Posted inଜାତୀୟ

ଦୈନିକ ସଂକ୍ରମଣ ୨ ଶହ ଟପିଲା…

ନୂଆଦିଲ୍ଲୀ, ୧।୩: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ପୁଣି ଦୈନିକ କରୋନା ସଂକ୍ରମଣ ମାମଲା ବଢ଼ିଛି। ସେହିପରି ସକ୍ରିୟ ମାମଲାରେ ବୃଦ୍ଧି ଦେଖିବାକୁ ମିଳିଛି। ଦୈନିକ ପଜିଟିଭ୍‌ ହାର ଏକ ପ୍ରତିଶତରୁ କମ ହୋଇଛି ଏବଂ ସୁସ୍ଥତା ହାରରେ ମଧ୍ୟ ଉନ୍ନତି ହୋଇଛି।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ଜାରି ପ୍ରେସ ବିଜ୍ଞପ୍ତି ଅନୁସାରେ ଦେଶରେ ସୁସ୍ଥତା ହାର ବୃଦ୍ଧି ପାଇ ୯୮.୮୧ ପ୍ରତିଶତ ରହିଛି। ସେହିପରି ସକ୍ରିୟ ମାମଲା ୦.୦୧ ପ୍ରତିଶତ ରହିଛି। ଦୈନିକ ସଂକ୍ରମଣ ୦.୧୧ ପ୍ରତିଶତ ଏବଂ ସାପ୍ତାହିକ ସଂକ୍ରମଣ ୦.୮ ପ୍ରତିଶତ ରହିଛି। ଅପରପକ୍ଷରେ ମୃତ୍ୟୁ ହାର କମି ୧.୧୯ ପ୍ରତିଶତରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ପୁଣି ୨ ଶହ ଉପରେ ରହିଛି। ଏହା ୨୪୦ ଛୁଇଁଛି। ଗୋଟିଏ ଦିନ ତଳେ ଏହା ୧୬୮ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୧ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ଶୂନ ଥିଲା। ଏହି ସମୟରେ ସକ୍ରିୟ ମାମଲା ୨ ହଜାର ଉପରେ ରହିଛି। ଏହା ୨ ହଜାର ୩୩୫ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୨ ହଜାର ୨୫୭ ଥିଲା। ସେହିପରି ୨୪ ଘଣ୍ଟାରେ ୧୬୧ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୧୪୦ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୦ ହଜାର ୭୭୨ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୬ ଲକ୍ଷ ୮୬ ହଜାର ୬୧୧ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୧ ଲକ୍ଷ ୫୩ ହଜାର ୫୦୪ ଜଣ ସୁସ୍ଥ ହୋଇ ସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାଳବୈଶାଖୀର ତାଣ୍ଡବ: କ୍ଷତିଗ୍ରସ୍ତଙ୍କୁ ସହାୟତା ପ୍ରଦାନ ପାଇଁ ଭେଟିଲା ବିଜେଡି ବ୍ଲକ ଟିମ୍‌

ଥୁଆମୂଳ ରାମପୁର,୨୩ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ନାକୁରୁଣ୍ଡି ପଞ୍ଚାୟତରେ କାଳବୈଶାଖୀ ଜନିତ ବ୍ୟାପକ କ୍ଷୟକ୍ଷତି ପରେ ପ୍ରଭାବିତ ଅଞ୍ଚଳରେ ଶନିବାର ବିଜେଡିର…

ରାଘବ ଚଢାଙ୍କୁ ରାଜ୍ୟ ସଭାରେ ବଡ଼ ଦାୟିତ୍ୱ, ଭାଜପାର ବଡ଼ ଘୋଷଣା

ନୂଆଦିଲ୍ଲୀ,୨୩।୫: ଆମ ଆଦମୀ ପାର୍ଟି ଛାଡି ଭାଜପାରେ ଯୋଗଦେବା ପରେ ତୁରନ୍ତ ରାଜ୍ୟ ସଭା ଏମପି ରାଘବ ଚଢାଙ୍କୁ ଏକ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଦିଆଯାଇଛି। ତାଙ୍କୁ ରାଜ୍ୟ…

ହୋଟେଲରୁ ଧରାପଡ଼ିଲେ ପ୍ରେମୀଯୁଗଳ, ପୋଲିସ ନେଲା ଏମିତି ନିଷ୍ପତ୍ତି, ପ୍ରେମିକ କହିଲେ ମୋ’ ପ୍ରତି…

ପାଟ୍‌ନା,୨୩ା୫: ବିହାରର ରାଜଧାନୀ ପାଟନାର ଜକନପୁର ଥାନା ଅଞ୍ଚଳରୁ ଏକ ଅଜବ ଘଟଣା ସାମ୍ନାକୁ ଆସିଛି। ପୋଲିସ କିଛି ଦିନ ଧରି ଏକ ହୋଟେଲରେ ରହୁଥିବା ପ୍ରେମୀଯୁଗଳଙ୍କୁ…

ମୋଦିଙ୍କୁ ଭେଟିଲେ ଆମେରିକୀୟ ବୈଦେଶିକ ମନ୍ତ୍ରୀ ମାର୍କୋ ରୁବିଓ, ହ୍ବାଇଟ ହାଉସ ଗସ୍ତ ପାଇଁ କଲେ ନିମନ୍ତ୍ରଣ

ନୂଆଦିଲ୍ଲୀ,୨୩।୫: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚାରି ଦିନିଆ ଗସ୍ତ ପାଇଁ ଭାରତ ଆସିଥିବା ଆମେରିକୀୟ ବୈଦେଶିକ ମନ୍ତ୍ରୀ ମାର୍କୋ ରୁବିଓଙ୍କ ସହ ସାକ୍ଷାତ କରିଛନ୍ତି। ସାକ୍ଷାତ…

୧୦ ବର୍ଷ ଶିଶୁର ହତ୍ୟାକୁ ନେଇ ଅଶାନ୍ତ ତାମିଲନାଡୁ, ରାସ୍ତାକୁ ଓହ୍ଲାଇଲେ ଜନତା; ମୁଖ୍ୟମନ୍ତ୍ରୀ କହିଲେ…

ଚେନ୍ନାଇ,୨୩।୫: ତାମିଲନାଡୁର କୋଏମ୍ବାଟୁର ଜିଲାର ସୁଲୁର ଅଞ୍ଚଳରେ ଜଣେ ୧୦ ବର୍ଷୀୟା ଝିଅର ହତ୍ୟା ଘଟଣା ସମଗ୍ର ରାଜ୍ୟକୁ ଥରାଇ ଦେଇଛି। ଗୁରୁବାର ସାରୁ ନିଖୋଜ ଥିବା…

ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ; ଅଳ୍ପକେ ବଞ୍ଚିଗଲେ ୩ ସେନା ଅଧିକାରୀ; ଦୁର୍ଘଟଣା ପରେ ସେଲଫି ନେଲେ ମେଜର ଜେନେରାଲ

ଲେହ,୨୩।୫: ଲଦାଖର ଲେହ ନିକଟସ୍ଥ ପାର୍ବତ୍ୟ ଟାଙ୍ଗଷ୍ଟେ ଅଞ୍ଚଳରେ ଏକ ହେଲିକପ୍ଟର ଦୁର୍ଘଟଣାରେ ତିନି ଜଣ ଭାରତୀୟ ସେନା ଅଧିକାରୀ ଅଳ୍ପକେ ବଞ୍ଚି ଯାଇଛନ୍ତି। ପୁରୁଣା ଚିତା…

ଆମ୍ବ ଗୋଟାଇବା ଲାଗି ତୋଟାକୁ ଯାଇଥିଲେ ନାବାଳକ, ହଠାତ୍‌ ହେଲା ବଜ୍ରପାତ, ଆଉ ତା’ ପରେ…

ଲାଞ୍ଜିଗଡ଼,୨୩ା୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଶ୍ୱନାଥପୁର ଥାନା ଲାଞ୍ଜି ପଞ୍ଚାୟତ ଅନ୍ତର୍ଗତ ଜଙ୍ଗେରଗୁଡା ଗ୍ରାମର ଜଣେ ନାବାଳକର ବଜ୍ରାଘାତରେ ଶୁକ୍ରବାର ଅପରାହ୍ନରେ ମୃତ୍ୟୁ…

ମମତାଙ୍କ ନିଷ୍ପତ୍ତିକୁ ବଦଳାଇ ଦେଲେ ନୂଆ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ

କୋଲକାତା,୨୩।୫: ପଶ୍ଚିମବଙ୍ଗର ଶୁଭେନ୍ଦୁଙ୍କ ନେତୃତ୍ୱାଧୀନ ସରକାର ଈଦ-ଉଲ-ଆଧା (ବକ୍ରିଦ ଭାବରେ ମଧ୍ୟ ଜଣାଶୁଣା) ପାଇଁ ଛୁଟି ଅବଧିକୁ ହ୍ରାସ କରିଛନ୍ତି। ଏବେ, ଏହି ପର୍ବ ପାଇଁ କେବଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri