ପୁଣି ବଢ଼ିଲା ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ, ୨୪।୮ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୯୬ ହଜାର ତଳେ ରହିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୧୦ ହଜାର ଉପରେ ରହିଛି। ଏହା ୧୦,୬୪୯ ରହିଛି। ଗୋଟିଏ ଦିନ ତଳେ ଏହା ୮,୫୮୬ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା କମି ୩୬ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୪୮ ଥିଲା।

ଏହି ସମୟରେ ସକ୍ରିୟ ମାମଲା ୯୬ ହଜାର ୪୪୨ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୯୬ ହଜାର ୫୦୬ ଥିଲା। ସେହିପରି ୨୪ ଘଣ୍ଟାରେ ୧୦ ହଜାର ୬୭୭ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୯ ହଜାର ୬୮୦ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୨୭ ହଜାର ୪୫୨ ଛୁଇଁଛି।

ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୩ ଲକ୍ଷ ୬୮ ହଜାର ୧୯୫ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୩୭ ଲକ୍ଷ ୪୪ ହଜାର ୩୦୧ ଜଣ ସୁସ୍ଥ ହୋଇ ସାରିଛନ୍ତି। ମହାରାଷ୍ଟ୍ର, କର୍ନାଟକରେ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଭିଡ଼ ଯୋଗୁ ସଂକ୍ରମଣ ବ୍ୟାପିବାର ଆଶଙ୍କା ଥିବାରୁ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏଥିରୁ ଦୂରେଇ ରହିବା ଲାଗି ପରାମର୍ଶ ଦିଆଯାଇଛି। ଏହା ସହିତ ମାସ୍କ ପିନ୍ଧିବା ଏବଂ କରୋନା ମାର୍ଗଦର୍ଶିକା ପାଳନ କରିବାକୁ କୁହାଯାଇଛି।

Share