ପୁଣି ବଢ଼ିଲା ଦୈନିକ ସଂକ୍ରମଣ, ସକ୍ରିୟ ମାମଲା ଲକ୍ଷେ ୪୫ ହଜାରରୁ ଅଧିକ…

ନୂଆଦିଲ୍ଲୀ, ୨୭।୭ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସକ୍ରିୟ ମାମଲା ସହିତ ଦୈନିକ ସଂକ୍ରମଣ ବଢୁଥିବାରୁ ପୁଣି ସ୍ଥିତି ଅଣାୟତ୍ତ ମୁହାଁ ହେବାରେ ଲାଗିଛି। ଫଳରେ ପୁଣି ଲୋକେ ଆତଙ୍କିତ ହେବାରେ ଲାଗିଛନ୍ତି। ଦୈନିକ ସଂକ୍ରମଣ ଗୋଟିଏ ଦିନ ତଳେ କମିଥିବାବେଳେ ଗତ ୨୪ ଘଣ୍ଟାରେ ପୁଣି ବଢ଼ିଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ଲକ୍ଷେ ୪୫ ହଜାରରୁ ଅଧିକ ରହିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୧୮ ହଜାର ୩୧୩ ରହିଛି। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୫୭ ରେ ପହଞ୍ଚିଛି। ଏହି ସମୟରେ ସକ୍ରିୟ ମାମଲା ଲକ୍ଷେ ୪୫ ହଜାର ୨୬ ରେ ପହଞ୍ଚିଛି।

ସେହିପରି ୨୪ ଘଣ୍ଟାରେ ୨୦ ହଜାର ୭୪୨ ଜଣ ସୁସ୍ଥ ହୋଇଛନ୍ତି। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୨୬ ହଜାର ୧୬୭ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୩୯ ଲକ୍ଷ ୩୮ ହଜାର ୭୬୪ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୩୨ ଲକ୍ଷ ୬୭ ହଜାର ୫୭୧ ଜଣ ସୁସ୍ଥ ହୋଇ ସାରିଛନ୍ତି। ମହାରାଷ୍ଟ୍ର, କେରଳ, ତାମିଲନାଡୁ, କର୍ନାଟକ ଏବଂ ପଶ୍ଚିମବଙ୍ଗ ଆଦି ୫ ରାଜ୍ୟରେ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଗତ ୨୪ ଘଣ୍ଟାରେ ମହାରାଷ୍ଟ୍ରରେ ୨,୧୩ ୫ଜଣ, ପଶ୍ଚିମବଙ୍ଗରେ ୧,୨୩୨, ତାମିଲନାଡୁରେ ୧,୮୪୬ ଜଣ, ପଞ୍ଜାବରେ ୪୩୬ ଜଣ କେରଳରେ ୧,୪୮୮ ଜଣ, କର୍ନାଟକରେ ୧,୪୨୫ ଜଣ, ଓଡ଼ିଶାରେ ୧,୧୭୪ ଜଣ, ଗୁଜରାଟରେ ୮୮୯, ଆସାମରେ ୬୮୬ ଜଣ, ତେଲେଙ୍ଗାନାରେ ୭୯୫, ହିମାଚଳପ୍ରଦେଶରେ ୯୮୬ ଜଣ, ଛତିଶଗଡ଼ରେ ୬୪୦ ଜଣ, ଦିଲ୍ଲୀରେ ୭୮୧ ଜଣ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି।

ସେହିପରି ହରିୟାଣାରେ ୫୭୮ ଜଣ, ଆନ୍ଧ୍ରପ୍ରଦେଶରେ ୩୩୭ ଜଣ, ଉତ୍ତରପ୍ରଦେଶରେ ୩୬୪ ଜଣ, ତ୍ରିପୁରାରେ ୧୨୭ ଜଣ, ଜମ୍ମୁ-କଶ୍ମୀରରେ ୬୯୭ ଜଣ, ବିହାରରେ ୩୬୩ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଅପରପକ୍ଷରେ ରାଜସ୍ଥାନରେ ୨୩୨ ଜଣ, ମଧ୍ୟପ୍ରଦେଶରେ ୧୭୪ ଜଣ, ଉତ୍ତରାଖଣ୍ଡରେ ୨୮୨ ଜଣ, ଝାଡ଼ଖଣ୍ଡରେ ୧୭୧ ଜଣ, ମିଜୋରାମରେ ୧୬୯ ଜଣ, ମେଘାଳୟରେ ୧୦୬ ଜଣ, ଅରୁଣାଚଳପ୍ରଦେଶରେ ୧୦୪ ଜଣ, ଗୋଆରେ ୧୫୦ ଜଣ,ସିକିମ୍‌ରେ ୧୩୪ ଜଣ, ଆସାମରେ ୭୬୦ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ସମ୍ପ୍ରତି ଦେଶରେ ଟିକାକରଣ ସଂଖ୍ୟା ୨୦୨ କୋଟି ୮୦ଲକ୍ଷରୁ ଅଧିକରେ ପହଞ୍ଚିଛି। ସେଥିମଧ୍ୟରେ ୯୧ କୋଟି ୯୦ ଲକ୍ଷରୁ ଅଧିକ ପ୍ରଥମ ଡୋଜ୍‌ ଥିବାବେଳେ ୮୫ କୋଟି ୩୦ ଲକ୍ଷ ଦ୍ୱିତୀୟ ଡୋଜ୍‌ ଥିଲା। ଭିଡ଼ ଯୋଗୁ ସଂକ୍ରମଣ ବ୍ୟାପିବାର ଆଶଙ୍କା ଥିବାରୁ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏଥିରୁ ଦୂରେଇ ରହିବା ଲାଗି ପରାମର୍ଶ ଦିଆଯାଇଛି। ଏହା ସହିତ ମାସ୍କ ପିନ୍ଧିବା ଏବଂ କରୋନା ମାର୍ଗଦର୍ଶିକା ପାଳନ କରିବାକୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପଛରେ ପଡ଼ିଗଲେ କୋହଲି: ରୋହିତ ଭାଙ୍ଗିଦେଲେ ୫ ବଡ଼ ରେକର୍ଡ

ମୁମ୍ବାଇ,୩୦।୩: ରୋହିତ ଶର୍ମା ଚମତ୍କାର ଢଙ୍ଗରେ IPL 2026 ଆରମ୍ଭ କରିଥିଲେ। ସେ କୋଲକାତା ନାଇଟ୍‌ ରାଇଡର୍ସ ବିପକ୍ଷ ପ୍ରଥମ ମ୍ୟାଚ୍‌ରେ ୭୮ ରନର ଏକ ଧମାକାଦାର…

ଶ୍ରୀରାମ ନବମୀ ରାଲିରେ ବିଧାୟକ ଗୁଳି ଫୁଟାଇବା ଘଟଣା; ଗର୍ଜିଲା ଛାତ୍ର କଂଗ୍ରେସ, ଜିଲାପାଳଙ୍କୁ ଦାବିପତ୍ର

ବଲାଙ୍ଗୀର,୩୦ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଟିଟିଲାଗଡ଼ ସହରରେ ଶୁକ୍ରବାର ଶ୍ରୀରାମ ନବମୀ ଉତ୍ସବ ଶୋଭାଯାତ୍ରାରେ ବିଧାୟକ ନବୀନ ଜୈନ ଗୁଳି ଫୁଟାଇବା ଘଟଣାକୁ ନେଇ ବିବାଦ…

ଗର୍ଲଫ୍ରେଣ୍ଡ୍‌ଙ୍କୁ ମହଙ୍ଗା ଗାଡ଼ି ଉପହାର ଦେଲେ ହାର୍ଦ୍ଦିକ ପାଣ୍ଡ୍ୟା: ଦାମ ଜାଣିଲେ ଉଡିଯିବ ହୋଶ୍‌

ମୁମ୍ବାଇ,୩୦।୩: କିଛି ଦିନ ପୂର୍ବରୁ ହାର୍ଦ୍ଦିକ ପାଣ୍ଡ୍ୟା ଏକ ଫେରାରି (Ferrari 12Cilindri) କିଣିଛନ୍ତି। ଏହାର ମୂଲ୍ୟ ୧୨ କୋଟି ବୋଲି ଜଣାପଡ଼ିଛି। ଏବେ ତାଙ୍କ କାର…

କେନ୍ଦ୍ରୀୟ ମଣ୍ଡି ଖୋଲି ଆଜି ହିଁ ଧାନ କିଣନ୍ତୁ….ଦଣ୍ଡ ମାରି ଯାଜପୁର ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଚାଷୀଙ୍କ ପ୍ରତିବାଦ

ଯାଜପୁର,୩୦ା୩(ହର୍ଷବର୍ଦ୍ଧନ ବେହେରା): ନବ ନିର୍ମାଣ କୃଷକ ସଂଗଠନ ପକ୍ଷରୁ ଅଭିନବ ପ୍ରତିବାଦ କରାଯାଇଛି ।ଶତାଧିକ ଚାଷୀ ଟ୍ରାକ୍ଟର, ଅଟୋ ଇତ୍ୟାଦିରେ ଧାନ ବସ୍ତା ଲଦି ମେଡିକାଲ ଛକରୁ…

ଟ୍ରମ୍ପଙ୍କ ହୃଦୟ ଭାଙ୍ଗିଲେ ନେତାନ୍ୟାହୁ! ଇସ୍ରାଏଲ ଘୋଷଣା କରି କହିଲା….

ନୂଆଦିଲ୍ଲୀ,୩୦ା୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଇସ୍ରାଏଲ ଆମେରିକାକୁ ଏକ ବଡ଼ ଧୋକା ଦେଇଛି। ଇସ୍ରାଏଲ ସ୍ପଷ୍ଟ ଭାବରେ କହିଛି ଯେ ଏହାର ସେନା ଗ୍ରାଉଣ୍ଡ…

ଖରାଦିନେ ଶରୀର ପାଇଁ ଉପକାରୀ ଆଖୁରସ

ଶରୀର ପାଇଁ ବେଶ୍‌ ଉପକାରୀ ହେଉଛି ଆଖୁରସ। ମୁଖ୍ୟତଃ ଖରାଦିନେ ଏହାର ଚାହିଦା ଅଧିକ। ଏଥିରେ ବିଭିନ୍ନ ପ୍ରକାର ଭିଟାମିନ୍‌ ଭରି ରହିଛି। ଆଖୁରସ ପିଇବା ଦ୍ୱାରା…

ହେମସାଗର ଭୋଇ ହେଲେ ପଦ୍ମପୁର ନୂତନ ଉପଜିଲାପାଳ

ପଦ୍ମପୁର,୩୦।୩( ପ୍ରଦୀପ୍ତ ଦାଶ ): ପଦ୍ମପୁର ଉପଖଣ୍ଡରେ ନୂତନ ଉପଜିଲାପାଳ ଭାବେ ହେମସାଗର ଭୋଇଙ୍କୁ ନିଯୁକ୍ତି ଦିଆଯାଇଛି। ଏନେଇ ଓଡିଶା ସରକାରଙ୍କ ସାଧାରଣ ପ୍ରଶାସନ ଓ ଅଭିଯୋଗ…

୩୧ରେ ସରିଯିବ ଧାନ ସଂଗ୍ରହ ପ୍ରକ୍ରିୟା, ବିକ୍ରି ଅପେକ୍ଷାରେ ହଜାର ହଜାର ବସ୍ତା ଧାନ

ବରଗଡ଼,୩୦।୩(ପ୍ରେମାନନ୍ଦ ଖମାରୀ): ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ସରିବାକୁ ଆଉମାତ୍ର ୨ଦିନ ବାକି। ଆସନ୍ତା ୩୧ତାରିଖରେ ଏହି ପ୍ରକ୍ରିୟା ଶେଷ ହୋଇଯିବ। ଅନ୍ୟପଟେ ଏବେ ମଧ୍ୟ ବରଗଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri