ଦୈନିକ ସଂକ୍ରମଣ ଶହେ ତଳେ, ସକ୍ରିୟ ମାମଲା ୨୦୦୦ରୁ କମ୍‌…

ନୂଆଦିଲ୍ଲୀ, ୨୮।୧: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ପୁଣି ଦୈନିକ କରୋନା ସଂକ୍ରମଣ ମାମଲା କମିଛି।
ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ଶହେ ତଳେ ରହିଛି। ଏହା ୯୩ ଛୁଇଁଛି। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ଶୂନରେ ପହଞ୍ଚିଛି। ଏହି ସମୟରେ ସକ୍ରିୟ ମାମଲା ୨ ହଜାର ତଳେ ରହିଛି। ଏହା ୧ ହଜାର ୮୪୨ରେ ପହଞ୍ଚିଛି। ସେହିପରି ୨୪ ଘଣ୍ଟାରେ ୧୪୭ ଜଣ ସୁସ୍ଥ ହୋଇଛନ୍ତି। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୦ ହଜାର ୭୩୯ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୬ ଲକ୍ଷ ୮୨ ହଜାର ୫୩୦ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୧ ଲକ୍ଷ ୪୯ ହଜାର ୯୪୯ ଜଣ ସୁସ୍ଥ ହୋଇ ସାରିଛନ୍ତି।
ଦୈନିକ ପଜିଟିଭ୍‌ ହାର ଏକ ପ୍ରତିଶତରୁ କମ ହୋଇଛି ଏବଂ ସୁସ୍ଥତା ହାରରେ ମଧ୍ୟ ଉନ୍ନତି ହୋଇଛି।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ଜାରି ପ୍ରେସ ବିଜ୍ଞପ୍ତି ଅନୁଯାୟ ଦେଶରେ ସୁସ୍ଥତା ହାର ବୃଦ୍ଧି ପାଇ ୯୮.୮୦ ପ୍ରତିଶତ ରହିଛି। ସେହିପରି ସକ୍ରିୟ ମାମଲା ୦.୦୧ ପ୍ରତିଶତ ରହିଛି। ଦୈନିକ ସଂକ୍ରମଣ ୦.୧୧ ପ୍ରତିଶତ ଏବଂ ସାପ୍ତାହିକ ସଂକ୍ରମଣ ୦.୧୦ ପ୍ରତିଶତ ରହିଛି। ଅପରପକ୍ଷରେ ମୃତ୍ୟୁ ହାର କମି ୧.୧୯ ପ୍ରତିଶତରେ ପହଞ୍ଚିଛି।
ଚାଇନାରେ ଆତଙ୍କ ସୃଷ୍ଟି କରିଥିବା ବିଏଫ୍‌.୭ ଭାରିଆଣ୍ଟ ନେଇ ସତର୍କ ରହିବାକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ପରାମର୍ଶ ଦିଆଯାଇଛି। ତେବେ ଭାରତରେ ସଂକ୍ରମଣ ହେବାର କୌଣସି ଆଶଙ୍କା ନ ଥିବା ବିଶେଷଜ୍ଞ ମତପୋଷଣ କରିଛନ୍ତି। ମାସ୍କ ପିନ୍ଧିବା ଅଧିକରୁ ଅଧିକ ନମୁନା ପରୀକ୍ଷା କରିବା ଏବଂ ଟିକାକରଣକୁ ବଢ଼ାଇବା ପାଇଁ ସରକାରଙ୍କ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ସରକାରଙ୍କ ପକ୍ଷରୁ ସ୍ଥିତି ଉପରେ ତୀକ୍ଷ୍‌ଣ ନଜର ରଖାଯାଇଛି। ଦୈନିକ ସଂକ୍ରମଣ-ସକ୍ରିୟ ମାମଲାକୁ ନେଇ ସରକାର ଚିନ୍ତାରେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ ଷ୍ଟାରଲିଙ୍କ୍ ଇଣ୍ଟରନେଟ ମୂଲ୍ୟ ଘୋଷଣା କଲେ ମସ୍କ: ମାସିକ ଖର୍ଚ୍ଚ ଏତିକି ଟଙ୍କା

ନୂଆଦିଲ୍ଲୀ,୮।୧୨: ଏଲନ୍ ମସ୍କଙ୍କ ସାଟେଲାଇଟ୍ ଇଣ୍ଟରନେଟ୍ ସେବା ଷ୍ଟାରଲିଙ୍କ୍ ଭାରତରେ ଏହାର ମୂଲ୍ୟ ଘୋଷଣା କରିଛି। ଖୁବ୍ ଶୀଘ୍ର ଭାରତରେ ଆରମ୍ଭ ହେବାକୁ ଥିବା ଏହି...

ଡିସେମ୍ବର ୩୧ ସୁଦ୍ଧା ଶେଷ କରନ୍ତୁ ଏହି ଗୁରୁତ୍ୱପୂର୍ଣ୍ଣ କାମ, ନଚେତ୍‌ ଆଉ ମିଳିବନି ବାରମ୍ବାର ସୁଯୋଗ

ନୂଆଦିଲ୍ଲୀ,୮।୧୨: ଡିସେମ୍ବର ଆରମ୍ଭ ହେବା ସହିତ, ଟିକସ, ଡକ୍ୟୁମେଣ୍ଟ ଏବଂ ସରକାରୀ ଯୋଜନା ସହିତ ଜଡିତ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟର ଶେଷ ତାରିଖ ପାଖେଇ ଆସୁଛି।...

୫ ବର୍ଷ ପରେ ଭାରତରେ ଏହି ସେବା ଆରମ୍ଭ କରିବାକୁ ଯାଉଛି ଚାଇନା, ଜାଣନ୍ତୁ କ’ଣ ହେବ ବଡ଼ ଫାଇଦା

ନୂଆଦିଲ୍ଲୀ,୮।୧୨: ପ୍ରାୟ ପାଞ୍ଚ ବର୍ଷ ପୂର୍ବେ ଭାରତ ଏବଂ ଚାଇନା ମଧ୍ୟରେ ସମ୍ପର୍କରେ ତିକ୍ତତା ଦେଖାଦେବା ପରେ, ଉଭୟ ଦେଶ ଏବେ ପୂର୍ବ ତିକ୍ତତାକୁ ପଛରେ...

ନ୍ୟାୟ ପାଇଁ ପିଏମ ମୋଦିଙ୍କୁ ଏହି ନିବେଦନ କଲେ ପାକିସ୍ତାନୀ ମହିଳା, କରାଚୀରୁ ଭିଡିଓ ଶେୟାର କରି କହିଲେ…

ନୂଆଦିଲ୍ଲୀ,୮।୧୨: ପାକିସ୍ତାନରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଜଣେ ପାକିସ୍ତାନୀ ମହିଳା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିକଟରେ ନ୍ୟାୟ ପାଇଁ ନିବେଦନ କରିଛନ୍ତି।...

Apple ଜାରି କଲା ବଡ଼ ସତର୍କତା: ଏସବୁ ଉପଭୋକ୍ତାଙ୍କ ପାଇଁ ସୁରକ୍ଷିତ ନୁହେଁ ଗୁଗଲ୍ Chrome

ନୂଆଦିଲ୍ଲୀ,୮।୧୨: ଗୁଗୁଲର ସବୁଠାରୁ ଲୋକପ୍ରିୟ ଉତ୍ପାଦ ବିରୋଧରେ ଆପଲ୍ ଏକ ବଡ଼ ସତର୍କତା ଜାରି କରିଛି। ଆପଲ୍ ପକ୍ଷରୁ କୁହାଯାଇଛି ଯେ, iPhone ଏବଂ Mac...

ରାଜ୍ୟରେ ବଢୁଛି ମହିଳାଙ୍କ ବିରୋଧରେ ଅପରାଧ: ଦେଢ଼ ବର୍ଷରେ ୪୦ ହଜାରରୁ ଊର୍ଦ୍ଧ୍ବ ମାମଲା

ଭୁବନେଶ୍ୱର,୮।୧୨: ଓଡ଼ିଶାରେ ମହିଳାମାନଙ୍କ ବିରୋଧରେ ହେଉଥିବା ଅପରାଧ ସାଙ୍ଘାତିକ ଚିନ୍ତାର ବିଷୟ ପାଲଟିଛି। ରାଜ୍ୟ ବିଧାନସଭାରେ ଉପସ୍ଥାପିତ ତଥ୍ୟ ଅନୁଯାୟୀ, ଗତ ମାତ୍ର ଦେଢ଼ ବର୍ଷ...

‘ନେତାଜୀ-ଟାଗୋରଙ୍କୁ ସମ୍ମାନ ଦେଇ ଜାଣି ନାହାଁନ୍ତି…’, ବନ୍ଦେ ମାତରମ ଆଲୋଚନାକୁ ନେଇ ଭାଜପା ଉପରେ ଖପ୍ପା ହେଲେ ମମତା

କୋଲକାତା,୮।୧୨: ସଂସଦରେ ବନ୍ଦେ ମାତରମ ଉପରେ ଉଷ୍ମ ବିତର୍କ ମଧ୍ୟରେ, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସିଧାସଳଖ ଭାଜପାକୁ କାଠଗଡ଼ାରେ ଠିଆ କରିଥିଲେ। କୋଲକାତାରେ ଏକ...

ଜାଣିଶୁଣି କରାଯାଇଥିଲା କି ଇଣ୍ଡିଗୋ ସଙ୍କଟ? ସରକାର ଜାରି କଲେ ନୋଟିସ, ଯାଞ୍ଚ ଆରମ୍ଭ

ନୂଆଦିଲ୍ଲୀ,୮।୧୨: ସରକାର ନୂତନ ଫ୍ଲାଇଟ ଡ୍ୟୁଟି ସମୟ ସୀମା (FDTL) ନିୟମ କାର୍ଯ୍ୟକାରୀ କରିବାରେ ଇଣ୍ଡିଗୋର ଅଭିଯୋଗ ଅବହେଳାର ତଦନ୍ତ କରିବେ। ଅଭିଯୋଗ ହୋଇଛି ଯେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri