨୯ ବର୍ଷୀୟ ବିବାହିତ ମହିଳାଙ୍କ ସନ୍ଦେହଜନକ ଅବସ୍ଥାରେ ମୃତଦେହ ମିଳିଛି। ମୃତକଙ୍କ…

ଶୁଭେନ୍ଦୁଙ୍କ ବଡ଼ ଆକ୍ସନ, ମମତାଙ୍କୁ ଲାଗିବ ଶକ୍ତ ଧକ୍କା

କୋଲକାତା,୨୩।୫: କୋଲକାତାର ପ୍ରସିଦ୍ଧ ସଲ୍ଟ ଲେକ ଷ୍ଟାଡିୟମ ବାହାରେ ଅବସ୍ଥିତ ଏକ ବିବାଦୀୟ ପ୍ରତିମୂର୍ତ୍ତିକୁ ଭାଙ୍ଗି ଦିଆଯାଇଛି। ଏହି ମୂର୍ତ୍ତିରେ ଫୁଟବଲ ଉପରେ ଦୁଇଟି ଅସ୍ଥିର ଗୋଡ଼କୁ…

କାଳବୈଶାଖୀର ତାଣ୍ଡବ: କ୍ଷତିଗ୍ରସ୍ତଙ୍କୁ ସହାୟତା ପ୍ରଦାନ ପାଇଁ ଭେଟିଲା ବିଜେଡି ବ୍ଲକ ଟିମ୍‌

ଥୁଆମୂଳ ରାମପୁର,୨୩ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ନାକୁରୁଣ୍ଡି ପଞ୍ଚାୟତରେ କାଳବୈଶାଖୀ ଜନିତ ବ୍ୟାପକ କ୍ଷୟକ୍ଷତି ପରେ ପ୍ରଭାବିତ ଅଞ୍ଚଳରେ ଶନିବାର ବିଜେଡିର…

ରାଘବ ଚଢାଙ୍କୁ ରାଜ୍ୟ ସଭାରେ ବଡ଼ ଦାୟିତ୍ୱ, ଭାଜପାର ବଡ଼ ଘୋଷଣା

ନୂଆଦିଲ୍ଲୀ,୨୩।୫: ଆମ ଆଦମୀ ପାର୍ଟି ଛାଡି ଭାଜପାରେ ଯୋଗଦେବା ପରେ ତୁରନ୍ତ ରାଜ୍ୟ ସଭା ଏମପି ରାଘବ ଚଢାଙ୍କୁ ଏକ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଦିଆଯାଇଛି। ତାଙ୍କୁ ରାଜ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri