ପୁଣି ବଢ଼ିଲା ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ, ୩୧।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ଦୈନିକ କରୋନା ସଂକ୍ରମଣ ମାମଲା ପୁଣି କମିଛି। ସେହିପରି ସକ୍ରିୟ ମାମଲାରେ ହ୍ରାସ ଦେଖିବାକୁ ମିଳିଛି। ଗତ ୨୪ ଘଣ୍ଟାରେ ସକ୍ରିୟ ମାମଲା ୫ ହଜାରରୁ କମ ରହିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ପୁଣି ବଢ଼ି ୩ ଶହ ଉପରେ ରହିଛି। ଗତ ୨୪ ଘଣ୍ଟାରେ ଏହା ୩୦୯ ଛୁଇଁଛି। ଗୋଟିଏ ଦିନତଳେ ଏହା ୨୨୪ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୨ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୧ ଥିଲା। ଏହି ସମୟରେ ସକ୍ରିୟ ମାମଲା ୪ ହଜାର ୨୨୨ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୪ ହଜାର ୫୦୩ ଥିଲା। ସେହିପରି ୨୪ ଘଣ୍ଟାରେ ୫୮୮ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୪୨୯ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୧ ହଜାର ୮୭୦ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୯ ଲକ୍ଷ ୯୦ ହଜାର ୫୮୮ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୪ ଲକ୍ଷ ୫୪ ହଜାର ୪୯୬ ଜଣ ସୁସ୍ଥ ହୋଇ ସାରିଛନ୍ତି ବୋଲି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।
ମନ୍ତ୍ରଣାଳୟ ଦ୍ୱାରା ଜାରି ପ୍ରେସ ବିଜ୍ଞପ୍ତି ଅନୁସାରେ ଦେଶରେ ସୁସ୍ଥତା ହାର ବୃଦ୍ଧି ପାଇ ୯୮.୮୦ ପ୍ରତିଶତ ରହିଛି। ଅପରପକ୍ଷରେ ମୃତ୍ୟୁ ହାର କମି ୧.୧୮ ପ୍ରତିଶତରେ ପହଞ୍ଚିଛି।