ଦୈନିକ ସଂକ୍ରମଣ ୨ ଶହ ତଳେ…

ନୂଆଦିଲ୍ଲୀ, ୬।୧୨: ଦେଶରେ କରୋନା ମହାମାରୀ ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୫ ହଜାର ତଳେ ରହିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ପୁଣି କମିଛି। ସେହିପରି ସୁସ୍ଥତା ହାର ବୃଦ୍ଧି ପାଇ ୯୮.୮ ପ୍ରତିଶତ ରହିଛି। ସେହିପରି ସକ୍ରିୟ ମାମଲା ୦.୦୧ ପ୍ରତିଶତ ରହିଛି। ଅପରପକ୍ଷରେ ମୃତ୍ୟୁ ହାର କମି ୧.୧୯ ପ୍ରତିଶତରେ ପହଞ୍ଚିଛି। ଦୈନିକ ସଂକ୍ରମଣ ୨ ଶହ ତଳେ ରହିଛି। ଏହା କମି ୧୬୫ ରହିଛି। ଗୋଟିଏ ଦିନ ତଳେ ଏହା ୨୨୪ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୧ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ଶୂନ ଥିଲା। ଏହି ସମୟରେ ସକ୍ରିୟ ମାମଲା କମି ୪ ହଜାର ୩୪୫ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୪ ହଜାର ୪୩୪ଥିଲା। ସେହିପରି ୨୪ ଘଣ୍ଟାରେ ୨୫୧ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୩୧୯ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୦ ହଜାର ୬୩୩ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୬ ଲକ୍ଷ ୭୩ ହଜାର ୭୮୩ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୧ ଲକ୍ଷ ୩୮ ହଜାର ୮୦୫ ଜଣ ସୁସ୍ଥ ହୋଇ ସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥମ ପର୍ଯ୍ୟାୟ ମତଦାନ: ୧୬.୬୩ କୋଟି ଭୋଟର, ୧୬୨୫ ପ୍ରାର୍ଥୀଙ୍କର ହେବ ଭାଗ୍ୟ ପରୀକ୍ଷା

ନୂଆଦିଲ୍ଲୀ,୧୮।୪: ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର ପ୍ରଥମ ପର୍ଯ୍ୟାୟ ଭୋଟ ପୂର୍ବରୁ ମତଦାନରେ ଉତ୍ସାହର ସହ ଅଂଶଗ୍ରହଣ କରିବାକୁ ଭୋଟରଙ୍କୁ ନିବେଦନ କରିଛନ୍ତି। ପ୍ରଥମ...

ହ୍ୟାକ ହୋଇପାରିବନି ଇଭିଏମ, କରାଯାଇ ପାରିବନି ଟ୍ୟାମ୍ପରିଂ, ସୁପ୍ରିମକାର୍ଟରେ ନିର୍ବାଚନ କମିଶନଙ୍କ ସ୍ପଷ୍ଟ ଉତ୍ତର

ନୂଆଦିଲ୍ଲୀ,୧୮।୪: ଲୋକ ସଭା ନିର୍ବାଚନ ୨୦୨୪ ରେ ଆରମ୍ଭ ହେବାକୁ ଥିବା ପ୍ରଥମ ପର୍ଯ୍ୟାୟ ଭୋଟ ପାଇଁ ବର୍ତ୍ତମାନ ୨୪ଘଣ୍ଟାରୁ କମ ସମୟ ବାକି ଅଛି।...

‘ଦକ୍ଷିଣ ଭାରତରେ ଏତିକି ଲୋକ ସଭା ଆସନ ଜିତିବ ଭାଜପା’

ନୂଆଦିଲ୍ଲୀ,୧୮।୪: ୨୦୨୪ ଲୋକ ସଭା ନିର୍ବାଚନ ସମ୍ପର୍କରେ ଦଳ ତଥା ବିରୋଧୀ ଦଳ ପକ୍ଷରୁ ଅନେକ ଦାବି କରାଯାଉଛି। ଗୋଟିଏ ପଟେ ଏନଡିଏ ୪୦୦ଟି ସିଟ...

କଂଗ୍ରେସର ‘ରାହୁଲୟାନ’ ନା ଲଞ୍ଚ ହୋଇପାରିଲା ନା ଲ୍ୟାଣ୍ଡ କରିପାରିଲା: ରାଜନାଥ

ପନ୍ତନମଥିଟ୍ଟା,୧୮।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ଶଙ୍ଖନାଦ ହୋଇଛି ଏବଂ ପ୍ରଥମ ପର୍ଯ୍ୟାୟ ଭୋଟ ଆସନ୍ତାକାଲି ଅର୍ଥାତ୍‌ ଶୁକ୍ରବାର ହେବ। ସେପଟେ କେନ୍ଦ୍ର ପ୍ରତିରକ୍ଷା...

ଟିକେଟ୍‌ ମିଳିବାର ୮ ଦିନ ପରେ ଦଳରୁ ବହିଷ୍କୃତ ହେଲେ ପ୍ରାର୍ଥୀ

ଲକ୍ଷ୍ନୌ,୧୮।୪: ବହୁଜନ ସମାଜ ପାର୍ଟୀ ପ୍ରାର୍ଥୀ ରାକେଶ କୁମାର କୁଶୱାହା ବାରୁଆଙ୍କୁ ଝାନସୀ-ଲଲିତପୁର ଲୋକ ସଭା ଆସନରୁ ଟିକେଟ୍‌ ଦେବାର ୮ ଦିନ ପରେ ଦଳରୁ...

ମୋ ଭୋଟ ବି ମ୍ୟାଡାମଙ୍କ ବୁଥକୁ ଟ୍ରାନ୍ସଫର କରି ଦିଅନ୍ତୁ, ଭାଇରାଲ ହେଉଛି ଏହି ନିର୍ବାଚନ ଅଧିକାରୀଙ୍କ ଫଟୋ

ନୂଆଦିଲ୍ଲୀ,୧୮।୪: ଦେଶରେ ଗଣତନ୍ତ୍ରର ମହାନ ପର୍ବ ପାଇଁ ପ୍ରସ୍ତୁତି ପ୍ରାୟ ଶେଷ ହୋଇଛି । ଲୋକ ସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ପାଇଁ ଭୋଟ ଆସନ୍ତାକାଲି...

ଜେଲରେ ମିଠା-ଆମ୍ବ ଖାଉଛନ୍ତି କେଜରିଓ୍ବାଲ, କାହିଁକି କୋର୍ଟଙ୍କୁ ଏମିତି କହିଲେ ଇଡି

ନୂଆଦିଲ୍ଲୀ,୧୮।୪: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଡାକ୍ତରଙ୍କ ପରାମର୍ଶ ନେବାକୁ ଅନୁମତି ମାଗିଥିବା ଆବେଦନ ଉପରେ ଇଡି ରାଉଜ ଆଭେନ୍ୟୁ କୋର୍ଟରେ...

ନିର୍ବାଚନ ପ୍ରଚାର ଛାଡି ଏହି ବ୍ୟକ୍ତିଙ୍କ ଜନ୍ମଦିନ ପାଳନ କରିବାକୁ ଗଲେ ରାହୁଲ-ପ୍ରିୟଙ୍କା

ନୂଆଦିଲ୍ଲୀ,୧୮।୪: ଲୋକ ସଭା ନିର୍ବାଚନ ପାଇଁ ପ୍ରସ୍ତୁତି ଚରମ ସୀମାରେ ରହିଛି। ପ୍ରଥମ ପର୍ଯ୍ୟାୟ ପାଇଁ ମତଦାନ ଶୁକ୍ରବାର ହେବାକୁ ଯାଉଛି। ଏଥିପାଇଁ ନିର୍ବାଚନ ପ୍ରଚାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri