ଦୈନିକ ସଂକ୍ରମଣ ହଜାରେ ତଳେ, ମୃତ୍ୟୁ ସଂଖ୍ୟା ୧…

ନୂଆଦିଲ୍ଲୀ, ୨୫।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। ତେବେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୨୩ ହଜାର ତଳେ ରହିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ପୁଣି କମି ହଜାରେ ତଳେ ରହିଛି। ଏହା ୮୬୦ ରହିଛି। ଗୋଟିଏ ଦିନ ତଳେ ଏହା ୧,୩୨୨ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୧ ରହିଛି ଗୋଟିଏ ଦିନ ତଳେ ଏହା ୪ ଥିଲା। ଏହି ସମୟରେ ସକ୍ରିୟ ମାମଲା ୨୨ ହଜାର ୫୪୯ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୨୩ ହଜାର ୧୯୩ ଥିଲା। ସେହିପରି ୨୪ ଘଣ୍ଟାରେ ୧ ହଜାର ୫୦୩ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦି ତଳେ ଏହା ୧ ହଜାର ୫୫୭ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୨୮ ହଜାର ୯୮୦ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୬ ଲକ୍ଷ ୪୪ ହଜାର ୯୩୮ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୦ ଲକ୍ଷ ୯୩ ହଜାର ୪୦୯ ଜଣ ସୁସ୍ଥ ହୋଇ ସାରିଛନ୍ତି। ତେବେ ଓମିକ୍ରନ୍‌ର ନୂଆ ସବ୍‌ ଭାରିଆଣ୍ଟ୍‌ ବିଏଫ.୭ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଏହି ସବ୍‌ ଭାରିଆଣ୍ଟ୍‌ ଚାଇନାରେ ଦ୍ରୁତ ବେଗରେ ସଂକ୍ରମଣ ହେଉଛି। ଏହା ଭାରତର ଚିନ୍ତା ବଢ଼ାଇବାରେ ଲାଗିଛି। ସ୍ବାସ୍ଥ୍ୟମନ୍ତ୍ରଣାଳୟ ପକ୍ଷରୁ ମାସ୍କ୍‌ ପିନ୍ଧିବା ଉପରେ ଗୁରୁତ୍ୱାରୋପ କରାଯାଇଛି।

Share