୩ ଲକ୍ଷ ମୁହାଁ ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ, ୧୯।୧ : ଦେଶରେ କରୋନା ମହାମାରୀ ଯୋଗୁ ଆତଙ୍କ ଦେଖାଦେଇଛି। ଦୈନିକ ସଂକ୍ରମଣ ପୁଣି ବୃଦ୍ଧି ପାଇବାରେ ଲାଗିଛି। ଫଳରେ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଦୈନିକ ସଂକ୍ରମଣ ଏବେ ୩ ଲକ୍ଷ ମୁହାଁ ହେବାରେ ଲାଗିଛି।

ଗତ ୨୪ ଘଣ୍ଟାରେ ୨ ଲକ୍ଷ ୮୨ ହଜାର ୯୭୦ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଗତ କାଲି ତୁଳନାରେ ଦୈନିକ ସଂକ୍ରମଣ ୪୪ ହଜାର ୮୮୯ ଅଧିକ ରହିଛି। ଏପରି ଧାରା ଜାରି ରହିଲେ ଆଉ ଗୋଟିଏ ଦିନ ପରେ ଦୈନିକ ସଂକ୍ରମଣ ୩ ଲକ୍ଷରୁ ଅଧିକରେ ପହଞ୍ଚିବାର ଆଶଙ୍କା ରହିଛି।

ସେହିପରି ଏହି ସମୟ ମଧ୍ୟରେ ଦେଶରେ କରୋନାରେ ୪୪୧ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ମୃତ୍ୟୁ ସଂଖ୍ୟା ଯୋଗୁ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ସେହିପରି ୧ ଲକ୍ଷ ୮୮ ହଜାର ୧୫୭ଜଣ ସୁସ୍ଥ ହୋଇଛନ୍ତି। ଦେଶରେ ଆକ୍ରାନ୍ତଙ୍କ ସୁସ୍ଥତା ହାର କମି ୯୪.୨୭ ପ୍ରତିଶତରେ ପହଞ୍ଚିଛି।

ଅପରପକ୍ଷରେ ସକ୍ରିୟ ମାମଲା ୧୮ ଲକ୍ଷ ୩୧ ହଜାରରେ ପହଞ୍ଚିିଛି। ଦୈନିକ ପଜିଟିଭିଟି ହାର ୧୫.୧୩ ପ୍ରତିଶତ ରହିଛି। ସାପ୍ତାହିକ ସଂକ୍ରମଣ ହାର ୧୪.୪୧ ପ୍ରତିଶତ ରହିଛି। ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ ଲକ୍ଷ ୮୭ ହଜାର ୨୦୨ ଛୁଇଁଛି।

ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୩ କୋଟି ୭୯ଲକ୍ଷ ୧ ହଜାର ୨୪୧ ଜଣ ଆକ୍ରାନ୍ତ ହୋଇଥିବାବେଳେ ୩ କୋଟି ୫୫ ଲକ୍ଷ ୮୩ ହଜାର ୩୯ ଜଣ ସୁସ୍ଥ ହୋଇଛନ୍ତି।

ଦେଶରେ ୧୫୮ କୋଟି ୯୦ ଲକ୍ଷରୁ ଅଧିକ ଜଣଙ୍କୁ ଟିକାଦାନ କରାଯାଇଛି। ସେଥିମଧ୍ୟରେ ୮୭ କୋଟି ୯୦ ଲକ୍ଷରୁ ଅଧିକ ପ୍ରଥମ ଡୋଜ୍‌ ଥିବାବେଳେ ୬୬ କୋଟି ୭୦ ଲକ୍ଷରୁ ଅଧିକ ଦ୍ୱିତୀୟ ଡୋଜ୍‌ ରହିଛି।

ଇତିମଧ୍ୟରେ ଦେଶର ୨୯ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳରେ ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୮ ହଜାର ଟପିଛି। ଫଳରେ ଆକ୍ରାନ୍ତଙ୍କ ସଂଖ୍ୟା ୮,୯୬୧ ଛୁଇଁଛି। ଦୈନିକ ଓମିକ୍ରନ୍‌ ଆ୍ରକାନ୍ତଙ୍କକ ସଂଖ୍ୟାରେ ୦.୭୯ ପ୍ରତିଶତ ବୃଦ୍ଧି ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

ଇତିହାସ ରଚିଲେ ଭାରତର ସୁନା ଝିଅ, ହକି ଇଣ୍ଡିଆ କଲା ନୋଟ୍ ବର୍ଷା!

ନୂଆଦିଲ୍ଲୀ,୨।୧୦: ଏସୀୟ କ୍ରୀଡ଼ାରେ ଭାରତୀୟ ମହିଳା ହକି ଦଳ ଇତିହାସ ସୃଷ୍ଟି କରିଛି। ଫାଇନାଲ୍ ମ୍ୟାଚ୍‌ରେ ଡିଫେଣ୍ଡିଂ ଚାମ୍ପିଅନ୍ ଚାଇନାକୁ ୧-୦ ଗୋଲ୍‌ରେ ପରାସ୍ତ କରି ସଲିମା…

ଗୁଜରାଟ ୟୁସିସି ବିଲ୍‌କୁ ରାଷ୍ଟ୍ରପତିଙ୍କ ମିଳିଲା ମଞ୍ଜୁରୀ

ଅହମଦାବାଦ,୨ା୧୦: ଗୁଜରାଟ ସମାନ ନାଗରିକ ସଂହିତା (ୟୁସିସି) ବିଲ୍‌କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ଫଳରେ ଏହା କାର୍ଯ୍ୟକାରୀ ହେବା ଲାଗି ପଥ ପରିଷ୍କାର…

IND vs WI Playing 11: ତୃତୀୟ ଦିନିକିଆରେ ଅଧିନାୟକ ନେବେ ସାହସିକ ପଦକ୍ଷେପ! Playing 11ରେ ପରିବର୍ତ୍ତନ ନିଶ୍ଚିତ !

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟ ଇଣ୍ଡିଜ ମଧ୍ୟରେ ତୃତୀୟ ଦିନିକିଆ ମ୍ୟାଚ ଶନିବାର, ଅକ୍ଟୋବର ୩ରେ ଖେଳାଯିବ। ନିୟୁ ଚଣ୍ଡିଗଡ଼ସ୍ଥିତ ପିସିଏ (PCA) ଆନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମ…

୪୪ ବର୍ଷ ପରେ ସ୍ବର୍ଣ୍ଣ ପଦକ ଜିତି ଇତିହାସ ସୃଷ୍ଟି କଲା ଭାରତୀୟ ମହିଳା ହକି ଦଳ

ନୂଆଦିଲ୍ଲୀ,୨।୧୦: ଭାରତୀୟ ମହିଳା ହକି ଦଳ ୨୦୨୬ ଏସୀୟ କ୍ରୀଡ଼ାରେ ଇତିହାସ ସୃଷ୍ଟି କରିଛି। ଫାଇନାଲ ମ୍ୟାଚରେ ଚାଇନାକୁ ୧-୦ ଗୋଲରେ ପରାସ୍ତ କରି ଭାରତୀୟ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?