ଦୈନିକ ସଂକ୍ରମଣ ହଜାରେ ତଳେ, ମୃତ୍ୟୁ ସଂଖ୍ୟା ୧…

ନୂଆଦିଲ୍ଲୀ, ୨୫।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। ତେବେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୨୩ ହଜାର ତଳେ ରହିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ପୁଣି କମି ହଜାରେ ତଳେ ରହିଛି। ଏହା ୮୬୦ ରହିଛି। ଗୋଟିଏ ଦିନ ତଳେ ଏହା ୧,୩୨୨ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୧ ରହିଛି ଗୋଟିଏ ଦିନ ତଳେ ଏହା ୪ ଥିଲା। ଏହି ସମୟରେ ସକ୍ରିୟ ମାମଲା ୨୨ ହଜାର ୫୪୯ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୨୩ ହଜାର ୧୯୩ ଥିଲା। ସେହିପରି ୨୪ ଘଣ୍ଟାରେ ୧ ହଜାର ୫୦୩ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦି ତଳେ ଏହା ୧ ହଜାର ୫୫୭ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୨୮ ହଜାର ୯୮୦ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୬ ଲକ୍ଷ ୪୪ ହଜାର ୯୩୮ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୦ ଲକ୍ଷ ୯୩ ହଜାର ୪୦୯ ଜଣ ସୁସ୍ଥ ହୋଇ ସାରିଛନ୍ତି। ତେବେ ଓମିକ୍ରନ୍‌ର ନୂଆ ସବ୍‌ ଭାରିଆଣ୍ଟ୍‌ ବିଏଫ.୭ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଏହି ସବ୍‌ ଭାରିଆଣ୍ଟ୍‌ ଚାଇନାରେ ଦ୍ରୁତ ବେଗରେ ସଂକ୍ରମଣ ହେଉଛି। ଏହା ଭାରତର ଚିନ୍ତା ବଢ଼ାଇବାରେ ଲାଗିଛି। ସ୍ବାସ୍ଥ୍ୟମନ୍ତ୍ରଣାଳୟ ପକ୍ଷରୁ ମାସ୍କ୍‌ ପିନ୍ଧିବା ଉପରେ ଗୁରୁତ୍ୱାରୋପ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହିତ ମୁମ୍ବାଇର ଅଭିଯାନ ଆରମ୍ଭ

ମୁମ୍ବାଇ,୨୯ା୩: ରୋହିତ ଶର୍ମା ଓ ରିୟାନ ରିକଲଟନଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ରବିବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌)କୁ ୬…

ଇସ୍ରାଏଲ ଉପରେ ବଡ଼ ଆକ୍ରମଣ କଲା ଇରାନ; କେମିକାଲ୍ ଲିକ୍ ନେଇ ଚେତାବନୀ, ଝରକା ବନ୍ଦ ରଖିବାକୁ…

ନୂଆଦିଲ୍ଲୀ,୨୯।୩: ଇରାନ ଇସ୍ରାଏଲର ଏକ ପ୍ରମୁଖ ରାସାୟନିକ କେନ୍ଦ୍ର ଉପରେ ବାଲିଷ୍ଟିକ୍ ମିଶାଇଲ୍ ହମଲା କରିଛି । ଏହା ଫଳରେ ସେହି ସ୍ଥାନରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ପାକିସ୍ତାନର ସ୍ଥିତି ସାଂଘାତିକ, LPG-ଡିଜେଲ-ପେଟ୍ରୋଲ ପରେ ଏବେ ବଢ଼ିଲା ଔଷଧ ଦାମ୍

ଇସଲାମାବାଦ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ପଡ଼ୋଶୀ ପାକିସ୍ତାନ ଉପରେ ପଡୁଛି । ଏଲପିଜି, ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପରେ, ଔଷଧର ମୂଲ୍ୟରେ ମଧ୍ୟ ଏବେ…

ଦିଗପହଣ୍ଡିରେ ଜାଳେଣି ଗ୍ୟାସ ସିଲିଣ୍ଡର କଳାବଜାର, ହନ୍ତସନ୍ତ ହେଉଛନ୍ତି ଲୋକେ

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳମାନଙ୍କରେ ଜାଳେଣି ଗ୍ୟାସ ସିଲିଣ୍ଡରର ବ୍ୟାପକ କଳାବଜାର ହେଉଥିବା ଜାଣିବାକୁ ମିଳିଛି । ମଧ୍ୟପ୍ରାଚ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri