Posted inଜାତୀୟ

ଦୈନିକ ସଂକ୍ରମଣ ୨ ହଜାର ତଳେ…

ନୂଆଦିଲ୍ଲୀ, ୮।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ଦୈନିକ କରୋନା ସଂକ୍ରମଣ ମାମଲା ପୁଣି କମିଛି। ସେହିପରି ସକ୍ରିୟ ମାମଲାରେ ହ୍ରାସ ଦେଖିବାକୁ ମିଳିଛି। ଗତ ୨୪ ଘଣ୍ଟାରେ ସକ୍ରିୟ ମାମଲା ୨୬ ହଜାରରୁ କମ ରହିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୨ ହଜାରରୁ କମ ରହିଛି। ଗତ ୨୪ ଘଣ୍ଟାରେ ଏହା ୧,୮୩୮ ଛୁଇଁଛି। ଗୋଟିଏ ଦିନ ତଳେ ଏହା ୨,୩୭୪ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୧୧ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୧୫ ଥିଲା। ଏହି ସମୟରେ ସକ୍ରିୟ ମାମଲା ୨୫ ହଜାର ୧୭୮ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୨୭ ହଜାର ୨୧୨ ଥିଲା। ସେହିପରି ୨୪ ଘଣ୍ଟାରେ ୩,୮୬୧ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୫,୧୮୮ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୧ ହଜାର ୬୯୨ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୯ ଲକ୍ଷ ୭୧ ହଜାର ୪୬୯ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୪ ଲକ୍ଷ ୧୪ ହଜାର ୫୯୯ ଜଣ ସୁସ୍ଥ ହୋଇ ସାରିଛନ୍ତି ବୋଲି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କେଉଁ ବୋତଲରେ ପାଣି ପିଇବା ଉଚିତ୍‌: ଜାଣନ୍ତୁ କ’ଣ ରହିଛି…

ଜଳ ହିଁ ଜୀବନ । ପାଣି ପିଇବା ପାଇଁ କିଏ ପ୍ଲାଷ୍ଟିକ୍‌ ବଟଲ ବ୍ୟବହାର କରନ୍ତି ତ ଆଉ କିଏ ତମ୍ବା ନ ହେଲେ ଷ୍ଟିଲ୍‌। ଘରୁ…

୮ ଏପ୍ରିଲରୁ ଏୟାର ଇଣ୍ଡିଆର ଯାତ୍ରା ହେବ ମହଙ୍ଗା! ଜାଣନ୍ତୁ କେତେ ବଢ଼ିବ

ନୂଆଦିଲ୍ଲୀ,୭।୪: ଟାଟା ଗ୍ରୁପ୍ ନେତୃତ୍ୱରେ ପରିଚାଳିତ ବିମାନ କମ୍ପାନୀ ଏୟାର ଇଣ୍ଡିଆ ଯାତ୍ରୀମାନଙ୍କୁ ଏକ ଝଟକା ଦେଇଛି । ବଢି଼ପାରେ ଭଡ଼ା । କମ୍ପାନୀ ୮ ଏପ୍ରିଲରୁ…

ନବୀନ ପଟ୍ଟନାୟକଙ୍କୁ ନେଇ ଏମିତି କହିଦେଲେ ମନମୋହନ: ଆମ ଦ୍ୱାର ସବୁବେଳେ ଖୋଲା…

ଭୁବନେଶ୍ୱର,୭।୪: ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପଞ୍ଚାୟତରାଜ ନିର୍ବାଚନ ପୂର୍ବରୁ ବିଭିନ୍ନ ଜିଲା ଗସ୍ତ କରିବେ ବୋଲି ଜଣାପଡ଼ିଛି। ନବୀନଙ୍କ ଜିଲା…

ହୃଦୟ ବିଦାରକ… ପ୍ରେମିକ ସହିତ ଧରାପଡ଼ିଲେ ସ୍ତ୍ରୀ, ପୋଲିସ ଉପସ୍ଥିତିରେ ଗଳା କାଟି ହତ୍ୟା କଲେ ସ୍ବାମୀ

ହାଇଦ୍ରାବାଦ,୭।୪: ତେଲେଙ୍ଗାନାର ସାଙ୍ଗାରେଡ୍ଡି ଜିଲାର ଜାହିରାବାଦରୁ ଏକ ହୃଦୟ ବିଦାରକ ଖବର ସାମ୍ନାକୁ ଆସିଛି । ଜଣେ ସ୍ୱାମୀ ପୋଲିସ ଉପସ୍ଥିତିରେ ଚଳନ୍ତା ଗାଡ଼ି ଭିତରେ ତାଙ୍କ…

୩୬ ଲକ୍ଷ ଟଙ୍କା ଦରମା ପ୍ୟାକେଜ୍‌ ଛାଡ଼ି ହୋଇଥିଲେ ବାବା: ଏବେ ବିବାହ କରି ଚର୍ଚ୍ଚାରେ ଅଭୟ ସିଂ, ଆଗକୁ କରିବେ…

ଧର୍ମଶାଳା,୭।୪: ଆଇଆଇଟି ବାବା ଓରଫ ଅଭୟ ସିଂ, ୨୦୨୫ର ପ୍ରୟାଗରାଜ ମହାକୁମ୍ଭ ସମୟରେ ତାଙ୍କର ଅନନ୍ୟ ଆଧ୍ୟାତ୍ମିକ ଯାତ୍ରା ପାଇଁ ରାତାରାତି ପ୍ରସିଦ୍ଧି ହାସଲ କରିଥିଲେ। ଏବେ…

ଇରାନ ଯୁଦ୍ଧ ମଧ୍ୟରେ ବଡ଼ ଘୋଷଣା କଲେ ପାକ୍‌ ପ୍ରଧାନମନ୍ତ୍ରୀ, ଲୋକେ ଛାନିଆ!

ଇସଲାମାବାଦ,୭।୪: ଇରାନ ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ଉପରେ ପ୍ରତିବନ୍ଧକ ଲଗାଇବା ପରଠାରୁ, ଦକ୍ଷିଣ ଏସୀୟ ଏବଂ ୟୁରୋପୀୟ ଦେଶଗୁଡ଼ିକ ପେଟ୍ରୋଲ, ଡିଜେଲ ଏବଂ ଏଲପିଜିର…

ପୋଖରୀରେ ବୁଡ଼ି ଚାଲିଗଲା ୨ ସାଙ୍ଗଙ୍କ ଜୀବନ, ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ ପତାଣ୍ଡ ଗ୍ରାମରେ ଅଘଟଣ । ପୋଖରୀରେ ବୁଡ଼ିଯାଇ ୨ ନାବାଳିକା ଛାତ୍ରୀଙ୍କର ମୃତ୍ୟୁ ହୋଇଛି…

ଇରାନକୁ କଡ଼ା ଚେତାବନୀ ଦେଲା ଇସ୍ରାଏଲ, ଆଗାମୀ ୧୨ ଘଣ୍ଟା ପାଇଁ ଟ୍ରେନ ବ୍ୟବହାର କଲେ….

ତେହରାନ,୭।୪: ମଧ୍ୟପ୍ରାଚ୍ୟ ଯୁଦ୍ଧ ଭିତରେ ଇସ୍ରାଏଲ ପ୍ରତିରକ୍ଷା ବାହିନୀ ଇରାନର ସାଧାରଣ ଲୋକଙ୍କୁ ଅନୁରୋଧ ଦେଇଛି । ଟ୍ରେନ ଏବଂ ରେଳ ଲାଇନ ଠାରୁ ଦୂରେଇ ରହିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri