Posted inଜାତୀୟ

ଦୈନିକ ସଂକ୍ରମଣ ହଜାରେ ମୁହାଁ, ୨୪ ଘଣ୍ଟାରେ ୮୪୧ ଆକ୍ରାନ୍ତ…

ନୂଆଦିଲ୍ଲୀ, ୧୮।୩: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ପୁଣି ଦୈନିକ କରୋନା ସଂକ୍ରମଣ ମାମଲା ବଢ଼ିଛି। ଏହା ଅଣାୟତ୍ତ ମୁହାଁ ହେବାରେ ଲାଗିଛି। ସେହିପରି ସକ୍ରିୟ ମାମଲାରେ ବୃଦ୍ଧି ଦେଖିବାକୁ ମିଳିଛି। ଦୈନିକ ପଜିଟିଭ୍‌ ହାର ଏକ ପ୍ରତିଶତରୁ କମ ହୋଇଛି ଏବଂ ସୁସ୍ଥତା ହାରରେ ମଧ୍ୟ ଉନ୍ନତି ହୋଇଛି।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ଜାରି ପ୍ରେସ ବିଜ୍ଞପ୍ତି ଅନୁସାରେ ଦେଶରେ ସୁସ୍ଥତା ହାର ବୃଦ୍ଧି ପାଇ ୯୮.୮୦ ପ୍ରତିଶତ ରହିଛି। ସେହିପରି ସକ୍ରିୟ ମାମଲା ୦.୦୧ ପ୍ରତିଶତ ରହିଛି। ଦୈନିକ ସଂକ୍ରମଣ ୦.୧୧ ପ୍ରତିଶତ ଏବଂ ସାପ୍ତାହିକ ସଂକ୍ରମଣ ୦.୮ ପ୍ରତିଶତ ରହିଛି। ଅପରପକ୍ଷରେ ମୃତ୍ୟୁ ହାର କମି ୧.୧୯ ପ୍ରତିଶତରେ ପହଞ୍ଚିଛି।

କୋଭିଡ ଭଳି ଲକ୍ଷଣ ଥିବା ଏକ ସ୍ବାଇନ ଫ୍ଲୁ ଏଚ-୩ ଏନ-୨ ଭୂତାଣୁ ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଏନେଇ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଛି। ଇଣ୍ଡିଆନ କାଉନସିଲ ଅଫ ମେଡିକାଲ ରିସର୍ଚ୍ଚ (ଆଇସିଏମଆର୍‌) ଏବଂ ଇଣ୍ଡିଆନ ମେଡିକାଲ ଆସୋସିଏସନ (ଆଇଏମଏ) ଅନୁଯାୟୀ, ଏହି ରୋଗ ଅନେକଙ୍କ ପାଇଁ ଶ୍ୱାସକ୍ରିୟାରେ ଅସୁବିଧା ସୃଷ୍ଟି କରିଥାଏ। ବାୟୁ ପ୍ରଦୂଷଣ ଥିବା ବ୍ୟକ୍ତିମାନଙ୍କଠାରେ ଶ୍ୱାସକ୍ରିୟା ସଂକ୍ରମଣ ସହିତ ଜ୍ୱର ସୃଷ୍ଟି ହୋଇଥାଏ। ଏଥିରୁ ସୁରକ୍ଷା ପାଇଁ ପାଣି ଏବଂ ସାବୁନରେ ନିୟମିତ ଭାବେ ହାତ ଧୋଇବା, ମାସ୍କ ପିନ୍ଧିବା ଏବଂ ଜନଗହଳି ପୂର୍ଣ୍ଣ ସ୍ଥାନରୁ ଦୂରେଇ ରହିବା, ନାକ ପାଟି ନ ଛୁଇଁବା, କାଶ ଏବଂ ଛିଙ୍କିବା ସମୟରେ ନାକ ଓ ପାଟିକୁ ସଠିକ ଭାବରେ ଘୋଡାଇବା ଉପରେ ଆଇସିଏମ୍‌ଆର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ପ୍ରଚୁର ପରିମାଣର ତରଳ ପଦାର୍ଥ ପିଇବାକୁ ଜ୍ୱର ଏବଂ ଶରୀରରେ ଯନ୍ତ୍ରଣା ହେଲେ ପାରାସିଟାମୋଲ ଖାଇବାକୁ କୁହାଯାଇଛି। ସେହିପରି କରମର୍ଦ୍ଦନ ନ କରିବାକୁ ,ସର୍ବସାଧାରଣରେ ଛେପ ନ ପକାଇବାକୁ, ଅନ୍ୟମାନଙ୍କ ପାଖରେ ବସି ନ ଖାଇବାକୁ ପରାମର୍ଶ ଦିଆଯାଇଛି।
ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ପୁଣି ବଢ଼ିଛି। ଏହା ହଜାରେ ମୁହାଁ ହେବାରେ ଲାଗିଛି। ଏହା ୮ ଶହ ଟପିଛି। ଗତ ୨୪ ଘଣ୍ଟାରେ ଏହା ୮୪୧ ଛୁଇଁଛି। ଗୋଟିଏ ଦିନ ତଳେ ଏହା ୭୯୫ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୨ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୪ ଥିଲା। ଏହି ସମୟରେ ସକ୍ରିୟ ମାମଲା ୫ ହଜାର ଉପରେ ରହିଛି। ଏହା ୫ ହଜାର ୩୮୯ ରେ ପହଞ୍ଚିଛି। ସେହିପରି ୨୪ ଘଣ୍ଟାରେ ୪୭୬ ଜଣ ସୁସ୍ଥ ହୋଇଛନ୍ତି। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୦ ହଜାର ୭୯୯ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୬ ଲକ୍ଷ ୯୪ ହଜାର ୩୪୯ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୧ ଲକ୍ଷ ୫୮ ହଜାର ୧୬୧ ଜଣ ସୁସ୍ଥ ହୋଇ ସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିସମାସ ଶୁଭକାମନାରେ ରୁଷିଆ ରାଷ୍ଟ୍ରପତି ପୁଟିନଙ୍କ ‘ମୃତ୍ୟୁ’ କାମନା କଲେ ଜେଲେନସ୍କି 

କ୍ୱିଭ,୨୫।୧୨: ଯୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କ୍ରିସମସ ଇଭ (ଡିସେମ୍ବର ୨୪) ରେ ତାଙ୍କ ପାରମ୍ପରିକ ଭାଷଣରେ ରୁଷିଆ ରାଷ୍ଟ୍ରପତି ଭ୍ଲାଡ଼ିମିର ପୁଟିିନଙ୍କ ଅପ୍ରତ୍ୟକ୍ଷ ମୃତ୍ୟୁ...

୨୪ ବର୍ଷ ପୂର୍ବେ ପାକିସ୍ତାନକୁ ନେଇ ଏମିତି କଥା କହିଥିଲେ ପୁଟିନ: ଏବେ ହେଉଛି ସତ

ମସ୍କୋ,୨୫।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ପାକିସ୍ତାନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ଏହି ବିବୃତ୍ତି ପ୍ରାୟ ୨୪ ବର୍ଷ ପୁରୁଣା, ଯେତେବେଳେ ସେ...

ସାନ୍ତାଳୀ ଭାଷାରେ ଉନ୍ମୋଚନ ହେଲା ଭାରତର ସମ୍ବିଧାନ: ରାଷ୍ଟ୍ରପତି କହିଲେ, ଗର୍ବର ବିଷୟ

ନୂଆଦିଲ୍ଲୀ,୨୫ା୧୨:ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ସାନ୍ତାଳୀ ଭାଷାରେ ଭାରତର ସମ୍ବିଧାନକୁ ଉନ୍ମୋଚନ କରିଛନ୍ତି। ରାଷ୍ଟ୍ରପତି ଭବନରେ ଏହାର ଉନ୍ମୋଚନ କରାଯାଇଛି। ୨୦୦୩ର ଆଇନରେ ସଂଶୋଧନ ଅଣାଯାଇ...

ମାତ୍ର ୫ ଦିନରେ ଦୋଷୀଙ୍କୁ ମିଳିଲା ଦଣ୍ଡ: କୋର୍ଟଙ୍କ ରାୟଙ୍କ ଦେଖି ଲୋକେ ଆଶ୍ଚର୍ଯ୍ୟ

ଜୟପୁର,୨୫।୧୨: ରାଜସ୍ଥାନର କୋଟପୁଟଲି-ବେହରର ଜିଲାରେ ଏକ ଚୋରି ମାମଲାରେ ଅଭିଯୁକ୍ତକୁ ପାଞ୍ଚ ଦିନ ମଧ୍ୟରେ କୋର୍ଟ ଦଣ୍ଡାଦେଶ ଶୁଣାଇଛି। କୋର୍ଟ ତାଙ୍କୁ ଦୁଇ ବର୍ଷ ଜେଲଦଣ୍ଡ...

ବରଗଡ଼ ଧନୁଯାତ୍ରା: ଦେବକୀଙ୍କ କୋଳରେ ଜନ୍ମନେଲେ ଶ୍ରୀକୃଷ୍ଣ

ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି...

ଗୁଲୁଆଙ୍କ ପାଲଟା ଅଭିଯୋଗ: ‘ମୋତେ ଶାରୀରିକ ସମ୍ପର୍କ ରଖିବାକୁ ମନା କରିଥିଲେ ବର୍ଷା, ମୁଁ ନୁହେଁ ବରଂ ସେ… 

ଭୁବନେଶ୍ୱର,୨୫।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ନୂଆବର୍ଷରେ ଫିଟିବ ପୂଜାଙ୍କ ଭାଗ୍ୟ

ଅଭିନେତ୍ରୀ ପୂଜା ହେଗଡେ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଶିଳ୍ପରେ ମଧ୍ୟ ବହୁତ ପ୍ରସିଦ୍ଧ। ୨୦୧୬ରେ ସେ ମୋହେଞ୍ଜୋଦାରୋ ସହିତ ଡେବ୍ୟୁ କରିଥିଲେ। ଏହା ବକ୍ସ ଅଫିସରେ...

୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା 

ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri