Posted inଜାତୀୟ

ପୁଣି ବଢ଼ିଲା ଦୈନିକ ସଂକ୍ରମଣ: ୨୪ ଘଣ୍ଟାରେ ୧,୩୦୦ ଆକ୍ରାନ୍ତ ଚିହ୍ନଟ…

ନୂଆଦିଲ୍ଲୀ, ୨୩।୩: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ପୁଣି ଦୈନିକ କରୋନା ସଂକ୍ରମଣ ମାମଲା ବଢ଼ିଛି। ଏହା ଅଣାୟତ୍ତ ମୁହାଁ ହେବାରେ ଲାଗିଛି। ସେହିପରି ସକ୍ରିୟ ମାମଲାରେ ବୃଦ୍ଧି ଦେଖିବାକୁ ମିଳିଛି। ଦୈନିକ ପଜିଟିଭ୍‌ ହାର ଏକ ପ୍ରତିଶତରୁ କମ ହୋଇଛି ଏବଂ ସୁସ୍ଥତା ହାରରେ ମଧ୍ୟ ଉନ୍ନତି ହୋଇଛି।
ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ପୁଣି ବଢ଼ିଛି। ଏହା ୧୫ ଶହ ମୁହାଁ ହୋଇଛି। ଗତ ୨୪ ଘଣ୍ଟାରେ ଏହା ୧,୩୦୦ ଛୁଇଁଛି। ଗୋଟିଏ ଦିନ ତଳେ ଏହା ୧,୧୩୩ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୩ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୪ ଥିଲା। ଏହି ସମୟରେ ସକ୍ରିୟ ମାମଲା ୭ ହଜାର ଉପରେ ରହିଛି। ଏହା ୭ ହଜାର ୬୦୫ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୭ ହଜାର ୨୬ ଥିଲା। ସେହିପରି ୨୪ ଘଣ୍ଟାରେ ୭୧୮ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୬୬୨ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୦ ହଜାର ୮୧୬ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୬ ଲକ୍ଷ ୯୯ ହଜାର ୪୧୮ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୧ ଲକ୍ଷ ୬୦ ହଜାର ୯୯୭ ଜଣ ସୁସ୍ଥ ହୋଇ ସାରିଛନ୍ତି।

ଦେଶରେ ଦୈନିକ ପଜିଟିଭ ହାର ୧.୦୯ ପ୍ରତିଶତରେ ରେକର୍ଡ ହୋଇଥିବାବେଳେ ସାପ୍ତାହିକ ପଜିଟିଭ ହାର ୦.୯୮ ପ୍ରତିଶତରେ ପହଞ୍ଚିଛି।

 


Enter your email to get our daily news in your inbox.

All Right Reserved By Dharitri.Com

୪୨ କଲେଜକୁ ସ୍ବୟଂଶାସିତ ମାନ୍ୟତା ପ୍ରସ୍ତାବ: ତାଲିକାରେ ଗଞ୍ଜାମର ୧୧ କଲେଜ

ଭଞ୍ଜନଗର,୧୩।୧୦(ବାବୁଲା ପ୍ରଧାନ): ରାଜ୍ୟର ୪୨ଟି ମହାବିଦ୍ୟାଳୟକୁ ସ୍ବୟଂଶାସିତ ମାନ୍ୟତା ପ୍ରଦାନ ନେଇ ରାଜ୍ୟ ସରକାର ଯୋଜନା ରଖିଥିବା ଜଣାପଡ଼ିଛି। ଏନେଇ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ପକ୍ଷରୁ…

ଗର୍ଭବତୀ ମହିଳା ସାମ୍ବାଦିକାଙ୍କୁ ଧକ୍କା ଦେଲେ ରାହୁଲ! ଭାଜପା ନେତାଙ୍କ ସାଂଘାତିକ ଅଭିଯୋଗ, କହିଲେ- ତାଙ୍କ ଗର୍ଭ…

ନୂଆଦିଲ୍ଲୀ,୧୩।୧୦: କଂଗ୍ରେସ ସାଂସଦ ତଥା ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ସୋମବାର ସୁପ୍ରିମକୋର୍ଟ ପର୍ଯ୍ୟନ୍ତ ଏକ ମାର୍ଚ୍ଚ କରିଥିଲେ। ଏହି ମାର୍ଚ୍ଚରେ ଇଣ୍ଡିଆ…

ସାନଖେମୁଣ୍ଡିରେ ଅଙ୍ଗନୱାଡି କର୍ମୀ ସଂଘ ପକ୍ଷରୁ ପ୍ରତିବାଦ ସଭା: ୧୪ ଦଫା ଦାବି ସମ୍ବଳିତ…

ଦିଗପହଣ୍ଡି,୧୩|୧୦(ଅଶେଷ ନାଥ ମିଶ୍ର: )ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଲ୍ ଓଡ଼ିଶା ଅଙ୍ଗନୱାଡ଼ି ଲେଡିଜ୍ ୱାର୍କର ଆସୋସିଏସନ୍ ବ୍ଲକ ଶାଖା କମିଟି ପକ୍ଷରୁ ପାଟପୁର ଠାରେ ସଭା…

SIRକୁ ନେଇ ରାଜନୈତିକ ହଟଚମଟ ମଧ୍ୟରେ ଭାଜପାର ବଡ଼ ବିଜୟ, ବିରୋଧୀଙ୍କୁ ଲାଗିଲା ଝଟ୍‌କା

ଗାନ୍ଧୀନଗର,୧୩।୧୦: ଗୁଜରାଟରେ ସ୍ଥାନୀୟ ନିକାୟ ନିର୍ବାଚନର ଭୋଟ ଗଣତି ଶେଷ ହେବା ପରେ ଗାନ୍ଧୀନଗର ମ୍ୟୁନିସିପାଲ କର୍ପୋରେସନ, ଓଖା ଓ ଥାରାରେ ଭାଜପା ଚମତ୍କାର ବିଜୟ ହାସଲ…

ବଡ଼ ନିଷ୍ପତ୍ତି; ଅକ୍ଟୋବର ୧୫ରୁ UPI ଉପରେ ଲାଗୁ ହେବନି MDR ଚାର୍ଜ, ଜାଣନ୍ତୁ କେବେଠୁ…

ନୂଆଦିଲ୍ଲୀ,୧୩।୧୦: ଡିଜିଟାଲ୍‌ ପେମେଣ୍ଟକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । UPI ପେମେଣ୍ଟ୍‌ ଉପରେ ନୂଆ ଚାର୍ଜ ଲାଗୁ କରିବା ନିଷ୍ପତ୍ତିକୁ ଦୀପାବଳି ପର୍ଯ୍ୟନ୍ତ ସ୍ଥଗିତ…

ଆଇପିଏଲ୍‌ ୨୦୨୭ରେ ଖେଳିବେ କି ଧୋନି? ବଡ଼ ଖୁଲାସା କଲେ….

ନୂଆଦିଲ୍ଲୀ,୧୩।୧୦: ଆଇପିଏଲ୍‌ର ସଫଳତମ ଫ୍ରାଞ୍ଚାଇଜି ମଧ୍ୟରୁ ଅନ୍ୟତମ ଚେନ୍ନାଇ ସୁପର କିଙ୍ଗ୍ସ (CSK)ର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂହ ଧୋନିଙ୍କ ଭବିଷ୍ୟତକୁ ନେଇ ପୁଣି ଚର୍ଚ୍ଚା ଜୋର…

ବେଆଇନ ଇଟାଭାଟି ଉଚ୍ଛେଦ ଆରମ୍ଭ: ଶ୍ରମିକଙ୍କ ଥଇଥାନକୁ ନେଇ ଉଠିଲା ପ୍ରଶ୍ନ

ନୀଳଗିରି, ୧୩।୧୦(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ ଅନ୍ତର୍ଗତ କୁଳଡ଼ିହା ଅଭୟାରଣ୍ୟର ଇକୋ ସେନ୍ସିଟିଭ ଜୋନ୍‌ରେ ଥିବା ୧୩ଟି ବେଆଇନ ଇଟାଭାଟି ଉଚ୍ଛେଦ ପ୍ରକ୍ରିୟା…

ନଣଦେଇଙ୍କୁ ଭଲ ପାଉଥିଲେ ସ୍ତ୍ରୀ, ସ୍ବାମୀ ଜାଣିଲା ପରେ ଯାହା ଘଟିଲା, ଜାଣିଲେ ଗୋଡ଼ ତଳୁ ଖସିଯିବ ମାଟି

ଗାଜିଆବାଦ,୧୩।୧୦: ଉତ୍ତରପ୍ରଦେଶର ଗାଜିଆବାଦ ଜିଲାରେ ସ୍ବାମୀଙ୍କୁ ହତ୍ୟା କରିବା ପାଇଁ ଷଡ଼ଯନ୍ତ୍ର ରଚିଥିବା ଅଭିଯୋଗରେ ପୋଲିସ ମୃତକଙ୍କ ସ୍ତ୍ରୀ ଓ ତାଙ୍କ ପ୍ରେମିକଙ୍କୁ ଗିରଫ କରିଛି। ଖୋଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?