ଦୈନିକ ସଂକ୍ରମଣ ପୁଣି ବଢ଼ିଲା…

ନୂଆଦିଲ୍ଲୀ, ୮।୧୨: ଦେଶରେ କରୋନା ମହାମାରୀ ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୫ ହଜାର ତଳେ ରହିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ପୁଣି ବଢ଼ିଛି। ଦୈନିକ ସଂକ୍ରମଣ ୩ ଶହ ତଳେ ରହିଛି। ଏହା ବଢ଼ି ୨୩୫ ରହିଛି। ଗୋଟିଏ ଦିନ ତଳେ ଏହା ୧୬୬ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୩ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୫ ଥିଲା। ଏହି ସମୟରେ ସକ୍ରିୟ ମାମଲା କମି ୪ ହଜାର ୨୪୪ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୪ ହଜାର ୨୫୫ ଥିଲା। ସେହିପରି ୨୪ ଘଣ୍ଟାରେ ୨୪୩ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୨୫୧ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୦ ହଜାର ୬୪୭ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୬ ଲକ୍ଷ ୭୪ ହଜାର ୧୯୦ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୧ ଲକ୍ଷ ୩୯ ହଜାର ୨୯୯ ଜଣ ସୁସ୍ଥ ହୋଇ ସାରିଛନ୍ତି। ସେହିପରି ସୁସ୍ଥତା ହାର ବୃଦ୍ଧି ପାଇ ୯୮.୮୦ ପ୍ରତିଶତ ରହିଛି। ସେହିପରି ସକ୍ରିୟ ମାମଲା ୦.୦୧ ପ୍ରତିଶତ ରହିଛି। ଅପରପକ୍ଷରେ ମୃତ୍ୟୁ ହାର କମି ୧.୧୯ ପ୍ରତିଶତରେ ପହଞ୍ଚିଛି।

Share