ଦୈନିକ ସଂକ୍ରମଣ ୫ ଶହରୁ କମ୍‌, ସୁସ୍ଥତା ହାର ୯୮.୮୦ ପ୍ରତିଶତ…

ନୂଆଦିଲ୍ଲୀ, ୨୭।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ଦୈନିକ କରୋନା ସଂକ୍ରମଣ ମାମଲା ପୁଣି କମିଛି। ସେହିପରି ସକ୍ରିୟ ମାମଲାରେ ହ୍ରାସ ଦେଖିବାକୁ ମିଳିଛି। ଗତ ୨୪ ଘଣ୍ଟାରେ ସକ୍ରିୟ ମାମଲା ୬ ହଜାରରୁ କମ ରହିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୫ ଶହରୁ କମ ରହିଛି। ଗତ ୨୪ ଘଣ୍ଟାରେ ଏହା ୪୨୪ ଛୁଇଁଛି। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୨ ରେ ପହଞ୍ଚିଛି। ଏହି ସମୟରେ ସକ୍ରିୟ ମାମଲା ୫ ହଜାର ୨୫୯ ରେ ପହଞ୍ଚିଛି। ସେହିପରି ୨୪ ଘଣ୍ଟାରେ ୮୭୦ ଜଣ ସୁସ୍ଥ ହୋଇଛନ୍ତି। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୧ ହଜାର ୮୫୯ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୯ ଲକ୍ଷ ୮୯ ହଜାର ୩୪୧ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୪ ଲକ୍ଷ ୫୨ ହଜାର ୨୨୩ ଜଣ ସୁସ୍ଥ ହୋଇ ସାରିଛନ୍ତି ବୋଲି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।
ମନ୍ତ୍ରଣାଳୟ ଦ୍ୱାରା ଜାରି ପ୍ରେସ ବିଜ୍ଞପ୍ତି ଅନୁସାରେ ଦେଶରେ ସୁସ୍ଥତା ହାର ବୃଦ୍ଧି ପାଇ ୯୮.୮୦ ପ୍ରତିଶତ ରହିଛି। ଅପରପକ୍ଷରେ ମୃତ୍ୟୁ ହାର କମି ୧.୧୮ ପ୍ରତିଶତରେ ପହଞ୍ଚିଛି।