୪ ହଜାର ତଳେ ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ, ୧।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। ତେବେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୩୯ହଜାର ତଳେ ରହିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ କମି ପୁଣି ୪ ହଜାର ତଳେ ରହିଛି। ଏହା କମି ୩,୯୭୨ ରହିଛି। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୧୩ ରହିଛି। ଏହି ସମୟରେ ସକ୍ରିୟ ମାମଲା କମି ୩୮ହଜାର ୨୯୩ ରେ ପହଞ୍ଚିଛି। ସେହିପରି ୨୪ ଘଣ୍ଟାରେ ୫ ହଜାର ୬୯ ଜଣ ସୁସ୍ଥ ହୋଇଛନ୍ତି। କେରଳରେ ସତର୍କ ସୂଚନା ଜାରି କରାଯାଇଛି। ଏଠାରେ ଦୈନିକ ସଂକ୍ରମଣ ୧୩ ଶହ ଉପରେ ରହିଛି। ଏଠାରେ ଏହା ୧,୩୨୫ ରହିଛି। ଭିଡ଼ ଯୋଗୁ ସଂକ୍ରମଣ ବ୍ୟାପିବାର ଆଶଙ୍କା ଥିବାରୁ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏଥିରୁ ଦୂରେଇ ରହିବା ଲାଗି ପରାମର୍ଶ ଦିଆଯାଇଛି। ଏହା ସହିତ ମାସ୍କ ପିନ୍ଧିବା ଏବଂ କରୋନା ମାର୍ଗଦର୍ଶିକା ପାଳନ କରିବାକୁ କୁହାଯାଇଛି।
ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୨୮ ହଜାର ୬୫୫ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୫ ଲକ୍ଷ ୯୧ ହଜାର ୧୧୨ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୦ ଲକ୍ଷ ୨୪ ହଜାର ୧୬୪ ଜଣ ସୁସ୍ଥ ହୋଇ ସାରିଛନ୍ତି।

Share