ଦୈନିକ ସଂକ୍ରମଣ ୩ ଶହ ଟପିଲା…

ନୂଆଦିଲ୍ଲୀ, ୪।୩: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ପୁଣି ଦୈନିକ କରୋନା ସଂକ୍ରମଣ ମାମଲା ବଢ଼ିଛି। ସେହିପରି ସକ୍ରିୟ ମାମଲାରେ ବୃଦ୍ଧି ଦେଖିବାକୁ ମିଳିଛି। ଦୈନିକ ପଜିଟିଭ୍‌ ହାର ଏକ ପ୍ରତିଶତରୁ କମ ହୋଇଛି ଏବଂ ସୁସ୍ଥତା ହାରରେ ମଧ୍ୟ ଉନ୍ନତି ହୋଇଛି।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ଜାରି ପ୍ରେସ ବିଜ୍ଞପ୍ତି ଅନୁସାରେ ଦେଶରେ ସୁସ୍ଥତା ହାର ବୃଦ୍ଧି ପାଇ ୯୮.୮୧ ପ୍ରତିଶତ ରହିଛି। ସେହିପରି ସକ୍ରିୟ ମାମଲା ୦.୦୧ ପ୍ରତିଶତ ରହିଛି। ଦୈନିକ ସଂକ୍ରମଣ ୦.୧୧ ପ୍ରତିଶତ ଏବଂ ସାପ୍ତାହିକ ସଂକ୍ରମଣ ୦.୮ ପ୍ରତିଶତ ରହିଛି। ଅପରପକ୍ଷରେ ମୃତ୍ୟୁ ହାର କମି ୧.୧୯ ପ୍ରତିଶତରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ପୁଣି ବଢ଼ି ୩ ଶହ ଉପରେ ରହିଛି। ଏହା ବଢ଼ି ୩୩୩ ଛୁଇଁଛି।

ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୨ ରେ ପହଞ୍ଚିଛି। ଏହି ସମୟରେ ସକ୍ରିୟ ମାମଲା ୨ ହଜାର ଉପରେ ରହିଛି। ଏହା ୨ ହଜାର ୬୮୬ରେ ପହଞ୍ଚିଛି। ସେହିପରି ୨୪ ଘଣ୍ଟାରେ ୧୭୦ ଜଣ ସୁସ୍ଥ ହୋଇଛନ୍ତି। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୦ ହଜାର ୭୭୫ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୬ ଲକ୍ଷ ୮୭ ହଜାର ୪୯୬ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୧ ଲକ୍ଷ ୫୪ ହଜାର ୩୫ ଜଣ ସୁସ୍ଥ ହୋଇ ସାରିଛନ୍ତି।

Share