ପୁଣି ବଢ଼ିଲା ଦୈନିକ ସଂକ୍ରମଣ, ମୃତ୍ୟୁ ହାର ୧.୧୯ ପ୍ରତିଶତ…

ନୂଆଦିଲ୍ଲୀ, ୪।୧: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ବୁଧବାର ଦେଶରେ ପୁଣି ଦୈନିକ କରୋନା ମାମଲା ବଢ଼ିଛି। ଦୈନିକ ପଜିଟିଭ୍‌ ହାର ଏକ ପ୍ରତିଶତରୁ କମ ହୋଇଛି ଏବଂ ସୁସ୍ଥତା ହାରରେ ମଧ୍ୟ ଉନ୍ନତି ହୋଇଛି।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ଜାରି ପ୍ରେସ ବିଜ୍ଞପ୍ତି ଅନୁଯାୟ ଦେଶରେ ସୁସ୍ଥତା ହାର ବୃଦ୍ଧି ପାଇ ୯୮.୮୦ ପ୍ରତିଶତ ରହିଛି। ସେହିପରି ସକ୍ରିୟ ମାମଲା ୦.୦୧ ପ୍ରତିଶତ ରହିଛି। ଦୈନିକ ସଂକ୍ରମଣ ୦.୧୭ ପ୍ରତିଶତ ଏବଂ ସାପ୍ତାହିକ ସଂକ୍ରମଣ ୦.୧୫ ପ୍ରତିଶତ ରହିଛି। ଅପରପକ୍ଷରେ ମୃତ୍ୟୁ ହାର କମି ୧.୧୯ ପ୍ରତିଶତରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ବଢ଼ି ୨ଶହ ତଳେ ରହିଛି। ଏହା ବଢ଼ି ୧୭୫ ଛୁଇଁଛି। ଗୋଟିଏ ଦିନ ତଳେ ଏହା ୧୩୪ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ଶୂନ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ଶୂନ ଥିଲା। ଏହି ସମୟରେ ସକ୍ରିୟ ମାମଲା କମି ୨ ହଜାର ୫୭୦ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୨ ହଜାର ୫୮୨ ଥିଲା। ସେହିପରି ୨୪ ଘଣ୍ଟାରେ ୧୮୭ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୨୨୨ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୦ ହଜାର ୭୦୭ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୬ ଲକ୍ଷ ୭୯ ହଜାର ୧୩୧ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୧ ଲକ୍ଷ ୪୫ ହଜାର ୮୫୪ ଜଣ ସୁସ୍ଥ ହୋଇ ସାରିଛନ୍ତି।

ଚାଇନାରେ ଆତଙ୍କ ସୃଷ୍ଟି କରିଥିବା ବିଏଫ୍‌.୭ ଭାରିଆଣ୍ଟ ନେଇ ସତର୍କ ରହିବାକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ପରାମର୍ଶ ଦିଆଯାଇଛି। ମାସ୍କ ପିନ୍ଧିବା ଅଧିକରୁ ଅଧିକ ନମୁନା ପରୀକ୍ଷା କରିବା ଏବଂ ଟିକାକରଣକୁ ବଢ଼ାଇବା ପାଇଁ ସରକାରଙ୍କ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ସରକାରଙ୍କ ପକ୍ଷରୁ ସ୍ଥିତି ଉପରେ ତୀକ୍ଷ୍‌ଣ ନଜର ରଖାଯାଇଛି। ଦୈନିକ ସଂକ୍ରମଣ-ସକ୍ରିୟ ମାମଲାକୁ ନେଇ ସରକାର ଚିନ୍ତାରେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ପ୍ରାର୍ଥୀ ଦେବାଶିଷଙ୍କ ନାମାଙ୍କନ ରଦ୍ଦ, ଯିବେ ହାଇକୋର୍ଟ

କୋଲକାତା,୨୬।୪: ନିର୍ବାଚନ ଆୟୋଗ ପଶ୍ଚିମବଙ୍ଗର ବୀରଭୂମ ଲୋକ ସଭା ଆସନରୁ ଭାଜପା ପ୍ରାର୍ଥୀ ଦେବାଶିଷ ଧରଙ୍କ ନାମାଙ୍କନକୁ ବାତିଲ କରିଛନ୍ତି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଭାଜପା...

ବାଇକ୍‌ ରାଇଡ୍‌ରେ ବାହାରିଲେ ’ସ୍ପାଇଡର୍‌ମ୍ୟାନ, ସ୍ପାଇଡର୍‌ ଓମେନ୍‌’, ଗିରଫ କଲା ପୋଲିସ

ନୂଆଦିଲ୍ଲୀ,୨୬।୪: ସୁପରହିଟ୍, ସ୍ପାଇଡରମ୍ୟାନ୍ ଏବଂ ସ୍ପାଇଡର୍-ଓମେନ୍‌ ପୋଷାକ ପିନ୍ଧି ବାଇକ୍‌ ରାଇଡ୍‌ କରୁଥିବା ଜଣେ ଯୁବକ ଏବଂ ଯୁବତୀଙ୍କୁ ପୋଲିସ ଗିରଫ କରିଛି। ଦକ୍ଷିଣ ପଶ୍ଚିମ...

ଆଜି ଗଣତନ୍ତ୍ର ପାଇଁ ବିଜୟର ଦିନ:ମୋଦି

ନୂଆଦିଲ୍ଲୀ,୨୬।୪: ଲୋକ ସଭା ନିର୍ବାଚନର ତୃତୀୟ ପର୍ଯ୍ୟାୟରେ ପ୍ରଚାର ଚାଲିଛି। ତୃତୀୟ ପର୍ଯ୍ୟାୟରେ ବିହାରର ଅରାରିଆରେ ଏକ ରାଲିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମ୍ବୋଧିତ କରିଛନ୍ତି।...

ସନ୍ଦେଶଖାଲି ମାମଲାରେ ସିବିଆଇ ଚଢ଼ାଉ

କୋଲକାତା,୨୬ା୪: କେନ୍ଦ୍ରୀୟ ଅନୁସନ୍ଧାନ ଏଜେନ୍ସି (ସିବିଆଇ) ପଶ୍ଚିମବଙ୍ଗର ସନ୍ଦେଶଖାଲି ମାମଲାରେ ଶୁକ୍ରବାର ଅନେକ ସ୍ଥାନରେ ଚଢ଼ାଉ କରିଛି। ଅନୁସନ୍ଧାନକାରୀ ସଂସ୍ଥା ବହୁ ପରିମାଣର ଅସ୍ତ୍ରଶସ୍ତ୍ର ଏବଂ...

ନୋଟାକୁ ସର୍ବାଧିକ ଭୋଟ ମିଳିବାରୁ ପୁନର୍ବାର ନିର୍ବାଚନ କରିବାକୁ ଦାବି, ନିର୍ବାଚନ କମିଶନଙ୍କୁ ଜବାବ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୬।୪: ଭୋଟ ସମ୍ବନ୍ଧୀୟ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଶୁକ୍ରବାର ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ଦ୍ୱିତୀୟ ପର୍ଯ୍ୟାୟ ଭୋଟ ସମୟରେ ସୁପ୍ରିମକୋର୍ଟରେ ଶୁଣାଣି ହୋଇଥିଲା।...

ସିସୋଡିଆଙ୍କୁ ଝଟ୍‌କା, ମେ’ ୮ ପର୍ଯ୍ୟନ୍ତ ରହିବେ ଜେଲରେ

ନୂଆଦିଲ୍ଲୀ,୨୬।୪: ଦିଲ୍ଲୀ ଏକ୍ସାଇଜ ମାମଲାରେ ହୋଇଥିବା ଦୁର୍ନୀତି ସହ ଜଡିତ ମନି ଲଣ୍ଡରିଂ ମାମଲାରେ ମନୀଷ ସିସୋଡିଆଙ୍କ ନ୍ୟାୟିକ ହେପାଜତକୁ ଆସନ୍ତା ମେ ୮ ପର୍ଯ୍ୟନ୍ତ...

ରାହୁଲଙ୍କୁ ଶାହାଙ୍କ ପ୍ରଶ୍ନ

ନୂଆଦିଲ୍ଲୀ,୨୬।୪: ଲୋକ ସଭା ନିର୍ବାଚନ ପାଇଁ ଚାଲିଥିବା ଦ୍ୱିତୀୟ ପର୍ଯ୍ୟାୟ ମତଦାନ ମଧ୍ୟରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା କଂଗ୍ରେସକୁ ଟାର୍ଗେଟ କରିଛନ୍ତି। ସେ ଦାବି କରିଛନ୍ତି...

ପୂର୍ବାହ୍ନ ୧୧ଟା ସୁଦ୍ଧା ଏହି ରାଜ୍ୟରେ ହୋଇଛି ସବୁଠୁ ଅଧିକ ମତଦାନ

ନୂଆଦିଲ୍ଲୀ,୨୬ା୪: ଆଜି ଅର୍ଥାତ୍‌ ଏପ୍ରିଲ ୨୬ରେ ଲୋକ ସଭାର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ମତଦାନ ଚାଲିଛି। ଏହି ପର୍ଯ୍ୟାୟରେ ୧୨୦୦ରୁ ଅଧିକ ପ୍ରାର୍ଥୀ ୧୩ଟି ରାଜ୍ୟର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri