ପୁଣି ବଢ଼ିଲା ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ, ୩।୮ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସକ୍ରିୟ ମାମଲା ସହିତ ଦୈନିକ ସଂକ୍ରମଣ ବଢୁଥିବାରୁ ପୁଣି ସ୍ଥିତି ଅଣାୟତ୍ତ ମୁହାଁ ହେବାରେ ଲାଗିଛି। ପୁଣି ସଙ୍କଟ ଘନେଇବାରେ ଲାଗିଛି। ଫଳରେ ପୁଣି ଲୋକେ ଆତଙ୍କିତ ହେବାରେ ଲାଗିଛନ୍ତି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ଲକ୍ଷେ ୩୭ ହଜାରରୁ ଅଧିକ ରହିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ପୁଣି ବଢ଼ିଛି।

ଏହା ୧୭ ହଜାର ୧୩୫ ରହିଛି। ଗୋଟିଏ ଦିନ ତଳେ ଏହା ୧୩ ହଜାର ୭୩୪ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ବଢ଼ି ୪୭ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୩୪ ଥିଲା। ଏହି ସମୟରେ ସକ୍ରିୟ ମାମଲା ଲକ୍ଷେ ୩୭ ହଜାର ୫୭ ରେ ପହଞ୍ଚିଛି। ସେହିପରି ୨୪ ଘଣ୍ଟାରେ ୧୯ ହଜାର ୮୨୩ ଜଣ ସୁସ୍ଥ ହୋଇଛନ୍ତି। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୨୬ ହଜାର ୪୭୭ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୦ ଲକ୍ଷ ୬୭ ହଜାର ୧୪୪ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୩୪ ଲକ୍ଷ ୩ ହଜାର ୬୧୦ ଜଣ ସୁସ୍ଥ ହୋଇ ସାରିଛନ୍ତି।

କେରଳ, ତାମିଲନାଡୁ, କର୍ନାଟକ ଆଦି ରାଜ୍ୟରେ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଗତ ୨୪ ଘଣ୍ଟାରେ ମହାରାଷ୍ଟ୍ରରେ ୧,୮୮୬ ଜଣ, ପଶ୍ଚିମବଙ୍ଗରେ ୮୮୩ ଜଣ, ତାମିଲନାଡୁରେ ୧,୩୦୨ ଜଣ, ପଞ୍ଜାବରେ ୪୮୬ ଜଣ କେରଳରେ ୧,୦୫୭ ଜଣ, କର୍ନାଟକରେ ୧,୭୩୬ ଜଣ, ଓଡ଼ିଶାରେ ୯୨୦ ଜଣ, ଗୁଜରାଟରେ ୮୭୪ ଜଣ, ଆସାମରେ ୬୮୬ ଜଣ, ତେଲେଙ୍ଗାନାରେ ୧,୦୫୪, ଆସାମରେ ୫୦୮ ଜଣ, ହିମାଚଳପ୍ରଦେଶରେ ୮୩୪ ଜଣ, ଛତିଶଗଡ଼ରେ ୫୧୮ ଜଣ, ଦିଲ୍ଲୀରେ ୧,୫୦୬ ଜଣ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି।

ସେହିପରି ହରିୟାଣାରେ ୬୨୩ ଜଣ, ଆନ୍ଧ୍ରପ୍ରଦେଶରେ ୨୯୭ ଜଣ,ଉତ୍ତରପ୍ରଦେଶରେ ୫୭୯ ଜଣ, ଜମ୍ମୁ-କଶ୍ମୀରରେ ୭୪୧ ଜଣ, ବିହାରରେ ୧୮୦ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଅପରପକ୍ଷରେ ରାଜସ୍ଥାନରେ ୩୦୦ ଜଣ, ମଧ୍ୟପ୍ରଦେଶରେ ୧୬୪ ଜଣ, ଉତ୍ତରାଖଣ୍ଡରେ ୩୪୬ ଜଣ, ପୁଡୁଚେରୀରେ ୧୧୯ ଜଣ, ତ୍ରିପୁରାରେ ୧୫୩ ଜଣ, ଚଣ୍ଡିଗଡ଼ରେ ୫୯୫ ଜଣ, ତ୍ରିପୁରାରେ ୧୭୮ ଜଣ, ଗୋଆରେ ୧୬୩ ଜଣ, ଝାଡ଼ଖଣ୍ଡରେ ୧୩୭ ଜଣ, ସିକିମ୍‌ରେ ୧୧୭ଜଣ, ଚଣ୍ଡିଗଡ଼ରେ ୧୦୧ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ସମ୍ପ୍ରତି ଦେଶରେ ଟିକାକରଣ ସଂଖ୍ୟା ୨୦୪ କୋଟି ୬୦ ଲକ୍ଷ ୮୧ ହଜାର ୮୧ ରେ ପହଞ୍ଚିଛି। ସେଥିମଧ୍ୟରେ ୯୨ କୋଟିରୁ ଅଧିକ ପ୍ରଥମ ଡୋଜ୍‌ ଥିବାବେଳେ ୮୫ କୋଟି ୪୦ ଲକ୍ଷ ଦ୍ୱିତୀୟ ଡୋଜ୍‌ ରହିଛି । ଗତ ୨୪ ଘଣ୍ଟାରେ ୨୬ ଲକ୍ଷ ୭୭ ହଜାର ୪୦୫ ଟିକା ପ୍ରଦାନ କରାଯାଇଛି। ଭିଡ଼ ଯୋଗୁ ସଂକ୍ରମଣ ବ୍ୟାପିବାର ଆଶଙ୍କା ଥିବାରୁ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏଥିରୁ ଦୂରେଇ ରହିବା ଲାଗି ପରାମର୍ଶ ଦିଆଯାଇଛି। ଏହା ସହିତ ମାସ୍କ ପିନ୍ଧିବା ଏବଂ କରୋନା ମାର୍ଗଦର୍ଶିକା ପାଳନ କରିବାକୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅକ୍ଟୋବର ୪ରୁ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର, ଲିଟର ପିଛା….

ଭୁବନେଶ୍ୱର,୨।୧: ଅକ୍ଟୋବର ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର । ଓଡ଼ିଶା ଷ୍ଟେଟ୍ କୋ-ଅପରେଟିଭ୍ ମିଲ୍କ ପ୍ରଡ୍ୟୁସର୍ସ ଫେଡେରେସନ୍ (ଓମ୍‌ଫେଡ୍) ପକ୍ଷରୁ ବିଭିନ୍ନ ପ୍ରକାର କ୍ଷୀରର…

କ୍ୟାନସରକୁ ହରାଇ ୧୦ ବର୍ଷ ପରେ ଦଳକୁ ଫେରିଲେ ଏହି କ୍ରିକେଟର୍‌: ଅଚାନକ ମିଳିଲା..

ସିଡନୀ,୨।୧୦: ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟ ସିରିଜ ପାଇଁ ଅଷ୍ଟ୍ରେଲିଆ କ୍ରିକେଟ ଦଳରେ ବଡ଼ ପରିବର୍ତ୍ତନ ହୋଇଛି। ଟେଷ୍ଟିକୁଲାର କ୍ୟାନସର ଭଳି ଗୁରୁତର ରୋଗକୁ ପରାସ୍ତ କରି…

ଟିଏମ୍‌ସିର ଜବତ ବ୍ୟାଙ୍କ ଆକାଉଣ୍ଟ ମାମଲା, ହସ୍ତକ୍ଷେପ କରିବାକୁ ମନାକଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨।୧୦: ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ ଟିଏମ୍‌ସି ଗୋଷ୍ଠୀର ପ୍ରାୟ ୮୦୪ କୋଟି ଟଙ୍କା ଥିବା ୪ଟି ଜବତ (ଡେବିଟ୍‌-ଫ୍ରିଜ) ବ୍ୟାଙ୍କ ଆକାଉଣ୍ଟକୁ ପରିଚାଳନା କରିବାକୁ ଅନୁମତି ଦେବା…

କାର୍ଯ୍ୟକାରୀ ହେଲା ଜନ୍ମ, ମୃତ୍ୟୁ ସଂଶୋଧନ ଆଇନ

ନୂଆଦିଲ୍ଲୀ,୨।୧୦: ଜନ୍ମ ଓ ମୃତ୍ୟୁ ପଞ୍ଜୀକରଣ (ସଂଶୋଧନ) ଆଇନ, ୨୦୨୬ ଗୁରୁବାରଠାରୁ ଦେଶରେ ଲାଗୁ ହୋଇଛି । ଏଥିରେ ନିର୍ଦ୍ଧାରିତ ସମୟସୀମା ପରେ ଜଣାଯାଇଥିବା ଜନ୍ମ ଓ…

ହାଇଭୋଲଟେଜ୍‌ ଡ୍ରାମା କଲେ ରିଷଭ ପନ୍ତ: ଅମ୍ପାୟରଙ୍କ ସହ ଯୁକ୍ତିତର୍କ ପରେ ଘଟିଲା…

ନୂଆଦିଲ୍ଲୀ,୨।୧୦:ଭାରତୀୟ କ୍ରିକେଟ ଦଳର ଉଇକେଟକିପର-ବ୍ୟାଟର ଋଷଭ ପନ୍ତଙ୍କ ପାଇଁ ଇରାନୀ କପ୍‌ର ପ୍ରଥମ ଦିନ ମଇଦାନରେ ହାଇଭୋଲଟେଜ୍‌ ଡ୍ରାମା କରିଛନ୍ତି। ରେଷ୍ଟ ଅଫ ଇଣ୍ଡିଆର ଅଧିନାୟକ ଭାବେ…

ଗାନ୍ଧୀ ବିଚାରରେ ପରିବେଶ ସୁରକ୍ଷା

ମହାକାଳର ଅସୀମ ଗର୍ଭରେ ଇତିହାସର ଅନେକ ପୃଷ୍ଠା ରକ୍ତର କାଳିରେ ଲେଖାଯାଇଛି, ଅନେକ ବିପ୍ଳବ କେବଳ କ୍ଷମତା ଆଉ ସାମ୍ରାଜ୍ୟବାଦର ମୋହରେ ଧୂଳିସାତ ହୋଇଯାଇଛି। କିନ୍ତୁ ବିଂଶ…

ଘର ଘର ବୁଲି କ୍ଷୀର ବିକୁଥିଲେ ନିତେଶ: ଏବେ ୬୪ ବର୍ଷର ଇତିହାସ ବଦଳାଇଦେଲେ ନିତେଶ

ନୂଆଦିଲ୍ଲୀ,୨।୧୦: ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ କୁସ୍ତି ପାଇଁ ଆସିଛି ଐତିହାସିକ ସଫଳତା। ଗ୍ରୀକୋ-ରୋମାନ କୁସ୍ତିର ୯୭+ କିଲୋଗ୍ରାମ ବର୍ଗରେ ଭାରତର ନିତେଶ ସିୱାଚ ରୌପ୍ୟ ପଦକ…

ହୀରାକୁଦ ଜଳଭଣ୍ଡାର ପୁଣି ପୂର୍ଣ୍ଣଗର୍ଭା: ଦ୍ବିତୀୟ ଥର ୬୩୦ ଫୁଟ ଛୁଇଁଲା ଜଳସ୍ତର

​ସମ୍ବଲପୁର,୨।୧୦(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ବର୍ତ୍ତମାନ ମାତ୍ର ଗୋଟିଏ ସ୍ଲୁଇସ ଗେଟ୍ ଖୋଲା ରହିଛି । ଫଳରେ ଶୁକ୍ରବାର ସକାଳେ ହୀରାକୁଦ ଜଳଭଣ୍ଡାରର ପୁଣିଥରେ ପୂର୍ଣ୍ଣଗର୍ଭା ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?