Posted inଜାତୀୟ

ଦୈନିକ ସଂକ୍ରମଣ ୨ ଶହ ଟପିଲା…

ନୂଆଦିଲ୍ଲୀ, ୧।୩: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ପୁଣି ଦୈନିକ କରୋନା ସଂକ୍ରମଣ ମାମଲା ବଢ଼ିଛି। ସେହିପରି ସକ୍ରିୟ ମାମଲାରେ ବୃଦ୍ଧି ଦେଖିବାକୁ ମିଳିଛି। ଦୈନିକ ପଜିଟିଭ୍‌ ହାର ଏକ ପ୍ରତିଶତରୁ କମ ହୋଇଛି ଏବଂ ସୁସ୍ଥତା ହାରରେ ମଧ୍ୟ ଉନ୍ନତି ହୋଇଛି।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ଜାରି ପ୍ରେସ ବିଜ୍ଞପ୍ତି ଅନୁସାରେ ଦେଶରେ ସୁସ୍ଥତା ହାର ବୃଦ୍ଧି ପାଇ ୯୮.୮୧ ପ୍ରତିଶତ ରହିଛି। ସେହିପରି ସକ୍ରିୟ ମାମଲା ୦.୦୧ ପ୍ରତିଶତ ରହିଛି। ଦୈନିକ ସଂକ୍ରମଣ ୦.୧୧ ପ୍ରତିଶତ ଏବଂ ସାପ୍ତାହିକ ସଂକ୍ରମଣ ୦.୮ ପ୍ରତିଶତ ରହିଛି। ଅପରପକ୍ଷରେ ମୃତ୍ୟୁ ହାର କମି ୧.୧୯ ପ୍ରତିଶତରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ପୁଣି ୨ ଶହ ଉପରେ ରହିଛି। ଏହା ୨୪୦ ଛୁଇଁଛି। ଗୋଟିଏ ଦିନ ତଳେ ଏହା ୧୬୮ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୧ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ଶୂନ ଥିଲା। ଏହି ସମୟରେ ସକ୍ରିୟ ମାମଲା ୨ ହଜାର ଉପରେ ରହିଛି। ଏହା ୨ ହଜାର ୩୩୫ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୨ ହଜାର ୨୫୭ ଥିଲା। ସେହିପରି ୨୪ ଘଣ୍ଟାରେ ୧୬୧ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୧୪୦ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୦ ହଜାର ୭୭୨ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୬ ଲକ୍ଷ ୮୬ ହଜାର ୬୧୧ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୧ ଲକ୍ଷ ୫୩ ହଜାର ୫୦୪ ଜଣ ସୁସ୍ଥ ହୋଇ ସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

First Banknote: କେଉଁ ଦେଶରେ ତିଆରି ହୋଇଥିଲା ବିଶ୍ୱର ପ୍ରଥମ ନୋଟ୍, ଜାଣନ୍ତୁ କିଏ …

ଆଜିକା ସମୟରେ ଯେତେବେଳେ ଆମେ ଟଙ୍କା ବିଷୟରେ ଚିନ୍ତା କରୁ, କାଗଜ ମୁଦ୍ରା ବହୁତ ସାଧାରଣ ମନେହୁଏ। କିନ୍ତୁ ଧାତୁ ମୁଦ୍ରା ବଦଳରେ କାଗଜ ବ୍ୟବହାର...

‘ନେତାନ୍ୟାହୁ ନ ଥିଲେ ଆଜି ମାନଚିତ୍ରରେ ହୁଏତ ଇସ୍ରାଏଲ ନ ଥାଆନ୍ତା’, କାହିଁକି ଏମିତି କହିଲେ ଟ୍ରମ୍ପ? ଜାଣନ୍ତୁ ଏହାର କାରଣ

ଓ୍ବାଶିଂଟନ,୩୦ ।୧୨: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ସୋମବାର ଆମେରିକାର ଫ୍ଲୋରିଡାରେ ପହଞ୍ଚିଥିଲେ, ଯେଉଁଠାରେ ସେ ପୂର୍ବତନ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଭେଟିଥିଲେ। ଏହି...

ଜାଡ଼ରେ ଥରୁଛି ଓଡ଼ିଶା: ୧୦ ଡିଗ୍ରୀ ତଳେ ୧୫ ସହର

ଭୁବନେଶ୍ୱର,୩୦।୧୨(ବନ୍ଦନା ସେଠୀ):ଜାଡ଼ରେ ଥରୁଛି ସାରା ରାଜ୍ୟ। ନୂଆବର୍ଷ ପର୍ଯ୍ୟନ୍ତ ଶୀତରେ ସେଭଳି କିଛି ବଡ଼ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ। ତେବେ ଆସନ୍ତା ୨୪ ଘଣ୍ଟା...

‘ଆଣ୍ଟିବାୟୋଟିକ ପାଇଁ ବଢୁଛି ନିରବ ମହାମାରୀ’, ମୋଦିଙ୍କ ପରାମର୍ଶକୁ ନେଇ ବିଶେଷଜ୍ଞ କହିଲେ ସମୟ ଆବଶ୍ୟକ

ନୂଆଦିଲ୍ଲୀ,୩୦।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆଣ୍ଟିବାୟୋଟିକ ଅପବ୍ୟବହାର ବିରୋଧରେ ବାର୍ତ୍ତା ସମୟର ଆବଶ୍ୟକତା ଏବଂ ଦେଶରେ ଦ୍ରୁତ ଗତିରେ ବଢୁଥିବା ଆଣ୍ଟିମାଇକ୍ରୋବାୟଲ ପ୍ରତିରୋଧ (AMR)ର ଗମ୍ଭୀର...

ଏଇ ଭାରତରେ

ରାଜସ୍ଥାନର କୋଲିଆ ଗାଁର ଗୁପ୍ତା ପରିବାରର ପ୍ରୟାସରେ ଅନେକ ହଜାର ମହିଳା ସଶକ୍ତହେବା ସହ ରୋଜଗାରକ୍ଷମ ହୋଇପାରିଛନ୍ତି। ୨୦୧୫ରେ ଏକ କୌଶଳ ବିକାଶ କେନ୍ଦ୍ର ଖୋଲି...

ଉତ୍ସବ ଓ ଭାଷଣ

ଗୋଟିଏ ବର୍ଷ ସରୁଛି, ଆଉ ଗୋଟିଏ ଆସୁଛି। ଏଇ ଗମନାଗମନ ବେଳରେ ସାରା ରାଇଜ ଉତ୍ସବମୁଖର ହୋଇଉଠିଛି। ଶିକ୍ଷା ଅନୁଷ୍ଠାନରେ ଚାଲିଛି କ୍ରୀଡ଼ା ଉତ୍ସବ, ପୁରସ୍କାର...

Rashimka and Vijay Wedding: ସାମ୍ନାକୁ ଆସିଲା ରଶ୍ମିକା-ବିଜୟଙ୍କ ବିବାହ ତାରିଖ, ଏହି ଅତିଥି ଦେବେ ଯୋଗ

ନୂଆଦିଲ୍ଲୀ,୩୦ା୧୨ : ସାଉଥ ସିନେମାର ଷ୍ଟାର କପଲ୍ ରଶ୍ମିକା ମନ୍ଦାନା ଏବଂ ବିଜୟ ଦେବରକୋଣ୍ଡା ସେମାନଙ୍କ ବିବାହକୁ ନେଇ ବହୁତ ଦିନ ଧରି ଚର୍ଚ୍ଚାରେ ରହି...

ପେନ୍‌ସନ୍‌ଭୋଗୀଙ୍କ ଆଶଙ୍କା

ଏବେ ସାମାଜିକ ଗଣମାଧ୍ୟମରେ ଗୋଟିଏ ବାର୍ତ୍ତା ପ୍ରଚାରିତ ହେଉଛି ଯେ ଆଗାମୀ ଅଷ୍ଟମ ଦରମା ଆୟୁକ୍ତଙ୍କ ସୁପାରିସରେ ପେନ୍‌ସନଭୋଗୀଙ୍କ ପେନ୍‌ସନ୍‌ ପରିମାଣ ପୁନଃ ନିର୍ଦ୍ଧାରିତ ହେବନାହିଁ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri