ପୁଣି ବଢ଼ିଲା ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ, ୧।୨: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ପୁଣି ଦୈନିକ କରୋନା ସଂକ୍ରମଣ ମାମଲା କମିଛି।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ଜାରି ପ୍ରେସ ବିଜ୍ଞପ୍ତି ଅନୁସାରେ ଦେଶରେ ସୁସ୍ଥତା ହାର ବୃଦ୍ଧି ପାଇ ୯୮.୮୧ ପ୍ରତିଶତ ରହିଛି। ସେହିପରି ସକ୍ରିୟ ମାମଲା ୦.୦୧ ପ୍ରତିଶତ ରହିଛି। ଦୈନିକ ସଂକ୍ରମଣ ୦.୧୧ ପ୍ରତିଶତ ଏବଂ ସାପ୍ତାହିକ ସଂକ୍ରମଣ ୦.୮ ପ୍ରତିଶତ ରହିଛି। ଅପରପକ୍ଷରେ ମୃତ୍ୟୁ ହାର କମି ୧.୧୯ ପ୍ରତିଶତରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ପୁଣି ବଢ଼ି ଶହେ ଟପିଛି ତଳେ ରହିଛି। ଏହା ୧୧୧ ଛୁଇଁଛି। ଗୋଟିଏ ଦିନ ତଳେ ଏହା ୬୫ ଥିଲା।ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ଶୂନରେ ପହଞ୍ଚିଛି। ଏହି ସମୟରେ ସକ୍ରିୟ ମାମଲା ୧୮ ଶହ ତଳେ ରହିଛି। ଏହା ୧ ହଜାର ୭୮୩ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୧ ହଜାର ୭୫୫ ଥିଲା। ସେହିପରି ୨୪ ଘଣ୍ଟାରେ ୮୩ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୧୫୮ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୦ ହଜାର ୭୪୦ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୬ ଲକ୍ଷ ୮୨ ହଜାର ୮୯୫ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୧ ଲକ୍ଷ ୫୦ ହଜାର ୩୭୨ ଜଣ ସୁସ୍ଥ ହୋଇ ସାରିଛନ୍ତି।
ଦୈନିକ ପଜିଟିଭ୍‌ ହାର ଏକ ପ୍ରତିଶତରୁ କମ ହୋଇଛି ଏବଂ ସୁସ୍ଥତା ହାରରେ ମଧ୍ୟ ଉନ୍ନତି ହୋଇଛି।
ଚାଇନାରେ ଆତଙ୍କ ସୃଷ୍ଟି କରିଥିବା ବିଏଫ୍‌.୭ ଭାରିଆଣ୍ଟ ନେଇ ସତର୍କ ରହିବାକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ପରାମର୍ଶ ଦିଆଯାଇଛି। ତେବେ ଭାରତରେ ସଂକ୍ରମଣ ହେବାର କୌଣସି ଆଶଙ୍କା ନ ଥିବା ବିଶେଷଜ୍ଞ ମତପୋଷଣ କରିଛନ୍ତି। ମାସ୍କ ପିନ୍ଧିବା ଅଧିକରୁ ଅଧିକ ନମୁନା ପରୀକ୍ଷା କରିବା ଏବଂ ଟିକାକରଣକୁ ବଢ଼ାଇବା ପାଇଁ ସରକାରଙ୍କ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ସରକାରଙ୍କ ପକ୍ଷରୁ ସ୍ଥିତି ଉପରେ ତୀକ୍ଷ୍‌ଣ ନଜର ରଖାଯାଇଛି। ଦୈନିକ ସଂକ୍ରମଣ-ସକ୍ରିୟ ମାମଲାକୁ ନେଇ ସରକାର ଚିନ୍ତାରେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଙ୍ଗଳ ସୂତ୍ର ପରେ ଉତ୍ତରାଧିକାର ଟ୍ୟାଙ୍କ ଲଢେଇ, ପିଟ୍ରୋଡାଙ୍କ ବୟାନକୁ ନେଇ ଭାଜପା ଖପ୍ପା, ଜବାବ ରଖିଲା କଂଗ୍ରେସ

ନୂଆଦିଲ୍ଲୀ, ୨୪।୪: ଲୋକ ସଭା ନିର୍ବାଚନକୁ ନେଇ ରାଜନ୍ରେତିକ ମାହୋଲ ବେଶ ସରଗରମ ରହିଛି। କଂଗ୍ରେସ ନେତା ସାମ ପିଟ୍ରୋଡାଙ୍କ ବିବୃତ୍ତିକୁ ଭାଜପା ଟାର୍ଗେଟ କଲାବେଳେ...

‘କଂଗ୍ରେସର ଲୁଟ ଜିନ୍ଦେଗିକେ ସାଥ ଭି, ଜିନ୍ଦେଗିକେ ବାଦ ଭି’, ପିଟ୍ରୋଡାଙ୍କ ବୟାନକୁ ନେଇ ମୋଦିଙ୍କ ଜବାବ

ନୂଆଦିଲ୍ଲୀ, ୨୪।୪: କଂଗ୍ରେସର ବରିଷ୍ଠ ନେତା ସାମ ପିଟ୍ରୋଡାଙ୍କ ବିବୃତ୍ତିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୁଣି ଥରେ ଜବାବ ରଖିଛନ୍ତି। ବୁଧବାର (ଏପ୍ରିଲ ୨୪, ୨୦୨୪)...

ଆମେଠୀରୁ ଲଢିବେ ରର୍ବଟ ଭଦ୍ରା! ପୋଷ୍ଟରକୁ ନେଇ ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୨୪।୪: ଲୋକ ସଭା ନିର୍ବାଚନ ପାଇଁ ଜୋରଦାର ପ୍ରଚାର ଚାଲିଛି। ଅନ୍ୟପଟେ ଉତ୍ତରପ୍ରଦେଶର ଆମେଠୀ ଲୋକ ସଭା ଆସନ ପାଇଁ କଂଗ୍ରେସ ପ୍ରାର୍ଥୀ ଘୋଷଣା କରିନାହିଁ।...

ଯଦି କଂଗ୍ରେସ କିଛି ନୁହେଁ ତେବେ ମୋଦି ଡରୁଛନ୍ତି କାହିଁକି: ଖାର୍ଗେ

ଥିରୁଭାନନ୍ତପୁରମ,୨୪।୪: ବୁଧବାର କେରଳର ଥିରୁଭାନନ୍ତପୁରମରେ ଏକ ସାମ୍ବାଦିକ ସମ୍ମିଳନୀରେ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ଭାଜପାକୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି, ଗତ କିଛି ଦିନ...

ଉତ୍ତରାଧିକାର ଟ୍ୟାକ୍ସକୁ ନେଇ ଗୋଟିଏ ବୟାନ ବଢାଇଲା କଂଗ୍ରେସର ଟେନସନ!

ନୂଆଦିଲ୍ଲୀ,୨୪।୪: ବର୍ତ୍ତମାନ ସମ୍ପତ୍ତି ବଣ୍ଟନ ଏବଂ ଉତ୍ତରାଧିକାର ଟ୍ୟାକ୍ସକୁ ନେଇ ଦେଶରେ ଅନେକ ରାଜନୈତିକ ବାକ୍‌ଯୁଦ୍ଧ ଚାଲିଛି। କିଛି ଦିନ ପୂର୍ବରୁ ପ୍ରଧାନମନ୍ତ୍ରୀ ମୋଦି କହିଥିଲେ...

ପୁଣିଥରେ କ୍ଷମା ମାଗିଲେ ବାବା ରାମଦେବ, କହିଲେ ଆଉଥରେ ହେବନି ଭୁଲ

ନୂଆଦିଲ୍ଲୀ,୨୪।୪: ସୁପ୍ରିମକୋର୍ଟଙ୍କ ଭର୍ତ୍ସନା ପରେ ଯୋଗ ଗୁରୁ ବାବା ରାମଦେବ ଏବଂ ପତଞ୍ଜଳି ଆୟୁର୍ବେଦ ଲିମିଟେଡ ପରିଚାଳନା ନିର୍ଦ୍ଦେଶକ (MD) ବାଲକୃଷ୍ଣ ପୁନର୍ବାର ବିଭ୍ରାନ୍ତିକର ବିଜ୍ଞାପନ...

ମୋଦିଙ୍କୁ ଗାଳିଦେଲେ ଘରକୁ ଫେରିବନି: ବିରୋଧୀ ନେତାଙ୍କୁ କେନ୍ଦ୍ରମନ୍ତ୍ରୀଙ୍କ ଧମକ

ମୁମ୍ବାଇ,୨୪/୪:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରତି କେହି ଅପଶବ୍ଦ ବ୍ୟବହାର କଲେ, ତାଙ୍କୁ ଘରକୁ ଫେରିବାକୁ ଦିଆଯିବ ନାହିଁ ବୋଲି କେନ୍ଦ୍ରମନ୍ତ୍ରୀ ନାରାୟଣ ରାଣେ ଧମକ ଦେଇଛନ୍ତି।...

ମୁଁ ମୋଦିଙ୍କ ଭେଟିବାକୁ ଚାହେଁ, ମୋତେ ସମୟ ଦିଅନ୍ତୁ: ଖାର୍ଗେ

ନୂଆଦିଲ୍ଲୀ,୨୪।୪: ୨୦୨୪ ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ପ୍ରଚାର କରୁଥିବାବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କଂଗ୍ରେସ ମାନିଫେଷ୍ଟୋରେ ମୁସଲିମ ଲିଗର ଛାପ ଏବଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri