ପୁଣି ବଢ଼ିଲା ଦୈନିକ ସଂକ୍ରମଣ, ମୃତ୍ୟୁ ହାର ୧.୧୯ ପ୍ରତିଶତ…

ନୂଆଦିଲ୍ଲୀ, ୪।୧: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ବୁଧବାର ଦେଶରେ ପୁଣି ଦୈନିକ କରୋନା ମାମଲା ବଢ଼ିଛି। ଦୈନିକ ପଜିଟିଭ୍‌ ହାର ଏକ ପ୍ରତିଶତରୁ କମ ହୋଇଛି ଏବଂ ସୁସ୍ଥତା ହାରରେ ମଧ୍ୟ ଉନ୍ନତି ହୋଇଛି।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ଜାରି ପ୍ରେସ ବିଜ୍ଞପ୍ତି ଅନୁଯାୟ ଦେଶରେ ସୁସ୍ଥତା ହାର ବୃଦ୍ଧି ପାଇ ୯୮.୮୦ ପ୍ରତିଶତ ରହିଛି। ସେହିପରି ସକ୍ରିୟ ମାମଲା ୦.୦୧ ପ୍ରତିଶତ ରହିଛି। ଦୈନିକ ସଂକ୍ରମଣ ୦.୧୭ ପ୍ରତିଶତ ଏବଂ ସାପ୍ତାହିକ ସଂକ୍ରମଣ ୦.୧୫ ପ୍ରତିଶତ ରହିଛି। ଅପରପକ୍ଷରେ ମୃତ୍ୟୁ ହାର କମି ୧.୧୯ ପ୍ରତିଶତରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ବଢ଼ି ୨ଶହ ତଳେ ରହିଛି। ଏହା ବଢ଼ି ୧୭୫ ଛୁଇଁଛି। ଗୋଟିଏ ଦିନ ତଳେ ଏହା ୧୩୪ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ଶୂନ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ଶୂନ ଥିଲା। ଏହି ସମୟରେ ସକ୍ରିୟ ମାମଲା କମି ୨ ହଜାର ୫୭୦ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୨ ହଜାର ୫୮୨ ଥିଲା। ସେହିପରି ୨୪ ଘଣ୍ଟାରେ ୧୮୭ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୨୨୨ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୦ ହଜାର ୭୦୭ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୬ ଲକ୍ଷ ୭୯ ହଜାର ୧୩୧ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୧ ଲକ୍ଷ ୪୫ ହଜାର ୮୫୪ ଜଣ ସୁସ୍ଥ ହୋଇ ସାରିଛନ୍ତି।

ଚାଇନାରେ ଆତଙ୍କ ସୃଷ୍ଟି କରିଥିବା ବିଏଫ୍‌.୭ ଭାରିଆଣ୍ଟ ନେଇ ସତର୍କ ରହିବାକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ପରାମର୍ଶ ଦିଆଯାଇଛି। ମାସ୍କ ପିନ୍ଧିବା ଅଧିକରୁ ଅଧିକ ନମୁନା ପରୀକ୍ଷା କରିବା ଏବଂ ଟିକାକରଣକୁ ବଢ଼ାଇବା ପାଇଁ ସରକାରଙ୍କ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ସରକାରଙ୍କ ପକ୍ଷରୁ ସ୍ଥିତି ଉପରେ ତୀକ୍ଷ୍‌ଣ ନଜର ରଖାଯାଇଛି। ଦୈନିକ ସଂକ୍ରମଣ-ସକ୍ରିୟ ମାମଲାକୁ ନେଇ ସରକାର ଚିନ୍ତାରେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଢ଼ିଲା ଶ୍ରମିକଙ୍କ ଭତ୍ତା: ଏଣିକି ଦିନକୁ ମିଳିବ…

ଭୁବନେଶ୍ୱର,୯ା୧୦(ରବିନାରାୟଣ ଜେନା):ରାଜ୍ୟର ବିଭିନ୍ନ ସଂଗଠିତ ଓ ଅଣସଂଗଠିତ କ୍ଷେତ୍ରରେ ନିୟୋଜିତ କର୍ମଜୀବୀଙ୍କ ହିତକୁ ଦୃଷ୍ଟିରେ ରଖି ସରକାର ଗୁରୁବାର ମହଙ୍ଗାଭତ୍ତା ବୃଦ୍ଧି କରିଛନ୍ତି। ଶ୍ରମ ଓ କର୍ମଚାରୀ…

ଜିନ୍‌ ଥେରାପି କ୍ଷେତ୍ରରେ ବିଜ୍ଞାନୀଙ୍କ ବଡ଼ ସଫଳତା, ଦୃଷ୍ଟିହୀନଙ୍କୁ ମିଳିବ ଆଂଶିକ ଦୃଷ୍ଟିଶକ୍ତି

ଲଣ୍ଡନ/ୱାଶିଂଟନ,୯।୧୦: ଆଲୋକ ବ୍ୟବହାର କରି ସ୍ନାୟୁ କୋଷ (ନର୍ଭ ସେଲ୍‌) ଗୁଡ଼ିକୁ ସକ୍ରିୟ ଓ ନିଷ୍କ୍ରିୟ କରିବା ପ୍ରକ୍ରିୟା ଉପରେ ଆଧାରିତ ‘ଓପ୍ଟୋଜେନେଟିକ୍‌ ଥେରାପି’ ଦୃଷ୍ଟିହୀନ ଲୋକଙ୍କୁ…

ଆମେରିକାରେ ଭାରତୀୟ IT କର୍ମଚାରୀଙ୍କୁ ବଡ଼ ଝଟ୍‌କା! ଏହି କମ୍ପାନୀର ଗ୍ରୀନ୍ କାର୍ଡ…..

ୱାଶିଂଟନ୍‌,୯।୧୦: ଆମେରିକାରେ କାମ କରୁଥିବା ଭାରତୀୟ IT କର୍ମଚାରୀଙ୍କ ପାଇଁ ଚିନ୍ତା ବଢ଼ିଛି । ଆମେରିକା ସରକାର ଇନ୍‌ଫୋସିସ୍‌, ଟାଟା କନ୍‌ସଲ୍‌ଟାନ୍ସି ସର୍ଭିସେସ୍‌ (TCS), ୱିପ୍ରୋ, HCLTech,…

ଏଲ୍‌-ନିନୋ ପ୍ରଭାବ, ଅକ୍ଟୋବରରୁ ଡିସେମ୍ବର ଯାଏ ବଢ଼ିବ ତାପମାତ୍ରା

ନୂଆଦିଲ୍ଲୀ,୯।୧୦: ବିଶ୍ୱବ୍ୟାପୀ ପାଣିପାଗ ବିଶେଷଜ୍ଞମାନେ ଏଲ୍‌ ନିନୋର ପ୍ରଭାବ ବୃଦ୍ଧିକୁ ନେଇ ଚେତାବନୀ ଦେଇଛନ୍ତି । ଅକ୍ଟୋବରରୁ ଡିସେମ୍ବର ଯାଏଁ ଏଲ୍‌-ନିନୋ କାରଣରୁ ତାପମାତ୍ରା ପ୍ରାୟ ୩.୭…

ଆମେରିକୀୟଙ୍କ ଚାକିରି ଛଡ଼ାଇ H-1B ଭିସାଧାରୀଙ୍କୁ ନିଯୁକ୍ତି ଅଭିଯୋଗ, ଆକ୍ସନ୍‌ ମୋଡ୍‌ରେ ହ୍ୱାଇଟ୍ ହାଉସ୍‌

ଓ୍ବାଶିଂଟନ,୯।୧୦: ଆମେରିକାରେ H-1B ଭିସାକୁ ନେଇ ପୁଣି ଥରେ ବିବାଦ ଦେଖାଦେଇଛି । କେତେକ କମ୍ପାନୀ ଆମେରିକୀୟ କର୍ମଚାରୀଙ୍କୁ ଚାକିରିରୁ ଛଟେଇ କରି ସେମାନଙ୍କ ସ୍ଥାନରେ କମ୍…

ଚମକିଲେ ବସ୍‌ ଡ୍ରାଇଭରଙ୍କ ପୁଅ, ସଞ୍ଚୁ-ବୈଭବଙ୍କୁ ଦେଲେ ଚକ୍‌ମା: ମିଳିଲା ବଡ଼ ଅଫର୍‌

ରାଞ୍ଚି,୯।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଦ୍ୱିତୀୟ ଟି-୨୦ ମ୍ୟାଚକୁ ନେଇ ରାଞ୍ଚିର JSCA ଇଣ୍ଟରନ୍ୟାଶନାଲ ଷ୍ଟାଡିୟମ୍‌ରେ ଉତ୍ସାହ ଦେଖିବାକୁ ମିଳୁଛି। ମ୍ୟାଚ ପୂର୍ବରୁ ଭାରତୀୟ ଦଳର…

ବସୁଧା ଯୋଜନା ଠପ୍: ୧୦ ଦିନ ହେଲା ପାଣି ଟୋପାଏ ପାଇଁ ଲୋକେ ଡକଳବିକଳ

ଥୁଆମୂଳ ରାମପୁର,୯।୧୦(ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ପାନୀୟ ଜଳ ସମସ୍ୟା ଗମ୍ଭୀର ରୂପ ନେଇଛି। ଗତ ୧୦ ଦିନ ଧରି ବସୁଧା…

ମାତ୍ର ୨୭ ବର୍ଷରେ କ୍ରିକେଟ୍‌ କ୍ୟାରିୟର ଶେଷ! କୋହଲିଙ୍କ ସହ ଝଗଡା କରି ଚର୍ଚ୍ଚାରେ ଥିବା କ୍ରିକେଟ୍‌ର ଧରିଲେ ମାଇକ

ନୂଆଦିଲ୍ଲୀ,୯।୧୦: ଆଇପିଏଲ୍‌ରେ ବିରାଟ କୋହଲିଙ୍କ ସହ ପଡ଼ିଆରେ ଝଗଡାକୁ ନେଇ ଚର୍ଚ୍ଚାକୁ ଆସିଥିବା ଆଫଗାନିସ୍ତାନର ଦ୍ରୁତ ବୋଲର୍‌ ନବୀନ-ଉଲ-ହକ ଏବେ ଏକ ନୂଆ ଭୂମିକାରେ ଦେଖାଦେବେ। ବଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?