୨ ହଜାର ମୁହାଁ ଦୈନିକ ସଂକ୍ରମଣ: ୨୪ ଘଣ୍ଟାରେ ୧,୮୮୭ଆକ୍ରାନ୍ତ ଚିହ୍ନଟ…

ନୂଆଦିଲ୍ଲୀ, ୨୬।୩: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ପୁଣି ଦୈନିକ କରୋନା ସଂକ୍ରମଣ ମାମଲା ବଢ଼ିଛି। ଏହା ଅଣାୟତ୍ତ ମୁହାଁ ହେବାରେ ଲାଗିଛି। ସେହିପରି ସକ୍ରିୟ ମାମଲାରେ ବୃଦ୍ଧି ଦେଖିବାକୁ ମିଳିଛି। ଦୈନିକ ପଜିଟିଭ୍‌ ହାରରେ ବୃଦ୍ଧି ଘଟିଛି। ସେହିପରି ସୁସ୍ଥତା ହାରରେ ମଧ୍ୟ ଉନ୍ନତି ହୋଇଛି।
ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ପୁଣି ବଢ଼ିଛି। ଏହା ୨ ହଜାର ମୁହାଁ ହୋଇଛି। ଗତ ୨୪ ଘଣ୍ଟାରେ ଏହା ୧,୮୮୭ ଛୁଇଁଛି। ଗୋଟିଏ ଦିନ ତଳେ ଏହା ୧,୫୯୦ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୪ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୬ ଥିଲା। ଏହି ସମୟରେ ସକ୍ରିୟ ମାମଲା ୯ ହଜାର ଉପରେ ରହିଛି। ଏହା ୯ ହଜାର ୪୩୩ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୮ ହଜାର ୬୦୧ ଥିଲା। ସେହିପରି ୨୪ ଘଣ୍ଟାରେ ୧,୦୫୧ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୯୧୦ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୦ ହଜାର ୮୩୧ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୭ ଲକ୍ଷ ୪ ହଜାର ୧୪୭ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୧ ଲକ୍ଷ ୬୩ ହଜାର ୮୮୩ ଜଣ ସୁସ୍ଥ ହୋଇ ସାରିଛନ୍ତି।

ଦେଶରେ କରୋନାଭାଇରସ ଏବଂ ଫ୍ଲୁ ସଂକ୍ରମଣ ବୃଦ୍ଧି ମଧ୍ୟରେ କେନ୍ଦ୍ର ଦ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଏକ ଆଡଭାଇଜରୀ ଜାରି କରିଉନ୍ତି। ଏଥିରେ କରୋନା ପାଇଁ ସ୍ଥିର ହୋଇଥିବା ସୁରକ୍ଷା ପ୍ରୋଟୋକଲକୁ ଅନୁସରଣ କରିବାକୁ ଲୋକଙ୍କୁ ପରାମର୍ଶ ଦିଆଯାଇଛି । ଜନଗହଳି ପୂର୍ଣ୍ଣ ସ୍ଥାନରେ ମାସ୍କ ପିନ୍ଧିବାକୁ ଲୋକଙ୍କୁ ମନ୍ତ୍ରଣାଳୟ ପରାମର୍ଶ ଦେଇଛି। ଏହା ସହିତ ଛିଙ୍କିବା କିମ୍ବା କାଶିବା ସମୟରେ ନାକ ଏବଂ ପାଟି ଘୋଡାଇବା ପାଇଁ ରୁମାଲ / ଟିସୁ ବ୍ୟବହାର କରିବାକୁ ମଧ୍ୟ କୁହାଯାଇଛି। ହାତର ସ୍ବଚ୍ଛତା ବଜାୟ ରଖିବା ପାଇଁ ବାରମ୍ବାର ହାତ ଧୋଇବା ପାଇଁ ପରାମର୍ଶ ଦିଆଯାଇଛି। ଏହା ସହିତ ଲୋକଙ୍କୁ ସର୍ବସାଧାରଣ ସ୍ଥାନରେ ଛେପ ପକାଇବାକୁ ମଧ୍ୟ ମନା କରାଯାଇଛି।

ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ନିର୍ଦ୍ଦେଶ ଅନୁଯାୟୀ ପରୀକ୍ଷାକୁ ବୃଦ୍ଧି କରିବା ଏବଂ ଏହାର ଲକ୍ଷଣ ବିଷୟରେ ଶୀଘ୍ର ସୂଚନା ଦେବାକୁ କୁହାଯାଇଛି। ଏହା ସହିତ ଶ୍ୱାସକ୍ରିୟା ରୋଗରେ ପୀଡିତ ହେଲେ ବ୍ୟକ୍ତିଗତ ସମ୍ପର୍କକୁ ସୀମିତ ରଖିବାକୁ ମଧ୍ୟ ପରାମର୍ଶ ଦିଆଯାଇଛି। ସଂକ୍ରମଣ ବୃଦ୍ଧି ମାମଲାକୁ ଦୃଷ୍ଟିରେ ରଖି ୧୦ ଏବଂ ୧୧ ଏପ୍ରିଲରେ ଜାତୀୟ ସ୍ତରରେ ଏକ ମକ ଡ୍ରିଲ ଆୟୋଜନ କରାଯିବ ଏବଂ ଏହାର ମୁକାବିଲା ପାଇଁ ପ୍ରସ୍ତୁତି ଉପରେ ନଜର ରଖାଯିବ। ମକ ଡ୍ରିଲରେ ଆଇସିୟୁ ଶଯ୍ୟା, ଚିକିତ୍ସା ଉପକରଣ, ଅମ୍ଳଜାନ ଏବଂ ମାନବ ଶକ୍ତି ଉପଲବ୍ଧ କରାଯିବ ବୋଲି ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମହାରାଷ୍ଟ୍ର ପୌର ନିର୍ବାଚନ: ମହାମେଣ୍ଟର ବଡ଼ ବିଜୟ

ମୁମ୍ବାଇ,୨୧ା୧୨: ମହାରାଷ୍ଟ୍ର ନଗର ପରିଷଦ ଓ ପଞ୍ଚାୟତ ନିର୍ବାଚନରେ ଶାସକ ମହାମେଣ୍ଟ ବିପୁଳ ବିଜୟ ଲାଭ କରିଥିବା ବେଳେ ଭାଜପା ଏକକ ସଂଖ୍ୟାଗରିଷ୍ଠ ଦଳ ହୋଇଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

ମୁହାଁମୁହିଁ ଧକ୍କା ହେଲା ବୋଲେରୋ-କାର୍, ରାସ୍ତାରେ ଦେଖାଗଲା…

ବଲାଙ୍ଗିର,୨୧/୧୨ (ସୁନିଲ ମହାନ୍ତି): ବଲାଙ୍ଗିର ସହର ସଦର ବ୍ଳକ ଛକ ନିକଟରେ ଏକ ବୋଲେରୋ ଓ କାର୍ ମୁହାଁ ମୁହଁ ଧକ୍କା ହୋଇଥଲା । ଦୁଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri