ଦୈନିକ ସଂକ୍ରମଣ ଦେଢ଼ ଲକ୍ଷ ମୁହାଁ…

ନୂଆଦିଲ୍ଲୀ, ୮।୧: ଦେଶରେ କରୋନା ମହାମାରୀ ସଙ୍କଟ ଯୋଗୁ ଆତଙ୍କ ଦେଖାଦେଇଛି। ଦୈନିକ ସଂକ୍ରମଣ ପୁଣି ବୃଦ୍ଧି ପାଇବାରେ ଲାଗିଛି। ଫଳରେ ସ୍ଥିତି ଅଣାୟତ୍ତ ହେବାରେ ଲାଗିଛି। ଗତ ୨୪ ଘଣ୍ଟାରେ ୧ ଲକ୍ଷ ୪୧ ହଜାର ୯୮୬ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଦୈନିକ ସଂକ୍ରମଣ ଦେଢ଼ଲକ୍ଷ ମୁହାଁ ହୋଇଥିବାବେଳେ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଛି। ଗତ ୨୪ ଘଣ୍ଟାରେ ୧୭ ହଜାର ୩୩୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ଏହା ସହିତ ଦେଶରେ ମୋଟ ସକ୍ରିୟ ମାମଲା ୪ ଲକ୍ଷ ୭୨ ହଜାର ୧୬୯ ରେ ପହଞ୍ଚିଛି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

୧୧ ଦିନରେ ସଂକ୍ରମଣରେ ୨୧ ପ୍ରତିଶତ ବୃଦ୍ଧି ଘଟିଛି। ଦୈନିକ ପଜିଟିଭିଟି ହାର ୯.୨୮ ପ୍ରତିଶତକୁ ବୃଦ୍ଧି ପାଇଛି। ସଂକ୍ରମଣ ବେକାବୁ ହେବା ସହ କରୋନା ଗ୍ରାଫ୍‌ ଉପର ମୁହାଁ ହେଉଥିବାରୁ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି।

Share