Posted inଜାତୀୟ

ପୁଣି ଉପର ମୁହାଁ ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ, ୨।୩: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ପୁଣି ଦୈନିକ କରୋନା ସଂକ୍ରମଣ ମାମଲା ବଢ଼ିଛି। ସେହିପରି ସକ୍ରିୟ ମାମଲାରେ ବୃଦ୍ଧି ଦେଖିବାକୁ ମିଳିଛି। ଦୈନିକ ପଜିଟିଭ୍‌ ହାର ଏକ ପ୍ରତିଶତରୁ କମ ହୋଇଛି ଏବଂ ସୁସ୍ଥତା ହାରରେ ମଧ୍ୟ ଉନ୍ନତି ହୋଇଛି।
ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ପୁଣି ୨ ଶହ ଉପରେ ରହିଛି। ଏହା ବଢ଼ି ୨୬୮ ଛୁଇଁଛି। ଗୋଟିଏ ଦିନ ତଳେ ଏହା ୨୪୦ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ଶୂନ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୧ ଥିଲା। ଏହି ସମୟରେ ସକ୍ରିୟ ମାମଲା ୨ ହଜାର ଉପରେ ରହିଛି। ଏହା ୨ ହଜାର ୪୩୯ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୨ ହଜାର ୩୩୫ ଥିଲା। ସେହିପରି ୨୪ ଘଣ୍ଟାରେ ୧୬୪ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୧୬୧ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୦ ହଜାର ୭୭୨ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୬ ଲକ୍ଷ ୮୬ ହଜାର ୮୭୯ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୧ ଲକ୍ଷ ୫୩ ହଜାର ୬୬୮ ଜଣ ସୁସ୍ଥ ହୋଇ ସାରିଛନ୍ତି।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ଜାରି ପ୍ରେସ ବିଜ୍ଞପ୍ତି ଅନୁସାରେ ଦେଶରେ ସୁସ୍ଥତା ହାର ବୃଦ୍ଧି ପାଇ ୯୮.୮୧ ପ୍ରତିଶତ ରହିଛି। ସେହିପରି ସକ୍ରିୟ ମାମଲା ୦.୦୧ ପ୍ରତିଶତ ରହିଛି। ଦୈନିକ ସଂକ୍ରମଣ ୦.୧୧ ପ୍ରତିଶତ ଏବଂ ସାପ୍ତାହିକ ସଂକ୍ରମଣ ୦.୮ ପ୍ରତିଶତ ରହିଛି। ଅପରପକ୍ଷରେ ମୃତ୍ୟୁ ହାର କମି ୧.୧୯ ପ୍ରତିଶତରେ ପହଞ୍ଚିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇ ବାଇକ୍‌ଆରୋହୀଙ୍କୁ ଧକ୍କାଦେଲା ଅଜଣା ଗାଡ଼ି, ଚାଲିଗଲା ଜୀବନ, କ୍ଷତିପୂରଣ ଦାବି କରି…

ହେମଗିର,୧୨ା୧୦(ଚୈତନ୍ୟ ପୁଟେଲ): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅନ୍ତର୍ଗତ ଡୁରୁବଗା ବାଇପାସ ରାସ୍ତାରେ ଅଜଣା ଗାଡ଼ି ଧକ୍କାରେ ଦୁଇ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ହୋଇଛି। ମୃତ ଯୁବକ…

ବଦଳିଲା କ୍ରିକେଟ ମ୍ୟାଚର ସ୍ଥାନ, ଏଥିପାଇଁ ଦାୟୀ ରହିବ କି ପାକିସ୍ତାନ ରାଜନୀତି? ଜାଣନ୍ତୁ…

ଇସଲାମାବାଦ,୧୨।୧୦: ପାକିସ୍ତାନର ରାଜନୈତିକ ସଙ୍କଟର ପ୍ରଭାବ ବର୍ତ୍ତମାନ କ୍ରିକେଟ ଉପରେ ମଧ୍ୟ ପଡ଼ିବା ଆରମ୍ଭ ହୋଇଛି। ଖୈବର ପଖତୁନଖୱା ଅଞ୍ଚଳରେ ପାକିସ୍ତାନ ସରକାରଙ୍କ ଦ୍ୱାରା ନିକଟରେ ଜରୁରୀକାଳୀନ…

‘ମୋ ବାପା ସବୁକିଛି ସମ୍ଭାଳି ନେବେ’: ଧନୀ ଯୁବକଙ୍କ ଅହଂକାରୀ ଆଚରଣ; ମା’ ଜନ୍ମଦିନରେ ଉପହାର ଦେଇଥିବା କାର ଚଢାଇ ୩ ଛାତ୍ର ମୃତ

କୋଚି,୧୨।୧୦: କେରଳର ନେଦୁମ୍ବାସେରୀରେ ତିନିଜଣ ଛାତ୍ରୀଛାତ୍ରଙ୍କ ଜୀବନ ନେଇଥିବା ଏକ ଭୟଙ୍କର ସଡ଼କ ଦୁର୍ଘଟଣା ପରେ ଅହଂକାର ଓ ଅବହେଳାର ଏକ ଚାଞ୍ଚଲ୍ୟକର ଚିତ୍ର ସାମ୍ନାକୁ ଆସିଛି।…

ମହାକାଳପଡ଼ାରେ ବିଜେଡି-ଭାଜପା ଛାତ୍ର ଗୋଷ୍ଠୀ ମୁହାଁମୁହିଁ, ପୋଲିସ ପହଞ୍ଚି…

ମହାକାଳପଡ଼ା,୧୨ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ାସ୍ଥିତ ପ୍ରମୁଖ ଶିକ୍ଷାନୁଷ୍ଠାନ ବାୟାବାବା କଲେଜରେ ଛାତ୍ର ସଂସଦ ନିର୍ବାଚନକୁ କେନ୍ଦ୍ରକରି ପରିସ୍ଥିତି ଉତ୍ତେଜନାପୂର୍ଣ୍ଣ ହୋଇପଡ଼ିଛି। ସୋମବାର ମଧ୍ୟାହ୍ନରେ କଲେଜ…

ଗୃହ ମନ୍ତ୍ରଣାଳୟର ବଡ଼ ନିଷ୍ପତ୍ତି; ଜନ୍ତରମନ୍ତରରେ ହେବନି ବିକ୍ଷୋଭ ପ୍ରଦର୍ଶନ, ଏହି ୩ ନୂଆ ସ୍ଥାନ….

ନୂଆଦିଲ୍ଲୀ,୧୨।୧୦: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଆନ୍ଦୋଳନ ଜାରି ରହିଥିବା ବେଳେ ଦିଲ୍ଲୀରେ ଧାରଣା ଓ ବିରୋଧ ପ୍ରଦର୍ଶନ ପାଇଁ ନିର୍ଦ୍ଧାରିତ ସ୍ଥାନକୁ…

ଯୁବପିଢ଼ିଙ୍କୁ ସଶକ୍ତ କରିବ ପ୍ରଯୁକ୍ତିବିଦ୍ୟା: ରାଜ୍ୟପାଳ

ଅତାବିରା,୧୨।୧୦(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ବ୍ଲକ ନୂଆଁ ଖଇରପାଲି କୋଶଲ ସ୍କୁଲକୁ ରବିବାର ଓଡ଼ିଶାର ରାଜ୍ୟପାଳ ଡାକ୍ତର ହରିବାବୁ କମ୍ଭମପତି ଗସ୍ତ କରିଥିଲେ। ଏହି ଅବସରରେ…

୨୫୨ ଟଙ୍କା ମହଙ୍ଗା ହେଲା LPG ଗ୍ୟାସ, ଜାଣନ୍ତୁ କେତେ ରହିଛି ଦାମ୍

ଢାକା,୧୨।୧୦: ଭାରତର ପଡ଼ୋଶୀ ଦେଶ ବାଂଲାଦେଶରେ ଏବେ ଘରୋଇ LPG ଗ୍ୟାସ୍‌ର ଦାମ୍‌କୁ ନେଇ ଉପଭୋକ୍ତା ଚିନ୍ତାରେ ରହିଛନ୍ତି । ଗ୍ୟାସ୍‌ର ଯୋଗାଣ ହ୍ରାସ ପାଇଥିବାରୁ ବଜାରରେ…

ସଫଳତାର ଶୀର୍ଷରେ ପହଞ୍ଚିବା ପାଇଁ ପାଳନ କରନ୍ତୁ ଚାଣକ୍ୟ ଏହି ୪ କଥା…

ଆଚାର୍ଯ୍ୟ ଚାଣକ୍ୟ ଜଣେ ପ୍ରାଚୀନ ଭାରତୀୟ ଶିକ୍ଷକ, ଦାର୍ଶନିକ ତଥା ରାଜ ପରାମର୍ଶଦାତା ଥିଲେ। ତାଙ୍କୁ ‘ଅର୍ଥଶାସ୍ତ୍ର’ର ରଚୟିତା ଭାବରେ ଜଣାଯାଏ। ଯିଏ କି ଅର୍ଥନୀତି, ରାଜନୀତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?