ଦୈନିକ ସଂକ୍ରମଣ କମିଲା, ମୃତ୍ୟୁ ସଂଖ୍ୟା ବଢ଼ିଲା…

ନୂଆଦିଲ୍ଲୀ,୨୨।୯: କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାର ନା ଧରୁନି। ଫଳରେ ଲୋକେ ତୃତୀୟ ଲହର ନେଇ ଆତଙ୍କିତ ହେବାରେ ଲାଗିଛନ୍ତି। ଲଗାତାର ୨ ଦିନ ଧରି ଦୈନିକ ସଂକ୍ରମଣ ୩୦ ହଜାର ତଳେ ପହଞ୍ଚିଛି। ତେବେ ମୃତ୍ୟୁ ସଂଖ୍ୟା ବଢ଼ିଛି। ଗତ ୨୪ ଘଣ୍ଟାରେ ଦେଶରେ ଏହି ସମୟ ମଧ୍ୟରେ କରୋନାରେ ୩୮୩ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୨୬ ହଜାର ୯୬୪ ରେ ପହଞ୍ଚିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ଏହି ସମୟ ମଧ୍ୟରେ ୩୪ ହଜାର ୧୬୭ ଜଣ ସୁସ୍ଥ ହୋଇଛନ୍ତି। ଦେଶରେ ଆକ୍ରାନ୍ତଙ୍କ ସୁସ୍ଥତା ହାର ୯୭.୭୫ ପ୍ରତିଶତ ରହିଛି। ଅପରପକ୍ଷରେ ୩ ଲକ୍ଷ ୧ ହଜାର ୯୮୯ ଜଣ ଚିକିତ୍ସିତ ହେଉଛନ୍ତି। ସାପ୍ତାହିକ ପଜିଟିଭ୍‌ ହାର ୨.୫୭ ପ୍ରତିଶତ ରହିଛି। ସକ୍ରିୟ ମାମଲା ୦.୯୨ ପ୍ରତିଶତରେ ପହଞ୍ଚିଛି।

ସେହିପରି ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ ଲକ୍ଷ ୪୫ ହଜାର ୭୬୮ ଛୁଇଁଥିବାବେଳେ ମୃତ୍ୟୁ ହାର ୧.୩୩ ପ୍ରତିଶତ ରହିଛି। ବର୍ତ୍ତମାନ ସୁଦ୍ଧା ୮୨ କୋଟି ୬୫ ଲକ୍ଷ ୧୫ ହଜାର ୭୫୪ ଜଣଙ୍କୁ ଟିକାଦାନ ସରିଛି। ଗତ ୨୪ ଘଣ୍ଟାରେ ୭୫ ଲକ୍ଷ ୫୭ ହଜାରରୁ ଅଧିକ ଜଣଙ୍କୁ ଟିକା ଦିଆଯାଇଛି। ଅପରପକ୍ଷରେ ଇତିମଧ୍ୟରେ ୫୫ କୋଟି ୬୦ ଲକ୍ଷରୁ ଅଧିକ ଜଣ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍‌ଆର ପକ୍ଷରୁ କୁହାଯାଇଛି। ଗତ ୨୪ ଘଣ୍ଟାରେ ୧୧ ଲକ୍ଷରୁ ଅଧିକ ଜଣଙ୍କ ନମୁନା ପରୀକ୍ଷା କରାଯାଇଛି।

ସଂକ୍ରମଣ ଆରମ୍ଭରୁ ବର୍ତ୍ତମାନ ସୁଦ୍ଧା ୩ କୋଟି ୨୭ ଲକ୍ଷ ୮୩ ହଜାର ୭୪୧ ଜଣ ଲୋକ ସୁସ୍ଥ ହୋଇସାରିଛନ୍ତି। ସେହିପରି ବର୍ତ୍ତମାନ ସୁଦ୍ଧା ମୋଟ ୩ କୋଟି ୩୫ ଲକ୍ଷ ୩୧ ହଜାର ୪୯୮ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଆଗକୁ ପାର୍ବଣ ଋତୁ ଆସୁଥିବାରୁ ଜମା ହେବାକୂଥିବା ଭିଡ଼କୁ ନେଇ ସରକାରଙ୍କ ଭୟ ବଢ଼ିବାରେ ଲାଗିଛି।
କେରଳ କେରଳ ହଟ୍‌ସ୍ପଟ୍‌ ପାଲଟିବା ଯୋଗୁ ଦେଶରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି।

କେରଳରେ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। କେରଳରେ ଗତ ୨୪ ଘଣ୍ଟାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୧୫ ହଜାର ୭୬୮ ରେ ପହଞ୍ଚିଥିବାବେଳେ ମୃତକଙ୍କ ସଂଖ୍ୟା ୨୧୪ ଛୁଇଁଛି।


Enter your email to get our daily news in your inbox.

All Right Reserved By Dharitri.Com

ଧର୍ମ ନାମରେ ଭୋଟ ମାଗିବାରୁ ଅଯୋଗ୍ୟ ଘୋଷଣା ହେବେ ମୋଦି! କୋର୍ଟରେ ପହଞ୍ଚିଲା ମାମଲା

ନୂଆଦିଲ୍ଲୀ,୨୬।୪: ହିନ୍ଦୁ, ଶିଖ ଓ ଧର୍ମପୀଠ ନାଁରେ ଭାଜପା ପାଇଁ ଭୋଟ ମାଗୁଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନାମରେ କୋର୍ଟରେ ମାମଲା ଦାୟର ହୋଇଛି। ଆସନ୍ତା...

ଭାଜପା ପ୍ରାର୍ଥୀଙ୍କ ନାଁରେ ଏଫଆଇଆର, ଧର୍ମ ନାମରେ ଭୋଟ ମାଗୁଥିବା ଅଭିଯୋଗ

ବେଙ୍ଗାଲୁରୁ,୨୬।୪: ଦ୍ୱିତୀୟ ପର୍ଯ୍ୟାୟରେ କର୍ନାଟକର ୨୮ ଟି ଲୋକ ସଭା ଆସନ ମଧ୍ୟରୁ ୧୪ ଟି ପାଇଁ ମତଦାନ ଚାଲିଛି। ଏହି ସମୟରେ ବେଙ୍ଗାଲୁରୁ ଦକ୍ଷିଣ...

ରାଜନୈତିକ ଦଳଙ୍କ ମନର କଥା କହିଲେ ନିର୍ବାଚନ କମିଶନ

ନୂଆଦିଲ୍ଲୀ,୨୬।୪: ଭୋଟ ଦେବା ପରେ ପ୍ରତ୍ୟେକ VVPAT ସ୍ଲିପ ସହିତ ଇଭିଏମ ମେଳାଇବାକୁ ଦାବି କରି ସୁପ୍ରିମକୋର୍ଟ ଶୁକ୍ରବାର ଏହି ଆବେଦନକୁ ପ୍ରତ୍ୟାଖ୍ୟାନ କରିଛନ୍ତି। ଏହା...

ଗୋଟିଏ ବର୍ଷରେ ଶେଷ ହୋଇଯିବ କଲ ସେଣ୍ଟର

ନୂଆଦିଲ୍ଲୀ,୨୬।୪: ଦେଶରେ ଅର୍ଥନୈତିକ ଉଦାରୀକରଣ ଆରମ୍ଭ ହେବା ପରେ ସାରା ବିଶ୍ୱରୁ କମ୍ପାନୀମାନେ ଭାରତ ଆସିଥିଲେ। ବିଶ୍ୱର ଅନେକ କମ୍ପାନୀ ସେମାନଙ୍କର ବ୍ୟବସାୟକୁ ଭାରତକୁ ସ୍ଥାନାନ୍ତର...

ସୋସିଆଲ ମିଡିଆରେ ଛାତ୍ରୀଙ୍କ ପାଠପଢା କେତେ ସୁରକ୍ଷିତ? ମାନସିକ ସ୍ବାସ୍ଥ୍ୟ ଉପରେ ପଡୁଛି ପ୍ରଭାବ: ରିପୋର୍ଟ

ନୂଆଦିଲ୍ଲୀ, ୨୬।୪: ଗୁରୁବାର ‘ଟେକ୍ନୋଲୋଜି ଅନ ଟର୍ମ’ ଶୀର୍ଷକ ଏକ ରିପୋର୍ଟ ସାର୍ବଜନୀନ କରାଯାଇଛି। ଏହା ପ୍ରକାଶ କରିଛି ଯେ ଡିଜିଟାଲ ଟେକ୍ନୋଲୋଜିର ବ୍ୟବହାରରେ ଥିବା...

ରାଏବରେଲିରେ ପ୍ରିୟଙ୍କାଙ୍କୁ ଟକ୍କର ଦେବେ ବରୁଣ ଗାନ୍ଧି? ୨୦୨୪ ନିର୍ବାଚନର ସବୁଠୁ ବଡ଼ ସର୍‌ପ୍ରାଇଜ୍‌ ଦେବ କି ଭାଜପା…

ନୂଆଦିଲ୍ଲୀ,୨୬।୪: କଂଗ୍ରେସ ଆମେଠିରୁ ରାହୁଲ ଗାନ୍ଧୀ ଏବଂ ରାଏବରେଲିରୁ ପ୍ରିୟଙ୍କା ଗାନ୍ଧିଙ୍କୁ ପ୍ରାର୍ଥୀ କରିପାରେ। ଏନେଇ ଚର୍ଚ୍ଚା ହେଉଥିବା ବେଳେ ଭାଜପା ରାଏବରେଲିକୁ ନେଇ ସ୍ବତନ୍ତ୍ର...

ରାଜନୀତିକୁ ଏଣ୍ଟ୍ରି କରିବେ ଡି.କେ ଶିବକୁମାରଙ୍କ ଝିଅ! ଦେଲେ ସଙ୍କେତ…

ବେଙ୍ଗାଲୁରୁ,୨୬।୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଏପ୍ରିଲ ୨୬ରେ ୧୩ଟି ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳର ୮୮ଟି ଆସନରେ ଭୋଟ ଗ୍ରହଣ କରାଯାଉଛି। ଦ୍ୱିତୀୟ...

ଭାଜପା ପ୍ରାର୍ଥୀ ଦେବାଶିଷଙ୍କ ନାମାଙ୍କନ ରଦ୍ଦ, ଯିବେ ହାଇକୋର୍ଟ

କୋଲକାତା,୨୬।୪: ନିର୍ବାଚନ ଆୟୋଗ ପଶ୍ଚିମବଙ୍ଗର ବୀରଭୂମ ଲୋକ ସଭା ଆସନରୁ ଭାଜପା ପ୍ରାର୍ଥୀ ଦେବାଶିଷ ଧରଙ୍କ ନାମାଙ୍କନକୁ ବାତିଲ କରିଛନ୍ତି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଭାଜପା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri