Posted inଜାତୀୟ

ଦୈନିକ ସଂକ୍ରମଣ ୬ ଶହରୁ କମ୍‌, ସକ୍ରିୟ ମାମଲା ୭ ହଜାର ତଳେ…

ନୂଆଦିଲ୍ଲୀ, ୨୫।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ଦୈନିକ କରୋନା ସଂକ୍ରମଣ ମାମଲା ପୁଣି କମିଛି। ସେହିପରି ସକ୍ରିୟ ମାମଲାରେ ହ୍ରାସ ଦେଖିବାକୁ ମିଳିଛି। ଗତ ୨୪ ଘଣ୍ଟାରେ ସକ୍ରିୟ ମାମଲା ୭ ହଜାରରୁ କମ ରହିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୬ ଶହରୁ କମ ରହିଛି। ଗତ ୨୪ ଘଣ୍ଟାରେ ଏହା ୫୩୨ ଛୁଇଁଛି। ଗୋଟିଏ ଦିନ ତଳେ ଏହା ୫୪୯ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୨ ରେ ପହଞ୍ଚିଛି। ଗୋଟିଏ ଦିନତଳେ ଏହା ୩ ଥିଲା ା ଏହି ସମୟରେ ସକ୍ରିୟ ମାମଲା ୬ ହଜାର ୧୬୮ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୬ ହଜାର ୫୯୧ ଥିଲା। ସେହିପରି ୨୪ ଘଣ୍ଟାରେ ୯୫୩ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୧,୦୫୯ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୧ ହଜାର ୮୫୪ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୯ ଲକ୍ଷ ୮୮ ହଜାର ୪୨୬ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୪ ଲକ୍ଷ ୫୦ ହଜାର ୪୦୪ ଜଣ ସୁସ୍ଥ ହୋଇ ସାରିଛନ୍ତି ବୋଲି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଳାତ୍କାରୀଙ୍କୁ ଜାମିନ, ପୀଡ଼ିତାଙ୍କ ସହ ଅନ୍ୟାୟ

ନୂଆଦିଲ୍ଲୀ,୨୫ା୧୨: ଭାରତ କେବଳ ଏକ ମୃତ ଅର୍ଥନୀତିରେ ପରିଣତ ହୋଇଯାଇଛି ତାହା ନୁହେଁ, ବରଂ ଏକ ମୃତ ସମାଜ ପାଲଟିଯାଇଛି। କଂଗ୍ରେସ ନେତା ରାହୁଲ ଗାନ୍ଧୀ ବୁଧବାର...

ବିଦ୍ୟୁତ୍‌ ଉପଭୋକ୍ତାଙ୍କ ପାଇଁ ବଡ଼ ଖବର, ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୨୫ା୧୨ (ରବିନାରାୟଣ ଜେନା): ବିଦ୍ୟୁତ୍‌ ଉପଭୋକ୍ତାଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ବୁଧବାର ଅନୁଷ୍ଠିତ କ୍ୟାବିନେଟ୍‌ ବୈଠକରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ସହ...

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri