ଦୈନିକ ସଂକ୍ରମଣ ୧୩ ଶହ ତଳେ…

ନୂଆଦିଲ୍ଲୀ, ୧୩।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ଦୈନିକ କରୋନା ସଂକ୍ରମଣ ମାମଲା ପୁଣି କମିଛି। ସେହିପରି ସକ୍ରିୟ ମାମଲାରେ ହ୍ରାସ ଦେଖିବାକୁ ମିଳିଛି। ଗତ ୨୪ ଘଣ୍ଟାରେ ସକ୍ରିୟ ମାମଲା ୧୭ ହଜାରରୁ କମ ରହିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୧୩ ଶହରୁ କମ ରହିଛି। ଗତ ୨୪ ଘଣ୍ଟାରେ ଏହା ୧,୨୨୦ ଛୁଇଁଛି। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୧୧ ରେ ପହଞ୍ଚିଛି। ଏହି ସମୟରେ ସକ୍ରିୟ ମାମଲା ୧୬ ହଜାର ୪୯୮ ରେ ପହଞ୍ଚିଛି। ସେହିପରି ୨୪ ଘଣ୍ଟାରେ ୨,୭୨୦ ଜଣ ସୁସ୍ଥ ହୋଇଛନ୍ତି। ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୧ ହଜାର ୭୬୭ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୯ ଲକ୍ଷ ୭୯ ହଜାର ୪୦୨ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୪ ଲକ୍ଷ ୩୧ ହଜାର୧୩୭ ଜଣ ସୁସ୍ଥ ହୋଇ ସାରିଛନ୍ତି ବୋଲି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।